ବ୍ୟବସାୟୀଙ୍କୁ ବାନ୍ଧି ଲୁଟିନେଲେ ୧୮.୫ ଲକ୍ଷ

କଟକ ଅଫିସ,୨୨ା୧୦: କଟକ ଜିଲା ଚାଉଳିଆଗଞ୍ଜ ଥାନା ଅନ୍ତର୍ଗତ ମହାନଦୀ ବିହାର ଅଞ୍ଚଳର ଦୀପ୍ତିରଞ୍ଜନ ପଟ୍ଟନାୟକ ନାମକ ବ୍ୟବସାୟୀଙ୍କ ଘରୁ ଶୁକ୍ରବାର ସକାଳେ ଏକ ବଡଧରଣର ଡକାୟତି ହୋଇଛି। ଦୁର୍ବୃତ୍ତମାନେ ଦୀପ୍ତିରଞ୍ଜନ ଓ ତାଙ୍କ ସ୍ତ୍ରୀଙ୍କୁ ବାନ୍ଧି ପକାଇବା ସହ ଘରର ଆଲମିରାରେ ଥିବା ଅଳଙ୍କାର ଓ ୧୮ ଲକ୍ଷ ୫୦ ହଜାର ଟଙ୍କା ଲୁଟି ନେଇଥିଲେ। ଖବରପାଇ ଜୋନ୍‌-୧ ଏସିପି ଅରୁଣ କୁମାର ସ୍ବାଇଁ, ଚାଉଳିଆଗଞ୍ଜ ଥାନା ଆଇଆଇସି ଶଶିକାନ୍ତ ରାଉତ ସାଇଣ୍ଟିଫିକ୍‌ ଟିମ୍‌ ସହାୟତାରେ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିଛନ୍ତି।
ଅଭିଯୋଗ ଅନୁଯାୟୀ, ସକାଳ ପ୍ରାୟ ସାଢ଼େ ୬ଟା ବେଳେ ଦୀପ୍ତିରଞ୍ଜନ ଘରେ ଶୋଇଥିବାବେଳେ ୫ ଜଣ ଦୁର୍ବୃତ୍ତ କବାଟ ଠକ୍‌ ଠକ୍‌ କରିଥିଲେ। ତାଙ୍କ ସ୍ତ୍ରୀ ଶବ୍ଦ ଶୁଣି କବାଟ ଖୋଲିଥିଲେ। ଏହି ସମୟରେ ଦୁର୍ବୃତ୍ତମାନେ ଘର ଭିତରକୁ ପଶିଆସି ତାଙ୍କୁ ବାନ୍ଧି ପକାଇଥିଲେ। ଦୀପ୍ତିରଞ୍ଜନ ପାଟି ଶୁଣି ଉଠିପଡ଼ିଥିଲେ। ଘଟଣାସ୍ଥଳରେ ପହଞ୍ଚି ଦୁର୍ବୃତ୍ତମାନଙ୍କ ହାତରେ ମାଉଜର, ଭୁଜାଲି ଓ ଲୁହାରଡ଼ ଥିବା ଦେଖିବାକୁ ପାଇଥିଲେ। ସେ ଦୁର୍ବୃତ୍ତମାନଙ୍କୁ ବାଧା ଦେବାରୁ ସେମାନେ ତାଙ୍କ ମୁଣ୍ଡକୁ ବାଡ଼େଇ ଆହତ କରିବା ସହ ପାଟିରେ କିଛି ଭର୍ତ୍ତି କରି ବାନ୍ଧି ପକାଇଥିଲେ। ଆକ୍ରମଣରେ ତାଙ୍କ ମୁଣ୍ଡ ଫାଟିଯାଇଛି। ଏହାପରେ ଦୁର୍ବୃତ୍ତମାନେ ଆଲମିରା ଖୋଲି ଟଙ୍କା ଓ ଅଳଙ୍କାର ଲୁଟ୍‌ କରିଥିଲେ। ଲୁଟ୍‌ବେଳର ଦୃଶ୍ୟ ଘରେ ଲାଗିଥିବା ସିସିଟିଭି କ୍ୟାମେରାରେ କଏଦ ହୋଇଥିଲା। ଲୁଟ୍‌ର ପ୍ରମାଣ ନଷ୍ଟ କରିବା ପାଇଁ ଉକ୍ତ ସିସିଟିଭି କ୍ୟାମେରାର ହାର୍ଡଡିସ୍କକୁ ଦୁର୍ବୃତ୍ତମାନେ ଖୋଲି ନେଇଯାଇଥିଲେ। ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏଥିସହ ରାସ୍ତାପାର୍ଶ୍ୱରେ ଲାଗିଥିବା ସିସିଟିଭି କ୍ୟାମେରାକୁ ଯାଞ୍ଚ କରି ଅପରାଧୀଙ୍କୁ ଚିହ୍ନଟ ପାଇଁ ଉଦ୍ୟମ ଜାରି ରଖିଛି। ଦୀପ୍ତିରଞ୍ଜନ ଜଣେ ପ୍ରତିଷ୍ଠିତ ବିଲ୍ଡର ହୋଇଥିବାରୁ ଦୁର୍ବୃତ୍ତମାନେ ତାଙ୍କୁ ପୂର୍ବରୁ ଟାର୍ଗେଟ କରିଥାଇପାରନ୍ତି ବୋଲି ପୋଲିସ ଅନୁମାନ କରୁଛି। ଆନ୍ତଃରାଜ୍ୟ ଲୁଟେରାମାନଙ୍କ ସମ୍ପୃକ୍ତି ଥାଇପାରେ ବୋଲି ମଧ୍ୟ ପୋଲିସ ସନ୍ଦେହ କରୁଛି। ଏନେଇ ଏସିପି ସ୍ବାଇଁ କହିଛନ୍ତି, ମହାନଦୀ ବିହାର ଭଳି ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଏଭଳି ଡକାୟତି ଏକ ସ୍ପର୍ଶକାତର ଘଟଣା। ଘଟଣାର ବିଭିନ୍ନ ଦିଗକୁ ନେଇ ତଦନ୍ତ କରାଯାଉଛି। ଖୁବ୍‌ଶୀଘ୍ର ଅଭିଯୁକ୍ତମାନଙ୍କୁ ଗିରଫ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ ହୋଇ ୭ବର୍ଷ ବିତିଗଲାଣି, କାର୍ଯ୍ୟକ୍ଷମ ହୋଇପାରୁନି ଆଦିବାସୀ ହଷ୍ଟେଲ

କେସିଙ୍ଗା,୧୩।୧୦(ତୁମେଶ୍ୱର ସାହୁ): ଗରିବ ଆଦିବାସୀ ହରିଜନ ଛାତ୍ରୀଛାତ୍ରଙ୍କୁ ରହିବା ଖାଇବା ଠାରୁ ମାଗଣାରେ ପାଠ ପଢିବା ପାଇଁ ପୂର୍ବର ବିଜେଡି ସରକାର କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର…

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?