କୋଟିଆକୁ ୧୮ କୋଟି

ଭୁବନେଶ୍ୱର (ବ୍ୟୁରୋ)/ପଟ୍ଟାଙ୍ଗୀ(ଡି.ଏନ.ଏ.) ୬।୨: କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ୩ ସୀମାବର୍ତ୍ତୀ ଗ୍ରାମକୁ ନେଇ ଆନ୍ଧ୍ର ଏବଂ ଓଡ଼ିଶା ମଧ୍ୟରେ ବିବାଦ ଲାଗି ରହିଛି। ଉକ୍ତ ଗ୍ରାମଗୁଡ଼ିକୁ ନିଜର ଦାବି କରି ଆନ୍ଧ୍ର ସରକାର ନିର୍ବାଚନ ପାଇଁ ପ୍ରସ୍ତୁତି ଚଳାଇଛନ୍ତି। ଏହି ପରିପ୍ରେକ୍ଷୀରେ କୋଟିଆ ପଞ୍ଚାୟତର ବିକାଶ ପାଇଁ ଓଡ଼ିଶା ସରକାର ମଧ୍ୟ ଅଣ୍ଟା ଭିଡ଼ିଛନ୍ତି। ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ କୋଟିଆ ପଞ୍ଚାୟତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିମଧ୍ୟରୁ ୧୩ କୋଟି ଟଙ୍କାର କେତେକ ପ୍ରକଳ୍ପ ଉଦ୍‌ଘାଟନ କରିଥିବା ବେଳେ ୫ କୋଟି ଟଙ୍କାର ହାଇଲେଭଲ ସେତୁ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।
ମୁଖ୍ୟମନ୍ତ୍ରୀ ୨୦୧୮ରେ କୋଟିଆ ପଞ୍ଚାୟତର ବିକାଶ ପାଇଁ ୧୫୦ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରିଥିଲେ। ଉକ୍ତ ଅନୁଦାନ ଅର୍ଥରେ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ଜାରି ରହିଛି। ସ୍ବାସ୍ଥ୍ୟ, ଶିକ୍ଷା, ଯୋଗାଯୋଗ, ପିଇବା ପାଣି, ବିଜୁଳି ବ୍ୟବସ୍ଥାର ବିକାଶ କରାଯାଇଛି। ସ୍ଥାନୀୟ ବାସିନ୍ଦାଙ୍କୁ ଖାଦ୍ୟ ସୁରକ୍ଷାଠାରୁ ଆରମ୍ଭ କରି ସାମାଜିକ ନିରାପତ୍ତା ଯୋଗାଇ ଦିଆଯାଇଛି। ଜୀବନ ଜୀବିକା ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି। କୋଟିଆକୁ ଏକ ଆଦର୍ଶ ପଞ୍ଚାୟତ ଭାବେ ଗଢ଼ାଯିବ। ଖୁବ୍‌ଶୀଘ୍ର ମୁଖ୍ୟମନ୍ତ୍ରୀ ଅଞ୍ଚଳକୁ ଗସ୍ତ କରିବେ ବୋଲି ଘୋଷଣା କରିଛନ୍ତି। ରାଜ୍ୟର ବିକାଶ ଉପରେ ଫୋକସ୍‌ କରି ମୁଖ୍ୟମନ୍ତ୍ରୀ କହିଲେ, ମାଲକାନଗିରିରୁ ମୟୂରଭଞ୍ଜ, କୋରାପୁଟରୁ କଟକ ସବୁ ଅଞ୍ଚଳର ବିକାଶ ପାଇଁ ରାଜ୍ୟ ସରକାର କାମ କରୁଛନ୍ତି। ବିକାଶର ସୁଫଳ ପ୍ରତି ପରିବାର ପାଖରେ ପହଞ୍ଚାଇବା ଏକମାତ୍ର ଲକ୍ଷ୍ୟ। ଓଡ଼ିଶା ଆମର ମା’। ଓଡ଼ିଆ ଆମର ଭାଷା। ମହାପ୍ରଭୁ ଶ୍ରୀଜଗନ୍ନାଥ ଆମର ବଡ଼ଠାକୁର। ଜଗନ୍ନାଥ ସଂସ୍କୃତି ଆମର ସଂସ୍କୃତି। କୋରାପୁଟକୁ ଆମେ ଦ୍ୱିତୀୟ ଶ୍ରୀକ୍ଷେତ୍ର ବୋଲି କହିଥାଉ। ସ୍ବାଧୀନତା ସଂଗ୍ରାମରେ କୋରାପୁଟର ବଡ଼ ଭୂମିକା ରହିଛି। ଏହି ଅବସରରେ ସେ ଶହୀଦ ଲକ୍ଷ୍ମଣ ନାୟକଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
କାର୍ଯ୍ୟକ୍ରମରେ ଯୋଗଦେଇ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ବିକାଶମୂଳକ କାର୍ଯ୍ୟକ୍ରମ ଯୋଗୁ କୋଟିଆ ପଞ୍ଚାୟତର ଉନ୍ନତି ଘଟିଛି। ଅଞ୍ଚଳବାସୀ ମୌଳିକ ସୁବିଧା ପାଇପାରୁଛନ୍ତି। ଏଥିଲାଗି ସେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି। କୋରାପୁଟ ବିଧାୟକ ରଘୁରାମ ପଡାଲ, ପଟ୍ଟାଙ୍ଗୀ ବିଧାୟକ ପ୍ରୀତମ୍‌ ପାଢ଼ୀ ମଧ୍ୟ କୋଟିଆର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। କୋଟିଆ ପଞ୍ଚାୟତର ପ୍ରତିନିଧି, ସ୍ବୟଂସହାୟକ ଗୋଷ୍ଠୀ ସଦସ୍ୟ ଜିଲାର ବିକାଶମୂଳକ କାର୍ଯ୍ୟକ୍ରମର ସୁଫଳ ଲୋକମାନେ କିପରି ପାଉଛନ୍ତି ସେ ବିଷୟରେ ମତାମତ ରଖିଥିଲେ।
ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି. କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। କୋରାପୁଟ ଜିଲାପାଳ ସ୍ବାଗତ ଭାଷଣ ଦେଇଥିବା ବେଳେ ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ କୋଟିଆ ଅଞ୍ଚଳର ବିକାଶ ଉପରେ ଏକ ବୃତ୍ତଚିତ୍ର ପ୍ରଦର୍ଶନ କରାଯାଇଥିଲା। ମୁଖ୍ୟ ଶାସନ ସଚିବ, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ଶାସନ ସଚିବ ଏବଂ ଅର୍ଥ ବିଭାଗ ସଚିବ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ରେକର୍ଡ ଭାଙ୍ଗିଲେ ତିଲକ ବର୍ମା, ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ବନିଲେ ନମ୍ବର ୧…

ନୂଆଦିଲ୍ଲୀ, ୨୪।୧୦: ଭାରତୀୟ ଯୁବ କ୍ରିକେଟର୍ ତିଲକ ବର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଏକ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଶନିବାର ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ…

ଭୁବନେଶ୍ୱର କୁମାରଙ୍କ ଜର୍ସି ନମ୍ବର ‘୮୭’ର ରହସ୍ୟ, କ୍ରିକେଟର୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ, ୨୪।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦ୍ରୁତ ବୋଲର ଭୁବନେଶ୍ୱର କୁମାରଙ୍କ ଯାଦୁ ଦେଖିବାକୁ ମିଳିନାହିଁ। ଦୀର୍ଘ ଦିନ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ…

ବରଗଡ଼ ମୁଖ୍ୟ କେନାଲରେ ୨ମାସ ଆସିବନି ପାଣି: ଏହି ଦିନଠାରୁ ଯୋଗାଣ ବନ୍ଦ, ଚିନ୍ତାରେ ଚାଷୀ

ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ…

ମା’ଙ୍କ ଶ୍ରାଦ୍ଧ ଲାଗି ଛୁଟିରେ ଗାଁକୁ ଆସିଥିଲେ, ଦୁର୍ଘଟଣାରେ ଚାଲିଗଲା ଯବାନଙ୍କ ଜୀବନ

କୋକସରା,୨୪।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦେଶ ସେବାରେ ନିୟୋଜିତ ଥିବା ଆସାମ ରାଇଫଲ୍ସ ହାବିଲଦାର ସରୋଜ କୁମାର ଶବରଙ୍କୁ ଶନିବାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ ଶ୍ରଦ୍ଧାଞ୍ଜଳି ଜ୍ଞାପନ…

‘ମୁଁ ଫୋନ୍ କରୁଥିଲି କିନ୍ତୁ…’… ବିରାଟ କୋହଲିଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଲେ DCର କୋଚ୍

ନୂଆଦିଲ୍ଲୀ,୨୪।୧୦: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ତଥା ଷ୍ଟାର୍ ବ୍ୟାଟ୍ସମ୍ୟାନ୍ ବିରାଟ କୋହଲିଙ୍କ ବିରୋଧରେ ପୁଣିଥରେ ଏକ ବଡ଼ ଅଭିଯୋଗ ଆସିଛି। ପୂର୍ବତନ ଭାରତୀୟ ସ୍ପିନର୍…

ଆସୁଛି ବାତ୍ୟା: ଇନ୍ଦ୍ରାବତୀର ୨ ଗେଟ୍‌ ଖୋଲିଲା

ନବରଙ୍ଗପୁର,୨୪।୧୦: ସମ୍ଭାବ୍ୟ ବାତ୍ୟା ଏବଂ ବର୍ଷାକୁ ଦୃଷ୍ଟିରେ ରଖି ଶନିବାର ଇନ୍ଦ୍ରାବତୀ ଜଳଭଣ୍ଡାରର ୨ଟି ଗେଟ୍‌ ଖୋଲାଯାଇଛି। ଡ୍ୟାମ୍‌ର ୩ ଓ ୬ ନମ୍ବର ଗେଟ୍‌ରୁ ୧୩୩…

୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ସହ ୯ ମୋବାଇଲ ଜବତ, ୭ ଜୁଆଡ଼ିଙ୍କୁ ଗିରଫ କରି…

ଗଞ୍ଜାମ,୨୪ା୧୦(ବିଦ୍ୟାଧର ସାହୁ): ରମ୍ଭା ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପୋଇରାଶି ପଞ୍ଚାୟତ ବରପଲ୍ଲୀ ଓ ଭୁଆଁଭୂଇଁ ଗ୍ରାମ ନିକଟସ୍ଥ ଠାକୁରାଣୀ ମନ୍ଦିରଠାରେ ଜୁଆଆଡ୍ଡା ଚାଲିଥିବାବେଳେ ରମ୍ଭା…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ୧ ନଭେମ୍ୱରରୁ ବଦଳିଯିବ ଡ୍ରାଇଭିଂ ଲାଇସେନ୍ସ, ମୋବାଇଲ କଲିଂ ଓ ଗ୍ୟାସ୍‌ ସିଲିଣ୍ଡର ଦର

ନୂଆଦିଲ୍ଲୀ,୨୪।୧୦: ଦେଶ ଏବଂ ଜାତୀୟ ରାଜଧାନୀ କ୍ଷେତ୍ର (NCR)ରେ ଆସନ୍ତା ୧ ନଭେମ୍ୱର ୨୦୨୬ରୁ ସାଧାରଣ ଜନତାଙ୍କ ଜୀବନ ସହିତ ଜଡ଼ିତ ଅନେକ ବଡ଼ ପରିବର୍ତ୍ତନ ଲାଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?