Posted inଖେଳ

ଆଇପିଏଲ୍‌ ରଙ୍ଗାରଙ୍ଗ ଉତ୍ସବରେ ମନ ମୋହିଲେ ଅକ୍ଷୟ, ଟାଇଗର ଓ ରହମନ

ଚେନ୍ନାଇ, ୨୨ା୩: ସ୍ଥାନୀୟ ଏମ୍‌.ଏ. ଚିଦାମ୍ବରମ୍‌ ଷ୍ଟାଡିୟମରେ ବ୍ୟୟବହୁଳ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୭ଶ ସଂସ୍କରଣ ଆରମ୍ଭ ହୋଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ରୟାଲ ଚ୍ୟାଲେଞ୍ଜର୍ସ ବଙ୍ଗାଲୋର (ଆର୍‌ସିବି) ମଧ୍ୟରେ ଏହି ଟି୨୦ ଲିଗ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବା ପୂର୍ବରୁ ଆୟୋଜିତ ହୋଇଥିଲା ରଙ୍ଗାରଙ୍ଗ ଉଦ୍‌ଘାଟନୀ ଉତ୍ସବ। ଉପସ୍ଥିତ ଦର୍ଶକମଣ୍ଡଳୀ ଏହାର ଖୁବ୍‌ ମଜା ନେଇଥିଲେ। ପ୍ରଥମେ ଅଭିନେତା ବୋମନ ଇରାନୀ ତାଙ୍କର ପରିଚୟ ପ୍ରଦାନ କରି ସମାରୋହର ଶୁଭାରମ୍ଭ ଘୋଷଣା କରିଥିଲେ।

ବଲିଉଡ ଅଭିନେତା ଅକ୍ଷୟ କୁମାର ଓ ଟାଇଗର ଶ୍ରଫ୍‌ ଦଉଡ଼ିରେ ଷ୍ଟଣ୍ଟ ସହ ଷ୍ଟେଜ୍‌ରେ ଅବତରଣ କରି ସମସ୍ତଙ୍କୁ ଚମତ୍କୃତ କରି ଦେଇଥିଲେ। ଦୁହିଁଙ୍କ ହାତରେ ଜାତୀୟ ପତାକା ଶୋଭା ପାଉଥିଲା। ସେମାନଙ୍କ କାର୍ଯ୍ୟକ୍ରମ ଶେଷରେ ଅକ୍ଷୟ କୁମାର ଓ ଟାଇଗର ଶ୍ରଫ ଷ୍ଟାଡିୟମରେ ଏକ ଚକ୍କର ଲଗାଇଥିଲେ।

ପରବର୍ତ୍ତୀ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ ବିଶିଷ୍ଟ ସଙ୍ଗୀତକାର ଏ.ଆର. ରହମନ ଓ ସୋନୁ ନିଗମ। ‘ବନ୍ଦେ ମାତରମ୍‌’ ସେମାନଙ୍କ ପ୍ରଥମ ସଙ୍ଗୀତ ଥିଲା। ଏ.ଆର. ରହମନଙ୍କ ସହିତ ଯୋଗ ଦେଇଥିଲେ ମୋହିତ ଚୌହାନ। ଅମରଜିତ ସିଂ ଚମ୍‌କିଲାଙ୍କ ଉପରେ ପ୍ରସ୍ତୁତ ବାୟୋପିକ୍‌ରେ ସେ ନିଜେ ଗାଇଥିବା ଏକ ଗୀତ ଗାଇଥିଲେ। ପରେ ଷ୍ଟେଜ୍‌ରେ ଯୋଗ ଦେଇଥିଲେ ବଲିଉଡ୍‌ କଣ୍ଠଶିଳ୍ପୀ ନୀତି ମୋହନ। ଶୁକ୍ରବାର ମ୍ୟାଚର ଦୁଇ ଅଧିନାୟକ ଫାଫ୍‌ ଡୁ’ପ୍ଲେସି ଓ ଋତୁରାଜ ଗାଏକ୍ୱାଡ ଆଇପିଏଲ୍‌ ଟ୍ରଫି ସହ ମଧ୍ୟ ସ୍ଥଳକୁ ଆସିଥିଲେ।

ମଞ୍ଚ ଉପରୁ ଆସିବା ଲାଗି ବିସିସିଆଇ ସଭାପତି ରୋଜର ବିନ୍ନିି ଓ ସମ୍ପାଦକ ଜୟ ଶାହାଙ୍କ ସମେତ ଅନ୍ୟ କର୍ମକର୍ତ୍ତାଙ୍କୁ ମଧ୍ୟ ଅନୁରୋଧ କରାଯାଇଥିଲା। ଶେଷରେ ସମସ୍ତ ଷ୍ଟାର ଷ୍ଟେଜ୍‌ରେ ଧାଡ଼ି କରି ଛିଡ଼ା ହୋଇ ଲୋକପ୍ରିୟ ଫିଲ୍ମ ‘ସ୍ଲମ୍‌ଡଗ୍‌ ମିଲିୟନେୟାର’ ଗୀତ ‘ଜୟ ହୋ’ ମିଳିତ ଭାବେ ଗାନ କରିଥିଲେ। ପରେ ଆତସବାଜି ସହ ଉଦ୍‌ଘାଟନୀ ଉତ୍ସବର ପରିସମାପ୍ତି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri