ଉପାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ଏକାଠି ହେଲେ ୧୮ କାଉନ୍‌ସିଲର

ସୁନାବେଡା/ସେମିଳିଗୁଡା,୯ା୭(କୃତ୍ତିବାସ ପ୍ରଧାନ /ବାସୁଦେବ ବରାଡ଼):ସୁନାବେଡ଼ା ପୌର ପରିଷଦ ଉପାଧ୍ୟକ୍ଷା ଋତୁ କଣ୍ଟାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ପରିଷଦର ୧୮ କାଉନସିଲର କୋରାପୁଟ ଜିଲାପାଳଙ୍କ ନିକଟରେ ଫେରାଦ ହୋଇଛନ୍ତି। ସମସ୍ତ କାଉନସିଲରଙ୍କ ଦସ୍ତଖତ ସମ୍ବଳିତ ଏକ ଅଭିଯୋଗପତ୍ର ଜିଲାପାଳ ଭି.କୀର୍ତ୍ତି ଭାସନଙ୍କୁ ପ୍ରଦାନ କରାଯାଇଛି। ଉପାଧ୍ୟକ୍ଷା କାଉନସିଲରମାନଙ୍କୁ କାର୍ଯ୍ୟାଳୟରେ ଦୁର୍ବ୍ୟବହାର କରିବା ସହ ଅପଦସ୍ଥ କରୁଛନ୍ତି। ପରିଷଦର ବହୁ କାଉନସିଲରଙ୍କ ସହ ତାଙ୍କର ଝଗଡ଼ା ହେଉଛି। ୨ ମାସ ତଳେ ତାଙ୍କ ସ୍ବାମୀ ଏବଂ ବାପା ମିଶି ଜଣେ କାଉନସିଲରଙ୍କୁ ଜୀବନରେ ମାରିଦେବାର ଧମକ ଦେଇ ମରଣାନ୍ତକ ଆକ୍ରମଣ କରିଥିଲେ। ଏନେଇ କୋର୍ଟରେ ମାମଲା ଚାଲୁ ରହିଛି। ପରିଷଦର ଅଧିକାରୀ ଏବଂ କର୍ମଚାରୀଙ୍କୁ ଖରାପ ବ୍ୟବହାର ଯୋଗୁ ସମସ୍ତେ ନିଜକୁ ଅସୁରକ୍ଷିତ ମନେ କରୁଛନ୍ତି ବୋଲି ଅଭିଯୋଗପତ୍ରରେ ଉଲ୍ଲେଖ ରହିଛି। ଉପାଧ୍ୟକ୍ଷା କୌଣସି ଉନ୍ନତିମୂଳକ କାର୍ଯ୍ୟରେ ସହଯୋଗ କରିବା ବଦଳରେ ବାଧା ସୃଷ୍ଟି କରି ସ୍ବାର୍ଥ ହାସଲ ପାଇଁ ନିଜ ପଦବୀର ଦୁରୁପଯୋଗ କରୁଥିବା ଭଳି ଅଭିଯୋଗ କାଉନସିଲରମାନେ ଆଣିଛନ୍ତି। ଏହି କାରଣରୁ ଉପାଧ୍ୟକ୍ଷା ପଦବୀର ପରିବର୍ତ୍ତନ ନିମନ୍ତେ ଅନାସ୍ଥା ପ୍ରସ୍ତାବକୁ ଅନୁମତି ପାଇଁ ଜିଲାପାଳଙ୍କୁ ନିବେଦନ କରିଛନ୍ତି । ଏ ସମ୍ପର୍କରେ ଉପାଧ୍ୟକ୍ଷା କଣ୍ଟାଙ୍କୁ ପଚାରିବାରୁ ସେ କହିଛନ୍ତି, ଅଭିଯୋଗ ସମ୍ପର୍କରେ ସେ କିଛି ଜାଣିନାହାନ୍ତି। ତେବେ ତାଙ୍କ ବିରୋଧରେ ହୋଇଥିବା ଅଭିଯୋଗ ଭିତ୍ତିହୀନ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri