ଗୃହ ପାଇବାରୁ ୧୭୮୬ ଫାଇଲିନ୍‌ କ୍ଷତିଗ୍ରସ୍ତ ବଞ୍ଚିତ

କୃଷ୍ଣପ୍ରସାଦ,୨୪।୭(ଡି.ଏନ୍‌.ଏ.): ଫାଇଲିନ୍‌ ବାତ୍ୟାରେ କ୍ଷତିଗ୍ରସ୍ତଙ୍କୁ ବାସଗୃହ ଯୋଗାଣ ଦାବିରେ ଶୁକ୍ରବାର ଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଓ ବ୍ରହ୍ମଗିରି ଅଞ୍ଚଳର ବାତ୍ୟା ନିରୋଧକ ମଞ୍ଚ ପକ୍ଷରୁ କୃଷ୍ଣପ୍ରସାଦ ବ୍ଲକ ଆଗରେ ଧାରଣା ଦିଆଯାଇଛି। ମଞ୍ଚ ଆବାହକ ସୁବାସ ଚନ୍ଦ୍ର ଜେନାଙ୍କ ନେତୃତ୍ୱରେ ଅଞ୍ଚଳର ଶତାଧିକ ମହିଳା ପୁରୁଷ ହିତାଧିକାରୀ ଏଥିରେ ସାମିଲ ହୋଇଛନ୍ତି। ବ୍ଲକ ଛକରୁ ଶୋଭାଯାତ୍ରାରେ ଫାଇଲିନ କ୍ଷତିଗ୍ରସ୍ତମାନେ ଗୃହ ଯୋଗାଣର ନାରା ଦେଇ ବ୍ଲକ ଫାଟକ ସମ୍ମୁଖରେ ପହଞ୍ଚିଥିଲେ। ସେଠାରେ ଏକ ପ୍ରତିବାଦ ସଭା ଆୟୋଜିତ ହୋଇଥିଲା। ୨୦୧୩ ମସିହାରେ ହୋଇଥିବା ଫାଇଲିନ ବାତ୍ୟାର କ୍ଷତିଗ୍ରସ୍ତଙ୍କୁ ଓଡିଆର୍‌ପି ଯୋଜନାରେ ଗୃହ ଯୋଗାଇଦେବା ପାଇଁ ୪୮୩୨ ହିତାଧିକାରୀଙ୍କୁ ସରକାର ତାଲିକାଭୁକ୍ତ କରିଥିଲେ। ୩୦୪୬ ଜଣଙ୍କୁ ଏହି ସୁବିଧା ମିଳିଥିବା ବେଳେ ୧୭୮୬ ଜଣ ଏଥିରୁ ଏବେ ବି ବଞ୍ଚିତ ଅଛନ୍ତି। ତନ୍ମଧ୍ୟରୁ ଫାଇଲିନ କ୍ଷତିଗ୍ରସ୍ତ କାର୍ତ୍ତିକ ଦଳେଇ ଉଚ୍ଚ ନ୍ୟାୟାଳୟଙ୍କ ଦ୍ୱାରସ୍ଥ ହେବାରୁ ବାତ୍ୟା ନିରୋଧକ ବାସଗୃହ ପାଇପାରିଥିଲେ। ସେହିଭଳି ୫୬ଟି ମାମଲା ଉଚ୍ଚ ନ୍ୟାୟାଳୟ କାର୍ଯ୍ୟକାରୀ କରିବାକୁ ଅନୁମତି ଦେଇଥିଲେ ମଧ୍ୟ ତାହା କାର୍ଯ୍ୟକାରୀ ହୋଇପାରୁନାହିଁ। ଏହାର ପ୍ରତିବାଦରେ ବ୍ଲକ ସମ୍ମୁଖରେ ଅହୋରାତ୍ର ଧାରଣା ଆରମ୍ଭ ହୋଇଛି। ଉଚ୍ଚ ନ୍ୟାୟାଳୟଙ୍କ ଡବ୍ଲୁପିସି ନିର୍ଦ୍ଦେଶ ଏବଂ ରାଜ୍ୟ ସରକାରଙ୍କ ଓଡିଆର୍‌ପି ତାଲିକାକୁ କାର୍ଯ୍ୟକାରୀ କରିବା ଦାବିରେ ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଜିଲାପାଳ, କୃଷ୍ଣପ୍ରସାଦ ମଣ୍ଡଳ ଉନ୍ନୟନ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ତେବେ କୌଣସି ଅଧିକାରୀ ଆନ୍ଦୋଳନସ୍ଥଳରେ ନ ପହଞ୍ଚିବାରୁ ଶନିବାର ଧାରଣା ଦ୍ୱିତୀୟ ଦିନରେ ପହଞ୍ଚିଛି। ମଞ୍ଚ ସମ୍ପାଦକ ପ୍ରକାଶ ଚନ୍ଦ୍ର ବିଶ୍ୱାଳ, ଉପେନ୍ଦ୍ର ଜେନା, ତ୍ରିନାଥ ଜେନା, ଖଗେଶ୍ବର ପ୍ରଧାନ, ଅଭିମନ୍ୟୁ ଜଗଦ୍ଦେବ, ହଜାରୀ ପାହାନ, ସୁଲୋଚନା ନାୟକ, ମାଟିଆଣି ଘଡେଇ, ଚିତ୍ରସେନ ପାହାନଙ୍କ ସମେତ ଶତାଧିକ ହିତାଧିକାରୀ ଧାରଣାରେ ସାମିଲ ହୋଇଛନ୍ତି। ଦାବି ପୂରଣ ନ ହେବା ଯାଏ ଆନ୍ଦୋଳନ ଜାରି ରହିବ ବୋଲି ମଞ୍ଚର ଆବାହକ ସୁବାସ ଚନ୍ଦ୍ର ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri