୫୫ ପ୍ରକଳ୍ପ ପାଇଁ ୧୮କୋଟି ୮୪ଲକ୍ଷ ଅଟକଳ ଧାର୍ଯ୍ୟ

ବାଲେଶ୍ୱର ଅଫିସ, ୧୪।୬ (ମାନସ ବିଶ୍ୱାଳ)
ବାଲେଶ୍ୱର ଜିଲାପରିଷଦ ସମ୍ମିଳନୀ କକ୍ଷରେ ଜିଲାପରିଷଦ ଅଧ୍ୟକ୍ଷ ନାରାୟଣ ପ୍ରଧାନଙ୍କ ଅଧ୍ୟକ୍ଷତାରେ କୃଷି ବିଭାଗକୁ ନେଇ ସମୀକ୍ଷା ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଚଳିତବର୍ଷ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ମୋଟ ୫୫ ପ୍ରକଳ୍ପ ପାଇଁ ୧୮କୋଟି ୮୪ଲକ୍ଷ ଟଙ୍କାର ଅଟକଳ ମୂଲ୍ୟ ବ୍ୟୟବରାଦ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ବୈଠକରେ ଜିଲାପରିଷଦ ଉପାଧ୍ୟକ୍ଷା ଅନୁସୟା ପ୍ରଧାନ, ସମସ୍ତ ଜିଲାପରିଷଦ ସଭ୍ୟା/ସଭ୍ୟ, ସମସ୍ତ ବ୍ଲକ ଅଧ୍ୟକ୍ଷା/ଅଧ୍ୟକ୍ଷ ଉପସ୍ଥିତ ରହି ବ୍ଲକ ଏବଂ ଜୋନ୍‌ରେ ଚାଲିଥିବା ବିଭିନ୍ନ ବିଭାଗୀୟ କାର୍ଯ୍ୟ ଉପରେ ସମୀକ୍ଷା କରିଥିଲେ।
ବାଲିଆପାଳଠାରେ ଥିବା ଝୋଟକଳକୁ ପୁନଃ କାର୍ଯ୍ୟକ୍ଷମ କରିବା ପାଇଁ ଆଲୋଚନା ହେବା ସହ ପଞ୍ଚାୟତସ୍ତରରେ ଖାଲିପଡ଼ିଥିବା କୃଷକ ସାଥୀ ପଦବୀର ପୂରଣ ନିମନ୍ତେ ତୁରନ୍ତ ପଦକ୍ଷେପ ନେବାକୁ ଜିଲାପରିଷଦ ଅଧ୍ୟକ୍ଷ ପ୍ରଧାନ କହିଥିଲେ। ତତ୍‌ସହିତ ସମନ୍ବିତ କୃଷି ପ୍ରଣାଳୀରେ ଧାନ, ଝୋଟ, ନଳିତା, ମାଣ୍ଡିଆ, ସୋରିଷ, ବିରି, ମୁଗ ଆଦିକୁ ଚାଷ କରି କିପରି ଭାବରେ ଚାଷୀ ଲାଭବାନ ହେବ ସେ ବିଷୟରେ ପ୍ରତି ପଞ୍ଚାୟତରେ ସଚେତନତା କାର୍ଯ୍ୟକ୍ରମ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଜିଲାପରିଷଦ ସଞ୍ଜୟ ସେଠୀଙ୍କ କହିବା ଅନୁଯାୟୀ ରୂପସା, ବସ୍ତା ଅଞ୍ଚଳର ଉନ୍ନତମାନର ଧାନଚାଷ ହେଉଛି କିନ୍ତୁ କୀଟନାଶକ ଔଷଧ ପାଇଁ ଚାଷୀବନ୍ଧୁମାନେ ପଶ୍ଚିମବଙ୍ଗ ଉପରେ କାହିଁକି ନିର୍ଭର କରୁଛନ୍ତି ବୋଲି ପ୍ରଶ୍ନ ଉଠାଇଥିଲେ। ଏହା ଉପରେ ଆଲୋଚନା କରାଯାଇ କୀଟନାଶକ ଓଷଧର ଅଭାବକୁ ପୂରଣ କରାଯିବା ପାଇଁ ବିଭାଗୀୟ ଅଧିକାରୀ ସମ୍ମତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?