କୋଟିଆକୁ ୧୮ କୋଟି

ଭୁବନେଶ୍ୱର (ବ୍ୟୁରୋ)/ପଟ୍ଟାଙ୍ଗୀ(ଡି.ଏନ.ଏ.) ୬।୨: କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ୩ ସୀମାବର୍ତ୍ତୀ ଗ୍ରାମକୁ ନେଇ ଆନ୍ଧ୍ର ଏବଂ ଓଡ଼ିଶା ମଧ୍ୟରେ ବିବାଦ ଲାଗି ରହିଛି। ଉକ୍ତ ଗ୍ରାମଗୁଡ଼ିକୁ ନିଜର ଦାବି କରି ଆନ୍ଧ୍ର ସରକାର ନିର୍ବାଚନ ପାଇଁ ପ୍ରସ୍ତୁତି ଚଳାଇଛନ୍ତି। ଏହି ପରିପ୍ରେକ୍ଷୀରେ କୋଟିଆ ପଞ୍ଚାୟତର ବିକାଶ ପାଇଁ ଓଡ଼ିଶା ସରକାର ମଧ୍ୟ ଅଣ୍ଟା ଭିଡ଼ିଛନ୍ତି। ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ କୋଟିଆ ପଞ୍ଚାୟତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିମଧ୍ୟରୁ ୧୩ କୋଟି ଟଙ୍କାର କେତେକ ପ୍ରକଳ୍ପ ଉଦ୍‌ଘାଟନ କରିଥିବା ବେଳେ ୫ କୋଟି ଟଙ୍କାର ହାଇଲେଭଲ ସେତୁ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।
ମୁଖ୍ୟମନ୍ତ୍ରୀ ୨୦୧୮ରେ କୋଟିଆ ପଞ୍ଚାୟତର ବିକାଶ ପାଇଁ ୧୫୦ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରିଥିଲେ। ଉକ୍ତ ଅନୁଦାନ ଅର୍ଥରେ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ଜାରି ରହିଛି। ସ୍ବାସ୍ଥ୍ୟ, ଶିକ୍ଷା, ଯୋଗାଯୋଗ, ପିଇବା ପାଣି, ବିଜୁଳି ବ୍ୟବସ୍ଥାର ବିକାଶ କରାଯାଇଛି। ସ୍ଥାନୀୟ ବାସିନ୍ଦାଙ୍କୁ ଖାଦ୍ୟ ସୁରକ୍ଷାଠାରୁ ଆରମ୍ଭ କରି ସାମାଜିକ ନିରାପତ୍ତା ଯୋଗାଇ ଦିଆଯାଇଛି। ଜୀବନ ଜୀବିକା ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି। କୋଟିଆକୁ ଏକ ଆଦର୍ଶ ପଞ୍ଚାୟତ ଭାବେ ଗଢ଼ାଯିବ। ଖୁବ୍‌ଶୀଘ୍ର ମୁଖ୍ୟମନ୍ତ୍ରୀ ଅଞ୍ଚଳକୁ ଗସ୍ତ କରିବେ ବୋଲି ଘୋଷଣା କରିଛନ୍ତି। ରାଜ୍ୟର ବିକାଶ ଉପରେ ଫୋକସ୍‌ କରି ମୁଖ୍ୟମନ୍ତ୍ରୀ କହିଲେ, ମାଲକାନଗିରିରୁ ମୟୂରଭଞ୍ଜ, କୋରାପୁଟରୁ କଟକ ସବୁ ଅଞ୍ଚଳର ବିକାଶ ପାଇଁ ରାଜ୍ୟ ସରକାର କାମ କରୁଛନ୍ତି। ବିକାଶର ସୁଫଳ ପ୍ରତି ପରିବାର ପାଖରେ ପହଞ୍ଚାଇବା ଏକମାତ୍ର ଲକ୍ଷ୍ୟ। ଓଡ଼ିଶା ଆମର ମା’। ଓଡ଼ିଆ ଆମର ଭାଷା। ମହାପ୍ରଭୁ ଶ୍ରୀଜଗନ୍ନାଥ ଆମର ବଡ଼ଠାକୁର। ଜଗନ୍ନାଥ ସଂସ୍କୃତି ଆମର ସଂସ୍କୃତି। କୋରାପୁଟକୁ ଆମେ ଦ୍ୱିତୀୟ ଶ୍ରୀକ୍ଷେତ୍ର ବୋଲି କହିଥାଉ। ସ୍ବାଧୀନତା ସଂଗ୍ରାମରେ କୋରାପୁଟର ବଡ଼ ଭୂମିକା ରହିଛି। ଏହି ଅବସରରେ ସେ ଶହୀଦ ଲକ୍ଷ୍ମଣ ନାୟକଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
କାର୍ଯ୍ୟକ୍ରମରେ ଯୋଗଦେଇ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ବିକାଶମୂଳକ କାର୍ଯ୍ୟକ୍ରମ ଯୋଗୁ କୋଟିଆ ପଞ୍ଚାୟତର ଉନ୍ନତି ଘଟିଛି। ଅଞ୍ଚଳବାସୀ ମୌଳିକ ସୁବିଧା ପାଇପାରୁଛନ୍ତି। ଏଥିଲାଗି ସେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି। କୋରାପୁଟ ବିଧାୟକ ରଘୁରାମ ପଡାଲ, ପଟ୍ଟାଙ୍ଗୀ ବିଧାୟକ ପ୍ରୀତମ୍‌ ପାଢ଼ୀ ମଧ୍ୟ କୋଟିଆର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। କୋଟିଆ ପଞ୍ଚାୟତର ପ୍ରତିନିଧି, ସ୍ବୟଂସହାୟକ ଗୋଷ୍ଠୀ ସଦସ୍ୟ ଜିଲାର ବିକାଶମୂଳକ କାର୍ଯ୍ୟକ୍ରମର ସୁଫଳ ଲୋକମାନେ କିପରି ପାଉଛନ୍ତି ସେ ବିଷୟରେ ମତାମତ ରଖିଥିଲେ।
ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି. କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। କୋରାପୁଟ ଜିଲାପାଳ ସ୍ବାଗତ ଭାଷଣ ଦେଇଥିବା ବେଳେ ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ କୋଟିଆ ଅଞ୍ଚଳର ବିକାଶ ଉପରେ ଏକ ବୃତ୍ତଚିତ୍ର ପ୍ରଦର୍ଶନ କରାଯାଇଥିଲା। ମୁଖ୍ୟ ଶାସନ ସଚିବ, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ଶାସନ ସଚିବ ଏବଂ ଅର୍ଥ ବିଭାଗ ସଚିବ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri