ଗୃହ ପାଇବାରୁ ୧୭୮୬ ଫାଇଲିନ୍‌ କ୍ଷତିଗ୍ରସ୍ତ ବଞ୍ଚିତ

କୃଷ୍ଣପ୍ରସାଦ,୨୪।୭(ଡି.ଏନ୍‌.ଏ.): ଫାଇଲିନ୍‌ ବାତ୍ୟାରେ କ୍ଷତିଗ୍ରସ୍ତଙ୍କୁ ବାସଗୃହ ଯୋଗାଣ ଦାବିରେ ଶୁକ୍ରବାର ଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଓ ବ୍ରହ୍ମଗିରି ଅଞ୍ଚଳର ବାତ୍ୟା ନିରୋଧକ ମଞ୍ଚ ପକ୍ଷରୁ କୃଷ୍ଣପ୍ରସାଦ ବ୍ଲକ ଆଗରେ ଧାରଣା ଦିଆଯାଇଛି। ମଞ୍ଚ ଆବାହକ ସୁବାସ ଚନ୍ଦ୍ର ଜେନାଙ୍କ ନେତୃତ୍ୱରେ ଅଞ୍ଚଳର ଶତାଧିକ ମହିଳା ପୁରୁଷ ହିତାଧିକାରୀ ଏଥିରେ ସାମିଲ ହୋଇଛନ୍ତି। ବ୍ଲକ ଛକରୁ ଶୋଭାଯାତ୍ରାରେ ଫାଇଲିନ କ୍ଷତିଗ୍ରସ୍ତମାନେ ଗୃହ ଯୋଗାଣର ନାରା ଦେଇ ବ୍ଲକ ଫାଟକ ସମ୍ମୁଖରେ ପହଞ୍ଚିଥିଲେ। ସେଠାରେ ଏକ ପ୍ରତିବାଦ ସଭା ଆୟୋଜିତ ହୋଇଥିଲା। ୨୦୧୩ ମସିହାରେ ହୋଇଥିବା ଫାଇଲିନ ବାତ୍ୟାର କ୍ଷତିଗ୍ରସ୍ତଙ୍କୁ ଓଡିଆର୍‌ପି ଯୋଜନାରେ ଗୃହ ଯୋଗାଇଦେବା ପାଇଁ ୪୮୩୨ ହିତାଧିକାରୀଙ୍କୁ ସରକାର ତାଲିକାଭୁକ୍ତ କରିଥିଲେ। ୩୦୪୬ ଜଣଙ୍କୁ ଏହି ସୁବିଧା ମିଳିଥିବା ବେଳେ ୧୭୮୬ ଜଣ ଏଥିରୁ ଏବେ ବି ବଞ୍ଚିତ ଅଛନ୍ତି। ତନ୍ମଧ୍ୟରୁ ଫାଇଲିନ କ୍ଷତିଗ୍ରସ୍ତ କାର୍ତ୍ତିକ ଦଳେଇ ଉଚ୍ଚ ନ୍ୟାୟାଳୟଙ୍କ ଦ୍ୱାରସ୍ଥ ହେବାରୁ ବାତ୍ୟା ନିରୋଧକ ବାସଗୃହ ପାଇପାରିଥିଲେ। ସେହିଭଳି ୫୬ଟି ମାମଲା ଉଚ୍ଚ ନ୍ୟାୟାଳୟ କାର୍ଯ୍ୟକାରୀ କରିବାକୁ ଅନୁମତି ଦେଇଥିଲେ ମଧ୍ୟ ତାହା କାର୍ଯ୍ୟକାରୀ ହୋଇପାରୁନାହିଁ। ଏହାର ପ୍ରତିବାଦରେ ବ୍ଲକ ସମ୍ମୁଖରେ ଅହୋରାତ୍ର ଧାରଣା ଆରମ୍ଭ ହୋଇଛି। ଉଚ୍ଚ ନ୍ୟାୟାଳୟଙ୍କ ଡବ୍ଲୁପିସି ନିର୍ଦ୍ଦେଶ ଏବଂ ରାଜ୍ୟ ସରକାରଙ୍କ ଓଡିଆର୍‌ପି ତାଲିକାକୁ କାର୍ଯ୍ୟକାରୀ କରିବା ଦାବିରେ ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଜିଲାପାଳ, କୃଷ୍ଣପ୍ରସାଦ ମଣ୍ଡଳ ଉନ୍ନୟନ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ତେବେ କୌଣସି ଅଧିକାରୀ ଆନ୍ଦୋଳନସ୍ଥଳରେ ନ ପହଞ୍ଚିବାରୁ ଶନିବାର ଧାରଣା ଦ୍ୱିତୀୟ ଦିନରେ ପହଞ୍ଚିଛି। ମଞ୍ଚ ସମ୍ପାଦକ ପ୍ରକାଶ ଚନ୍ଦ୍ର ବିଶ୍ୱାଳ, ଉପେନ୍ଦ୍ର ଜେନା, ତ୍ରିନାଥ ଜେନା, ଖଗେଶ୍ବର ପ୍ରଧାନ, ଅଭିମନ୍ୟୁ ଜଗଦ୍ଦେବ, ହଜାରୀ ପାହାନ, ସୁଲୋଚନା ନାୟକ, ମାଟିଆଣି ଘଡେଇ, ଚିତ୍ରସେନ ପାହାନଙ୍କ ସମେତ ଶତାଧିକ ହିତାଧିକାରୀ ଧାରଣାରେ ସାମିଲ ହୋଇଛନ୍ତି। ଦାବି ପୂରଣ ନ ହେବା ଯାଏ ଆନ୍ଦୋଳନ ଜାରି ରହିବ ବୋଲି ମଞ୍ଚର ଆବାହକ ସୁବାସ ଚନ୍ଦ୍ର ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri