ଟିକରପଡାରେ ୧୮ଟିକିଆ ହାତୀ, ଦଳିଦେଲେ ବଇତାଳୁ ଫସଲ

କେନ୍ଦୁଝର,୨୭।୩ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବନାଞ୍ଚଳ ଅଞ୍ଚଳରେ ୧୮ଟିକିଆ ହାତୀପୋଲ ଆତଙ୍କ ଖେଳାଇ ଚାଲିଛନ୍ତି। ଗତକାଲି ସଂଧ୍ୟାରେ ସଲରାପଣ୍ଠ ଜଙ୍ଗଲରୁ ବାହାରି ବିଳମ୍ବିତ ରାତି ୧ଟାବେଳେ ସଦର ବ୍ଲକ ମହାଦେଇଯୋଡା ପଞ୍ଚାୟତ ଟିକରପଡା ହନୁମାନଘାଟି ତଳ ଜଙ୍ଗଲ ଦେଇ ହାତୀପୋଲ କାଦଗଡ ମୁହାଁ ହୋଇଥିଲେ। ଟିକରପଡା ଗ୍ରାମର ବିନେଶ ବେହେରାଙ୍କ କ୍ଷେତରେ ହୋଇଥିବା ୧ଏକରରୁ ଉର୍ଦ୍ଧ ବଇତାଳୁ,ଶ୍ରୀକାନ୍ତ ବେହେରା ଓ ବସନ୍ତ ବେହେରାଙ୍କ ସୋଲା ଚାଷ ହାତୀପୋଲ ପାଦରେ ଦଳି ନଷ୍ଟ କରିଦେଇଛନ୍ତି।

ପଳାସପଙ୍ଗା ଫରେଷ୍ଟର ଜୟକୃଷ୍ଣ ଦାସ ଓ ହାତୀ ଘୋଉଡାଇବା ସ୍କ୍ବାର୍ଡ କର୍ମଚାରୀ ସମେତ ସ୍ଥାନୀୟ ଲୋକେ ହାତୀପୋଲଙ୍କୁ ଘୋଉଡାଇଥିଲେ। ସେମାନେ ଯେଉଁ ଦିଗରେ ଯାଇଥିଲେ ପୁଣି ରାଇସୁଆଁ ଫାର୍ମ ଦେଇ ସକାଳ ୫ଟାବେଳେ ଟିକରପଡା କୁଡିଆଘରା ସାହି ନିକଟସ୍ଥ ଆମ୍ବଡହରା ଜଙ୍ଗଲକୁ ହାତୀପୋଲ ଫେରିଥିବା ଜଣାପଡିଛି। ତେବେ ହାତୀ ଘୋଉଡାଇବାବେଳେ ଟିକରପଡା ଗ୍ରାମର ହେମନ୍ତ ବେହେରା(୩୦)ତଳେ ପଡି ଯିାରୁ ତାଙ୍କର ଡାହାଣ ହାତ ଭାଙ୍ଗିଛି।ସେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହୋଇ ଘରକୁ ଫେରିଛନ୍ତି।କ୍ଷେତରେ ହୋଇଥିବା ବିଭିନ୍ନ ପନିପରିବା ଫସଲ ହାତୀପୋଲ ପାଦରେ ଦଳିଚକଟି ନଷ୍ଟ କରିଦେଇଛନ୍ତି। ତୁରନ୍ତ କ୍ଷୟକ୍ଷତି ଆକୋଳନ କରି କ ଚାଷୀଙ୍କୁ କ୍ଷତିପୂରଣ ସହାୟତା ପ୍ରଦାନ କରିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

ମହାନଦୀ ଜଳ ବିବାଦ: ଓଡ଼ିଶା ଚାହୁଁଛି କେନ୍ଦ୍ର ମଧ୍ୟସ୍ଥତା

ଭୁବନେଶ୍ୱର,୫ା୨(ରବିନାରାୟଣ ଜେନା):ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହା ଟ୍ରିବ୍ୟୁନାଲ ମାଧ୍ୟମରେ ସମାଧାନ ହେବା ସମୟସାପେକ୍ଷ। ତେଣୁ ମଧ୍ୟସ୍ଥ ଜରିଆରେ…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri