ଉପାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ଏକାଠି ହେଲେ ୧୮ କାଉନ୍‌ସିଲର

ସୁନାବେଡା/ସେମିଳିଗୁଡା,୯ା୭(କୃତ୍ତିବାସ ପ୍ରଧାନ /ବାସୁଦେବ ବରାଡ଼):ସୁନାବେଡ଼ା ପୌର ପରିଷଦ ଉପାଧ୍ୟକ୍ଷା ଋତୁ କଣ୍ଟାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ପରିଷଦର ୧୮ କାଉନସିଲର କୋରାପୁଟ ଜିଲାପାଳଙ୍କ ନିକଟରେ ଫେରାଦ ହୋଇଛନ୍ତି। ସମସ୍ତ କାଉନସିଲରଙ୍କ ଦସ୍ତଖତ ସମ୍ବଳିତ ଏକ ଅଭିଯୋଗପତ୍ର ଜିଲାପାଳ ଭି.କୀର୍ତ୍ତି ଭାସନଙ୍କୁ ପ୍ରଦାନ କରାଯାଇଛି। ଉପାଧ୍ୟକ୍ଷା କାଉନସିଲରମାନଙ୍କୁ କାର୍ଯ୍ୟାଳୟରେ ଦୁର୍ବ୍ୟବହାର କରିବା ସହ ଅପଦସ୍ଥ କରୁଛନ୍ତି। ପରିଷଦର ବହୁ କାଉନସିଲରଙ୍କ ସହ ତାଙ୍କର ଝଗଡ଼ା ହେଉଛି। ୨ ମାସ ତଳେ ତାଙ୍କ ସ୍ବାମୀ ଏବଂ ବାପା ମିଶି ଜଣେ କାଉନସିଲରଙ୍କୁ ଜୀବନରେ ମାରିଦେବାର ଧମକ ଦେଇ ମରଣାନ୍ତକ ଆକ୍ରମଣ କରିଥିଲେ। ଏନେଇ କୋର୍ଟରେ ମାମଲା ଚାଲୁ ରହିଛି। ପରିଷଦର ଅଧିକାରୀ ଏବଂ କର୍ମଚାରୀଙ୍କୁ ଖରାପ ବ୍ୟବହାର ଯୋଗୁ ସମସ୍ତେ ନିଜକୁ ଅସୁରକ୍ଷିତ ମନେ କରୁଛନ୍ତି ବୋଲି ଅଭିଯୋଗପତ୍ରରେ ଉଲ୍ଲେଖ ରହିଛି। ଉପାଧ୍ୟକ୍ଷା କୌଣସି ଉନ୍ନତିମୂଳକ କାର୍ଯ୍ୟରେ ସହଯୋଗ କରିବା ବଦଳରେ ବାଧା ସୃଷ୍ଟି କରି ସ୍ବାର୍ଥ ହାସଲ ପାଇଁ ନିଜ ପଦବୀର ଦୁରୁପଯୋଗ କରୁଥିବା ଭଳି ଅଭିଯୋଗ କାଉନସିଲରମାନେ ଆଣିଛନ୍ତି। ଏହି କାରଣରୁ ଉପାଧ୍ୟକ୍ଷା ପଦବୀର ପରିବର୍ତ୍ତନ ନିମନ୍ତେ ଅନାସ୍ଥା ପ୍ରସ୍ତାବକୁ ଅନୁମତି ପାଇଁ ଜିଲାପାଳଙ୍କୁ ନିବେଦନ କରିଛନ୍ତି । ଏ ସମ୍ପର୍କରେ ଉପାଧ୍ୟକ୍ଷା କଣ୍ଟାଙ୍କୁ ପଚାରିବାରୁ ସେ କହିଛନ୍ତି, ଅଭିଯୋଗ ସମ୍ପର୍କରେ ସେ କିଛି ଜାଣିନାହାନ୍ତି। ତେବେ ତାଙ୍କ ବିରୋଧରେ ହୋଇଥିବା ଅଭିଯୋଗ ଭିତ୍ତିହୀନ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri