Posted inରାଜ୍ୟ

ଜାଲ୍‌ ପ୍ରମାଣ ପତ୍ର ଦେଇ ନେଇଗଲେ ୧୮ କୋଟି ଏସ୍‌ସି-ଏସ୍‌ଟି ଛାତ୍ରବୃତ୍ତି

ଭୁବନେଶ୍ୱର,୧୧।୯(ଅନିଲ ଦାସ): ଜାଲ୍‌ ପ୍ରମାଣପତ୍ରରେ କିପରି ଛାତ୍ର ବୃତ୍ତି ହଡ଼ପ କରାଯାଇଛି ତାହାର ମଧ୍ୟ ଗୁମର ଖୋଲିଛନ୍ତି କମ୍ପଟ୍ରୋଲର ଆଣ୍ଡ ଅଡିଟର ଜେନେରାଲ(ସିଏଜିି)। ରିପୋର୍ଟରେ ୯୭ ଲକ୍ଷ ଟଙ୍କାର ବୃତ୍ତି ଟଙ୍କା ହଡପ୍‌ କରାଯାଇଥିବା ଦର୍ଶାଯାଇଛି । ଜାଲ୍‌ ପ୍ରମାଣପତ୍ର ଜରିଆରେ ଏସ୍‌ସି/ଏସଟି ପିଲାଙ୍କ ପାଇଁ ଉଦ୍ଦିଷ୍ଟ ବୃତ୍ତି ଟଙ୍କା ହଡ଼ପ୍‌ କରାଯାଇଛି।

ଜିଲା କଲ୍ୟାଣ ଅଧିକାରୀ ଯାଞ୍ଚ ନ କରିବାରୁ ୯୭.୩୨ ଲକ୍ଷ ଟଙ୍କା ହଡ଼ପ୍‌ ହୋଇଥିବା ସିଏଜି ରିପୋର୍ଟରେ ଦର୍ଶାଯାଇଛନ୍ତିି। ସେହିପରି ନ କଲି ଆୟ ପ୍ରମାଣପତ୍ର ଦେଖାଇ ୪୮ ପିଲା ବୃତ୍ତି ଟଙ୍କା ନେଇଯାଇଛନ୍ତି । ଅନୁବନ୍ଧିତ ହୋଇ ନ ଥିବା କିଛି ଶିକ୍ଷାନୁଷ୍ଠାନ ମଧ୍ୟ ବୃତ୍ତି ଟଙ୍କା ନେଇଯାଇଛନ୍ତି । ୩୮ଟି ଶିକ୍ଷାନୁଷ୍ଠାନର ୫୬୬୦ ପିଲାଙ୍କୁ ବେଆଇନ ଭାବେ ୧୮ କୋଟି ଦିଆଯାଇଥିବା ସିଏଜି ରିପୋର୍ଟରେ ଦର୍ଶାଇଛନ୍ତି ।

ସେହିପରି ରିହାତି ଦରରେ ଜମି ଲିଜ ପାଇବାକୁ ଯୋଗ୍ୟ ନ ଥିବା ,ଅନୁଷ୍ଠାନକୁ ପୁରୀ ଜିଲାପାଳ ସରକାରୀ ଜମି ଲିଜ ଦେବା ଯୋଗୁ ୮.୪୭ କୋଟି ଟଙ୍କାର ରାଜସ୍ବ ହାନୀ ହୋଇଛି। ରାଜ୍ୟ ସରକାର ଶିଳ୍ପମାନଙ୍କୁ ଜମି ଯୋଗାଇ ଦେବାକୁ ଲ୍ୟାଣ୍ଡ ବ୍ୟାଙ୍କ ଗଠନ କରିଥିବା ବେଳେ ରାଜସ୍ବ ବିଭାଗ ନୀତି ଅନୁସାରେ ସ୍କୁଲ, କଲେଜ ପାଇଁ ରିହାତି ଦରରେ ଜମି ମନା ଥିବାବେଳେ ଏକ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା ପାଇଁ ପୁରୀ ଜିଲ୍ଲାପାଳ ୫ ଏକର ଜମି ଲିଜ୍‌ ଦେଇଥିଲେ। ପୁରୀ ଜିଲାପାଳଙ୍କ ଏହି ଅନିୟମିତ କାର୍ଯ୍ୟ ପାଇଁ ୮.୪୭ କୋଟି ରାଜସ୍ବ ହାନୀ ଘଟିଥିବା ସିଏଜି ରିପୋର୍ଟରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ପାକିସ୍ତାନର ନୂଆ ଚାଲ୍‌: PoKରେ ନିର୍ବାଚନ କରିବାକୁ ଘୋଷଣା, ଭାରତ କହିଲା…

ନୂଆଦିଲ୍ଲୀ,୬।୬:ପାକିସ୍ତାନର ଗିଲଗିଟ-ବାଲ୍ଟିସ୍ତାନ ବିଧାନସଭା ପାଇଁ ନିର୍ବାଚନ ଆୟୋଜନ ଯୋଜନା କରୁଛି। ଏହି ଅଞ୍ଚଳଟି ପାକିସ୍ତାନ ଦ୍ୱାରା ଅବୈଧ ଏବଂ ବଳପୂର୍ବକ ଭାବରେ ଦଖଲ କରାଯାଇଥିବା ଭାରତୀୟ ଅଞ୍ଚଳ।…

୭୯ ଥର ରକ୍ତଦାନ କରି ସୃଷ୍ଟି କଲେ ରେକର୍ଡ: ଜନ୍ମଦିନରେ ବଞ୍ଚାଇଲେ ଶିଶୁର ଜୀବନ

ଭଞ୍ଜନଗର, ୬।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳର ଜଣାଶୁଣା ରକ୍ତଦାତା ତଥା ସାମାଜିକ କର୍ମୀ ଜୟକୃଷ୍ଣ ପଟ୍ଟନାୟକ ୭୯ ଥର ରକ୍ତଦାନ କରି ଭଞ୍ଜନଗର…

India T20I Squad: ଘୋଷଣା ହେଲା ଟି-୨୦ ପାଇଁ ଟିମ ଇଣ୍ଡିଆ; ଶ୍ରେୟସ ଆୟର ଅଧିନାୟକ, ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୬।୬: ବିସିସିଆଇ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ସୂର୍ଯ୍ୟକୁମାର ଯାଦବଙ୍କ ସ୍ଥାନରେ ଶ୍ରେୟସ ଆୟରଙ୍କୁ ନୂତନ ଅଧିନାୟକ…

ITDA ଯନ୍ତ୍ରୀଙ୍କ ଧର୍ମଶାଳା ଘରେ ଚାଲିଛି ରେଡ୍‌, ମୋଟ୍‌ ୯ଟି ସ୍ଥାନରେ ରହିଛି…

ଧର୍ମଶାଳା,୬ା୬(ଶିବ ପ୍ରସାଦ ମହାନ୍ତି): ITDA ବାଲିଗୁଡ଼ା ଯନ୍ତ୍ରୀ ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ…

ଜଙ୍ଗଲରୁ ହାତୀ ଶାବକର ମୃତଦେହ ଜବତ

ରିଆମାଳ,୬ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ସଙ୍ଘାପଶି ଖସଡ଼ା ଜଙ୍ଗଲରୁ ଶନିବାର ଏକ ଅଣ୍ଡିରା ଶିଶୁ ଶାବକ ହାତୀର ମୃତଦେହ ଜବତ…

ତିନି ଦିନ ବିଳମ୍ବରେ ଗୋଆରେ ପହଞ୍ଚିଲା ମୌସୁମୀ, ଏବେ ବର୍ଷାକୁ ନେଇ ରେଡ ଆଲର୍ଟ, ଓଡ଼ିଶା ଛୁଇଁବାକୁ ଆହୁରି ଲାଗିବ…

ନୂଆଦିଲ୍ଲୀ,୬।୬: ପ୍ରାୟ ତିନି ଦିନ ବିଳମ୍ବ ପରେ, ଶନିବାର ମୌସୁମୀ ବାୟୁ ଗତି ବୃଦ୍ଧି ପାଇଛି ଏବଂ ଏହା ଗୋଆରେ ପହଞ୍ଚିଛି। କେରଳରେ ଆଗାମୀ ୨୪ ଘଣ୍ଟା…

ଘର ଆଗରେ ମା’-ଝିଅଙ୍କୁ ଅସଦାଚରଣ, ଥାନାରେ ଏତଲା ଦେବା ପରେ…

ଦିଗପହଣ୍ଡି,୬ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ ଅଧୀନ ଏକ ଗାଁରେ ଜଣେ ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ ଗ୍ରାମର ଏ.ଶଙ୍କର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri