ବୁଢ଼ୀ ଠାକୁରାଣୀ ମନ୍ଦିରକୁ ୧୮.୯୧ କୋଟି

ଭୁବନେଶ୍ବର, ୮ା୭(ସୁନିତ୍‌ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀଙ୍କ ପୀଠର କାୟାକଳ୍ପ ବଦଳିବ। ମନ୍ଦିର ସମ୍ପୂର୍ଣ୍ଣ ନୂଆ ରୂପରେ ଝଲସିବ। ଏଥିଲାଗି ଦୁଇ ପର୍ଯ୍ୟାୟରେ ମୋଟ ୧୮ କୋଟି ୯୧ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। ଏ ସଂକ୍ରାନ୍ତ ମନ୍ଦିର ବିକାଶ ଯୋଜନାକୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିବା ସହ ନିର୍ଦ୍ଧାରିତ ସମୟରେ କାମ ଶେଷ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
ବ୍ରହ୍ମପୁରର ଆରାଧ୍ୟ ଦେବୀ ମା’ ବୁଢ଼ୀ ଠାକୁରାଣୀ କେବଳ ଗଞ୍ଜାମ କିମ୍ବା ଓଡ଼ିଶା ନୁହେଁ, ପଡ଼ୋଶୀ ଆନ୍ଧ୍ରପ୍ରଦେଶରେ ମଧ୍ୟ ପ୍ରସିଦ୍ଧ । ମା’ଙ୍କ ପୀଠକୁ ଦୈନିକ ବିଭିନ୍ନ ସ୍ଥାନରୁ ବହୁସଂଖ୍ୟକ ଶ୍ରଦ୍ଧାଳୁ ଆସିଥାଆନ୍ତି। ତେଣୁ ମନ୍ଦିର ସୌନ୍ଦର୍ଯ୍ୟକରଣ ଏବଂ ଭକ୍ତଙ୍କ ସୁବିଧା ପାଇଁ ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି। ତଦନୁଯାୟୀ ମୁଖ୍ୟ ମନ୍ଦିରର ବିକାଶ କରାଯିବ। ମନ୍ଦିର କାନ୍ଥ ଓ ଚଟାଣରେ ପଥର ବିଛାଯିବ। ଯଜ୍ଞକୁଣ୍ଡ, ମନ୍ଦିର କାର୍ଯ୍ୟାଳୟ ପୁନନିର୍ମାଣ ହେବ। କଳିଙ୍ଗ ସ୍ଥାପତ୍ୟରେ ମନ୍ଦିରକୁ ସୁଶୋଭିତ କରାଯିବ। ଶ୍ରଦ୍ଧାଳୁ, ପର୍ଯ୍ୟଟକଙ୍କ ହସ୍ତପଦ ପ୍ରକ୍ଷାଳନ ପାଇଁ ପାଣିର ବ୍ୟବସ୍ଥା, ପ୍ରେକ୍ଷାଳୟ, ବିଭିନ୍ନ କାର୍ଯ୍ୟରେ ବ୍ୟବହାର ପାଇଁ ହଲ୍‌, ପୂଜକମାନଙ୍କ ପାଇଁ ଗୃହ, ରୋଷଘର, ଭୋଗମଣ୍ଡପ ନିର୍ମାଣ ହେବ। ଆକର୍ଷଣୀୟ ଆଲୋକସଜ୍ଜା ବ୍ୟବସ୍ଥା ହେବ। ମନ୍ଦିରକୁ ଯାଇଥିବା ରାସ୍ତାର ଉନ୍ନତୀକରଣ, ପାର୍କିଂ ବ୍ୟବସ୍ଥା, ଶୌଚାଳୟ, ଲ୍ୟାଣ୍ଡସ୍କେପିଂ ସହ ବୃକ୍ଷରୋପଣ ପାଇଁ ପଦକ୍ଷେପ ନିଆଯିବ ବୋଲି ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ ନିକଟରେ ବୁଢ଼ୀ ଠାକୁରାଣୀଙ୍କ ମନ୍ଦିର ପରିଦର୍ଶନ କରିବା ସହ ପୀଠର ବିକାଶ ସମ୍ପର୍କରେ ପୂଜକ, ସ୍ଥାନୀୟ ଜନସାଧାରଣ, ଲୋକପ୍ରତିନିଧି ଓ ଜିଲା ପ୍ରଶାସନ ସହ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ଚ୍ଚାରେ ପିସି: ପ୍ୟାରିସ୍‌ରେ କଲେ…

ବଲିଉଡ୍‌ରୁ ହଲିଉଡ ପର୍ଯ୍ୟନ୍ତ ରାଜ୍‌ କରୁଥିବା ପ୍ରିୟଙ୍କା ଚୋପ୍ରା ବେଶ୍‌ ଆତ୍ମବିଶ୍ୱାସୀ। କାମରେ ହେଉ କି ପୋଷାକ ସେ ସର୍ବଦା ନିଜକୁ ଦୃଢ ଭାବରେ ପ୍ରଦର୍ଶିତ କରିଥାନ୍ତି।…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

‘ସେ ଏହାର ଯୋଗ୍ୟ ଥିଲେ’: ବାରୁଇପୁର ବଳାତ୍କାର-ହତ୍ୟା ଅଭିଯୁକ୍ତଙ୍କ ମୃତଦେହ ନେବାକୁ ମନା କଲେ ମାଆ

କୋଲକାତା,୮।୭: ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ପ୍ରଭାସ ମଣ୍ଡଳଙ୍କ ମାଆ ବୁଧବାର କହିଛନ୍ତି ଯେ ସେ ତାଙ୍କ ପୁଅର ମୃତଦେହ ଦାବି କରିବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri