ଭାଟୁଣିଆଁରେ ୧୮ ଟିକିଆ ହାତୀପଲ: ଲୋକେ ଆତଙ୍କିତ

କେନ୍ଦୁଝର,୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବନାଞ୍ଚଳ ପଦ୍ମପୁର ପଞ୍ଚାୟତ ଭାଟୁଣିଆଁ ଗ୍ରାମର ନାଳ ନିକଟରେ ୧୮ଟିକିଆ ହାତୀପଲ ଦିନବେଳେ ଡେରା ପକାଇଛନ୍ତି। ଶନିବାର ସନ୍ଧ୍ୟାରେ ଆମ୍ବଡହରାରୁ ହାତୀପୋଲ କୁଡ଼ିଆଘରା ଟିକରପଡ଼ା ଗ୍ରାମଦେଇ କାଦଗଡ଼ ମକରମେଳା ସେଠାରୁ ରେଳଲାଇନ୍‌ ଅତିକ୍ରମ କରି ଭଣ୍ତାନାଳୀସାହି ଆମ୍ବତୋଟାରେ ପହଞ୍ଚିଥିଲେ। ଫଳରେ ଦୁଇ ଦିନ ହେଲା ସ୍ଥାନୀୟ ଅଞ୍ଚଳ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ହାତୀମାନେ ନାଳରେ ଗାଧୋଇଥିଲେ। ଦେଖିବାକୁ ଶହଶହ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଥିଲା। କ୍ଷେତରେ ହୋଇଥିବା ଫସଲକୁ ସୁରକ୍ଷା ଦେବାକୁ ଟିକରପଡ଼ା, କୁଡ଼ିଆଘରା, ମହାଦେଇଯୋଡ଼ା, କାଦଗଡ଼, ଭାଟୁଣିଆଁ, ନରସିଂହପୁର, କେନ୍ଦୁପୋଶି ଗ୍ରାମର ଚାଷୀଙ୍କ ସମେତ ପଳାସପଙ୍ଗା ଫରେଷ୍ଟର ଜୟକୃଷ୍ଣ ଦାସ, ସ୍କ୍ବାଡ୍‌ କର୍ମଚାରୀ ଓ ଶତାଧିକ ସ୍ଥାନୀୟ ଲୋକ ହାତୀପଲଙ୍କୁ ଘଉଡ଼ାଇଥିଲେ। ଆଜି ସକାଳେ ଭାଟୁଣିଆଁ ନାଳରେ ହାତୀପୋଲ ରହିଯାଇଥିଲେ। ତେବେ ହାତୀପୋଲ ଯେଉଁ ଗତିବିଧି ଦେଇ ଚଳାଚଳ କରିଛନ୍ତି, ବାଡ଼ିବଗିଚାରେ ହୋଇଥିବା ବିଭିନ୍ନ ପରିପରିବା ଫସଲ ଖାଇବା ସହିତ ଅଧିକ ପାଦରେ ଦଳି ଚକଟି ନଷ୍ଟ କରିଦେଇଛନ୍ତି। ଦିନବେଳେ ହାତୀପଲଙ୍କୁ ଦେଖିବାକୁ ଜନଗହଳି ଲାଗି ରହିଥିଲା। ବନବିଭାଗ କର୍ମଚାରୀ ହାତୀପଲଙ୍କ ଗତିବିଧି ଉପରେ ନଜର ରଖିଥିବାବେଳେ ସନ୍ଧ୍ୟା ହେଲେ ଘଞ୍ଚଜଙ୍ଗଲକୁ ଘଉଡ଼ାଇବାକୁ ଲକ୍ଷ୍ୟ ରଖିଛନ୍ତି। ତୁରନ୍ତ କ୍ଷତିଗ୍ରସ୍ତ ଚାଷୀଙ୍କୁ ସରକାରୀ ସହାୟତା ଯୋଗାଇଦେବାକୁ ଦାବି ହୋଇଛି। ସ୍ଥାନୀୟ ଲୋକେ ନିଜର ଫସଲ ଓ ଧନଜୀବନର ସୁରକ୍ଷା ପାଇଁ ହାତୀମାନଙ୍କୁ ଘଉଡ଼ାଉଥିବା ବେଳେ କେତେକ ହାତୀଙ୍କୁ ବିଭିନ୍ନ ପ୍ରକାରର ହଇରାଣ ହରକତ କରୁଥିବାରୁ ହାତୀମାନେ ବ୍ୟତିବ୍ୟସ୍ତ ହୋଇ ଏଣେ ତେଣେ ଧାଉଁଥିବା ଦେଖିବାକୁ ମିଳୁଛି। କେତେକ ହାତୀଙ୍କ ସହିତ ସେଲ୍‌ଫି ନେବାକୁ ବା ହାତୀମାନଙ୍କ ଫଟୋ ନେବାକୁ ନିକଟକୁ ଚାଲି ଯାଉଥିବାରୁ ବିପଦ ଆଶଙ୍କା ରହୁଛି। ଏଣୁ ହାତୀମାନେ ପ୍ରତି ଆକ୍ରମଣ କରିବା ସମ୍ଭାବନା ରହୁଥିବାରୁ ଏଥିପ୍ରତି ବନ ବିଭାଗ ଦୃଷ୍ଟି ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri