୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୭୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ରାଜ୍ୟରେ ସୋମବାର ୧୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୧୦୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୭୩ ଜଣ ଲୋକାଲ କେସ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୫୧ ହଜାର ୭୫୨ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮୫ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୨, ବାଲେଶ୍ୱରରୁ ୩, ବରଗଡ଼ରୁ ୧, ଭଦ୍ରକରୁ ୧, କଟକରୁ ୧୩, ଦେବଗଡ଼ରୁ ୨, ଢେଙ୍କାନାଳରୁ ୫, ଜଗତସିଂହପୁରରୁ ୨, ଯାଜପୁରରୁ ୫, ଝାରସୁଗୁଡ଼ାରୁ ୨, କେନ୍ଦ୍ରାପଡ଼ାରୁ ୧, କେନ୍ଦୁଝରରୁ ୨, କୋରାପୁଟରୁ ୧, ମୟୂରଭଞ୍ଜରୁ ୬, ପୁରୀରୁ ୩ ଆକ୍ରାନ୍ତ ଅଛନ୍ତି। ସେହିପରି ସମ୍ବଲପୁରରୁ ୧୫ ଓ ସୁନ୍ଦରଗଡ଼ରୁ ୧୦ ଥିବା ବେଳେ ଷ୍ଟେଟ ପୁଲ୍‌ରୁ ୧୯ ଅଛନ୍ତି।