Posted inRasifala

ରାଶିଫଳ: ରବିବାର, ଅକ୍ଟୋବର ୧୭ ତାରିଖ – Daily Horoscope

ମେଷ
ଆଜି ଆପଣଙ୍କର ଯାତ୍ରା, ବନ୍ଧୁମିଳନ ଓ ମନୋରଞ୍ଜନ ପାଇଁ ଅନୁକୂଳ ସମୟ। ତଥାପି କୃତ୍ତିକା ନକ୍ଷତ୍ର ସକାଶେ ସାମାଜିକ ସ୍ତରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ସଭାସମିତି, ମାଲିମକଦ୍ଦମା କଥା କିମ୍ବା ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ପ୍ରତିଶ୍ରୁତିରୁ ଓହରିବା କାରଣରୁ ଶେଷ ସମୟରେ ବନ୍ଧୁଙ୍କ ଉପରୁ ବିଶ୍ୱାସ ହରାଇପାରନ୍ତି।
ବୃଷ
ବୃଷ
ପରିସ୍ଥିତିର ତାଡ଼ନାରେ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ରୋହିଣୀ ନକ୍ଷତ୍ରର ଅଳ୍ପ କେତେଦିନ ହେଲା ଖୋଜୁଥିବା ଜିନିଷର ସନ୍ଧାନ ଆଜି ହିଁ ମିଳିବ। ଘରେ ବନ୍ଧୁମିଳନ କିମ୍ବା ବନ୍ଧୁଙ୍କ ଅପ୍ରତ୍ୟାଶିତ ଆଗମନରୁ ଖୁସି ହୋଇଯିବେ। ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ ବିଶେଷ କିଛି ସତର୍କତାର ଆବଶ୍ୟକତା ପଡ଼ିବ ନାହିଁ।
ମିଥୁନ
ମିଥୁନ
ଆକସ୍ମିକ ସୃଷ୍ଟି ହୋଇଥିବା ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କୁ ସାହାଯ୍ୟ ମାଗିବେ। ଭଲ ସମ୍ପର୍କ ନ ଥିବା ବ୍ୟକ୍ତିମାନେ ଖାଲରେ ପକାଇବାକୁ ଚେଷ୍ଟାକଲେ ମଧ୍ୟ ସଫଳ ହେବେ ନାହିଁ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ପରିବାରରେ ଝଗଡ଼ା ଲାଗିପାରେ। ପୁନର୍ବସୁ ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଲାଭ ଅକ୍ଷୁଣ୍ଣ ରହିବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସାମାନ୍ୟ ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି ହେବ, ତାହା ବ୍ୟତୀତ ଅନ୍ୟ କୌଣସି ଅସୁବିଧା ହେବନାହିଁ। ଅଶ୍ଳେଷା ନକ୍ଷତ୍ର ଆନୁଷ୍ଠାନିକ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ଦୀର୍ଘଦିନରୁ ଚିନ୍ତା କରିଥିବା ଜମିଜମା କାମଟି ହଠାତ୍‌ ହୋଇଯିବ। ଋଣ ପରିଶୋଧ ପାଇଁ ଦୁଶ୍ଚିନ୍ତା ବୃଦ୍ଧି ପାଇବା ଆଶଙ୍କା ରହିଛି।
ସି˚ହ
ସି˚ହ
ମଘା ନକ୍ଷତ୍ର ବନ୍ଧୁମାନଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। କର୍ମକ୍ଷେତ୍ରରୁ ଫେରିବା ବାଟରେ ଅପରାହ୍ନେ କଳହର ସମ୍ମୁଖୀନ ହୋଇପାରନ୍ତି। ଖାଦ୍ୟପେୟର ଅନିୟମିତତା ସ୍ବାସ୍ଥ୍ୟହାନିର କାରଣ ହୋଇପାରେ। ହିତୈଷୀମାନଙ୍କ କଥା ମାନି ଚଳିଲେ କେତେକାଂଶରେ ଉପକୃତ ହେବେ।
କନ୍ୟା
ପ୍ରତାରିତ ହୋଇ ଅଭିଳଷିତ ଜିନିଷ ନ ପାଇବା କାରଣରୁ ଅନ୍ୟମାନଙ୍କ ପ୍ରତି ଭଲ ଧାରଣା ହ୍ରାସ ପାଇପାରେ। ବରାଦ ଅନୁଯାୟୀ ଗୃହୋପକରଣ କ୍ରୟ କରିବେ। ଚିତ୍ରା ନକ୍ଷତ୍ର ଜଣେ ବନ୍ଧୁଙ୍କ ସହଯୋଗରୁ ନିର୍ମାଣାଧୀନ କାମଟି ସମ୍ପନ୍ନ କରିପାରିବେ। ପ୍ରତିଯୋଗିତାରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ।
ତୁଳା
ତୁଳା
ଆଜିର କର୍ମକ୍ଷେତ୍ରରେ ଯେକୌଣସି ପରିସ୍ଥିତି ଆସୁନା କାହିଁକି, ଆପଣ ସମସ୍ୟା ସୁଧାରି ନେଇପାରିବେ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା ଫଳରେ ଧୈର୍ଯ୍ୟଚ୍ୟୁତି ଘଟିପାରେ। ସଭାସମିତିରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବା ପାଇଁ ଲବି କରିପାରନ୍ତି। ସ୍ବାତୀ ନକ୍ଷତ୍ର ସକାଳୁ ସକାଳୁ ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିବ।
ବିଛା
ବିଛା
ପରିବାରରେ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ। କ୍ରୀଡ଼ା, ଚଳଚ୍ଚିତ୍ର ଓ କଳା, ସାହିତ୍ୟ କ୍ଷେତ୍ରର ସମସ୍ୟା ସମାଧାନ ହେବ। କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ଅନୁରାଧା ନକ୍ଷତ୍ରର ଜୀବନଚର୍ଯ୍ୟାରେ ବ୍ୟତିକ୍ରମ ମାନସିକ ଅଶାନ୍ତିର କାରଣ ହେବ।
ଧନୁ
ଧନୁ
ପାରିବାରିକ କ୍ଷେତ୍ରରେ ନିକଟ ସମ୍ପର୍କୀୟମାନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ଘରେ ସାଧାରଣ କଥାରେ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେଇପାରେ। କଠୋର ଶ୍ରମଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ। ମୂଳା ନକ୍ଷତ୍ର ସକାଶେ ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ।
ମକର
ମକର
ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମ ଠିକ୍‌ ଠିକ୍‌ ହୋଇଯିବ। ସରକାରୀ ସ୍ତରରୁ ଅର୍ଥ ସାହାଯ୍ୟ ପାଇବେ ଏବଂ ହଠାତ୍‌ କୌଣସି ଖବର ପାଇ ଖୁସି ହେବେ। ପୂର୍ବ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ଶ୍ରବଣା ନକ୍ଷତ୍ର ପରିସ୍ଥିତିରେ ପଡ଼ି ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରଖିବାକୁ ବାଧ୍ୟ ହେବେ।
କୁମ୍ଭ
କୁମ୍ଭ
ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରନ୍ତୁ। ନିଜର ସ୍ବାର୍ଥକୁ ଅଗ୍ରାଧିକାର ଦେଇ ଆପଣଙ୍କ କାମକୁ ଅବହେଳା କରିପାରନ୍ତି। ଭାବୁଥିବା କାମଟି ସମ୍ପନ୍ନ କରିବା ସକାଶେ ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ଶତଭିଷା ନକ୍ଷତ୍ରର ଗୃହ, ଭୂମି, ଗାଡ଼ିମୋଟର, ପ୍ରେସ୍‌, ପବ୍ଲିକେଶନ ସମ୍ପର୍କିତ ଦୁଶ୍ଚିନ୍ତା ଆସିବ।
ମୀନମୀନ
ଆଜିର କର୍ମକ୍ଷେତ୍ରରେ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ଖଳଲୋକମାନଙ୍କ ଶୁଣାକଥାକୁ ବିଶ୍ୱାସକଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଏକ ଭିନ୍ନ ପରିବେଶରେ ପଡ଼ୋଶୀଙ୍କ ସହ ମିଷ୍ଟାଳାପରେ ଆଜି ଅଧିକାଂଶ ସମୟ ମାତିରହିବେ। ପାରିବାରିକ ସମସ୍ୟା କ୍ଷେତ୍ରରେ ଗୁରୁଜନଙ୍କ ସାନ୍ତ୍ବନାବାଣୀ ମନରେ ଆଶ୍ୱସ୍ତି ଭରିପାରେ ା

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଦୁର୍ବଳ…

ରାଶିଫଳ:ଶୁକ୍ରବାର, ସେପ୍ଟେମ୍ବର ୧୧ ତାରିଖ – Daily Horoscope

ମେଷ ଆଜି କୋଣଭାବସ୍ଥ ଚନ୍ଦ୍ର ପାପଗ୍ରହ ଯୁକ୍ତ କାରଣରୁ ସନ୍ତାନ ହେତୁକ ଦୁଃଶ୍ଚିନ୍ତା ଲାଗିରହିବ।ରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବିଶେଷ ଭଲ ରହିନପାରେ। ସ୍ବଗୃହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?