ଆଲ୍‌କହଲ ହ୍ୟାଣ୍ଡ ସାନିଟାଇଜର ଉପରେ ୧୮% ଜିଏସ୍‌ଟି

ନୂଆଦିଲ୍ଲୀ,୧୪।୭: ଆଲ୍‌କହଲ ହ୍ୟାଣ୍ଡ ସାନିଟାଇଜର ଉପରେ ୧୮% ଜିଏସ୍‌ଟି ଲାଗୁ ହେବ। ଏହା ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରେ ଆସୁଥିଲେ ମଧ୍ୟ ଏହା ଉପରେ ଉଚ୍ଚ ହାରର ଜିଏସ୍‌ଟି ଲାଗିବ ବୋଲି ଜଣାପଡ଼ିଛି। ଜିଏସ୍‌ଟି ବ୍ୟବସ୍ଥାରେ ଅଥରିଟି ଅଫ୍‌ ଆଡଭାନ୍ସ ରୁଲିଂସ(ଏଏଆର୍‌)ର ଗୋଆ ବେଞ୍ଚ ଏଭଳି ନିର୍ଦ୍ଦେଶ ଦେଇଛନ୍ତି। ସ୍ଥାନୀୟ କମ୍ପାନୀଗୁଡିକ ଦ୍ୱାରା ଏହା ପ୍ରସ୍ତୁତ ହେଉଥିଲେ ଏଭଳି ଟିକସ ଲାଗୁ କରିବାକୁ ଏଏଆର୍‌ ନିର୍ଦ୍ଦେଶରେ କହିଛନ୍ତି। ସ୍ପ୍ରିଙ୍ଗଫିଲ୍‌ଡ ଇଣ୍ଡିଆ ଡିଷ୍ଟିଲେରି ପକ୍ଷରୁ ଏ ପ୍ରସଙ୍ଗରେ ଏକ ଆବେଦନ କରାଯାଇଥିଲା। ଏଥିରେ କୁହାଯାଇଥିଲା ଯେ, କମ୍ପାନୀ ପକ୍ଷରୁ ପ୍ରସ୍ତୁତ ସାନିଟାଇଜର କେଉଁ ବର୍ଗରେ ଆସିବ। ଏହା ଉପରେ ଟିକସ ଛାଡ ହୋଇପାରିବ କି ନାହିଁ। ମାମଲା ଉପରେ ଏଏଆର୍‌ ସ୍ପଷ୍ଟ କରିବା ସହ ୧୮% ଜିଏସ୍‌ଟି ଲାଗୁ କରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି। ଏଭଳି ଉତ୍ପାଦ ୧୨% ଟିକସ ବର୍ଗରେ ଆସୁଛି। ଏହା ଅତ୍ୟାବଶ୍ୟକ ସାମଗ୍ରୀ ବର୍ଗରେ ଆସୁଥିବାରୁ ଏହା ଉପରେ ଟିକସ ଛାଡ଼ ହେବ କି ନାହିଁ ତା’ ଉପରେ ସ୍ପଷ୍ଟ କରିବା ଲାଗି ଆବେଦନରେ କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ

ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି।…

ଏହି ଜିଲାରେ ବନ୍ଦ ରହିବ ୨୦୫ ସ୍କୁଲ, ୨୬୫ ଅଙ୍ଗନୱାଡି କେନ୍ଦ୍ର, ଜାଣନ୍ତୁ

ଭଦ୍ରକ,୨୦।୮(ସନାତନ ରାଉତ): ଭଦ୍ରକ ଜିଲାରେ ଜାରି ରହିଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଶୁକ୍ରବାର ୪ ବ୍ଲକର ୨୦୫ ସ୍କୁଲ ଓ ୨୬୫ ଅଙ୍ଗନୱାଡି କେନ୍ଦ୍ର ବନ୍ଦ…

ଭଷ୍ମାରେ ଭୟାବହ ସଡ଼କ ଦୁର୍ଘଟଣା: ଟ୍ରଲର ଚକା ତଳେ ଚାଲିଗଲା ମହିଳାଙ୍କ ସମେତ ୨ ଶିଶୁଙ୍କ ଜୀବନ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ରାଉରକେଲା-ସମ୍ବଲପୁର ବିଜୁ ଏକ୍ସପ୍ରେସ୍‌ୱେ’ର ସୁନ୍ଦରଗଡ଼ ଜିଲା ଭଷ୍ମା ପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଏକ ମର୍ମନ୍ତୁଦ ସଡ଼କ…

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ଭାତ ଖାଇବା ବେଳେ ଗଡ଼ିଲା ମୁଣ୍ଡ: ସାମାନ୍ୟ କଳିରୁ ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନ ଭାଇ

ଭବାନୀପାଟଣା,୨୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବଳରାମପୁର ଗ୍ରାମରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ତଥା ରକ୍ତାକ୍ତ ଘଟଣା ସାମ୍ନାକୁ ଆସିଛି।…

ଗାଧୋଇବା ବେଳେ ଭାସିଗଲେ ୩ ଯୁବକ, ଆଉ ତା’ପରେ…

ସମ୍ବଲପୁର,୨୦।୮,ସମ୍ବଲପୁର ଜିଲା ମାନେଶ୍ବର ମାଳତି ଯୋରରେ ଗୁରୁବାର ଏକ ଦୁଖଃଦ ଘଟଣା ଘଟିଛି। ଗାଧୋଇବା ବେଳେ ୩ଜଣ ଯୁବକ ଭାସି ଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର…

କେତୁଙ୍କ ଘରେ ବୁଧଙ୍କ ପ୍ରବେଶ, ୩ ରାଶିଙ୍କ ଘରେ ପଡିଯିବ ଅକାଳ! ଆଖି ପିଛୁଳାକେ ଚାଲିଯିବ ସବୁ ଟଙ୍କା…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହ ଏବଂ ନକ୍ଷତ୍ରମାନଙ୍କର ଚାଲି ପରିବର୍ତ୍ତନ ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ। ବୁଧ ଏବଂ କେତୁଙ୍କ ସ୍ଥିତି ଓ ନକ୍ଷତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri