୧୮ ଶିଳ୍ପ ପ୍ରକଳ୍ପ ଅନୁମୋଦିତ

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ରାଜ୍ୟରେ ଶିଳ୍ପାୟନର ବିକାଶ ପାଇଁ ପ୍ରକଳ୍ପ ନିର୍ଦ୍ଧାରଣ ନିମନ୍ତେ ବିଭିନ୍ନ ବିଭାଗରୁ ବରିଷ୍ଠ ବୈଷୟିକ ଅଧିକାରୀ ଏବଂ କଳିଙ୍ଗନଗର, ପାରାଦୀପ, ଝାରସୁଗୁଡ଼ା ଓ ରାୟଗଡ଼ା ଶିଳ୍ପାଞ୍ଚଳରୁ ଶିଳ୍ପାନୁଷ୍ଠାନ ପ୍ରତିନିଧିମାନଙ୍କୁ ନେଇ ଗୋଟିଏ ବୈଷୟିକ ଟିମ୍‌ ଗଠନ କରାଯାଇଥିଲା। ଏହି ଟିମ୍‌ ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୭୦୮.୬୭ କୋଟି ଟଙ୍କା ଆକଳନରେ ୧୮ଟି ପ୍ରକଳ୍ପ ସୁପାରିସ କରିଛିି। ସୁପାରିସ ହୋଇଥିବା ଗୁରୁତ୍ୱପୂର୍ଣ୍ଣ ସଡ଼କ ଯୋଗାଯୋଗ, ବାହ୍ୟ ଜଳ ଯୋଗାଣ ଏବଂ ଭଣ୍ଡାରଘର ନିର୍ମାଣ ଆଦି ପ୍ରକଳ୍ପ ରହିଛି। ସେଥିରେ ଇଡ୍‌କୋର ୩୦୨.୯୫ କୋଟି ଟଙ୍କା ଆକଳନରେ ୧୨ଟି ପ୍ରକଳ୍ପ, ପୂର୍ତ୍ତ ବିଭାଗର ୩୮୬.୬୪ କୋଟି ଟଙ୍କା ଆକଳନରେ ୪ଟି ପ୍ରକଳ୍ପ ଏବଂ ଓଡ଼ିଶା ରାଜ୍ୟ ଓୟାର ହାଉସିଂ ନିଗମର ୧୯.୦୮ କୋଟି ଟଙ୍କା ଆକଳନରେ ୨ଟି ପ୍ରକଳ୍ପ ରହିଛି। ଏହି ପ୍ରକଳ୍ପଗୁଡ଼ିକ ମୁଖ୍ୟତଃ କଳାହାଣ୍ଡି, ଯାଜପୁର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ନବରଙ୍ଗପୁର, ଢେଙ୍କାନାଳ,ପୁରୀ ଜିଲା ସହିତ ରାଜ୍ୟ ଓୟାର ହାଉସିଂ ନିଗମର ବିଭିନ୍ନ ସ୍ଥାନରେ ନିର୍ମାଣ କରାଯିବ। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ଷମତାସମ୍ପନ୍ନ କମିଟି ବୈଠକରେ ଏହାକୁ ଅନୁମୋଦନ କରାଯାଇଛି।
ଏହି ପ୍ରକଳ୍ପଗୁଡ଼ିକ ଶିଳ୍ପାୟନ ଭିତ୍ତିଭୂମି ବିକାଶ ନିମନ୍ତେ ଏକାନ୍ତ ଆବଶ୍ୟକ ହୋଇଥିବାରୁ ପୁଞ୍ଜି ନିବେଶ ନିମନ୍ତେ ରାଜ୍ୟ ପାଇଁ ସ୍ବତନ୍ତ୍ର ସହାୟତା ସ୍କିମ୍‌ର ଅନ୍ତର୍ଭୁକ୍ତ ହୋଇପାରିବ। ଏଥିନିମନ୍ତେ ଅନୁମୋଦିତ ପ୍ରକଳ୍ପଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ପ୍ରଧାନମନ୍ତ୍ରୀ ଗତି-ଶକ୍ତି ପୋର୍ଟାଲରେ ଅପଲୋଡ୍‌ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।
ରାଜ୍ୟ ଲୋକସେବା ଭବନରୁ ଡିଜିଟାଲ୍‌ ମୋଡ୍‌ରେ ଅନୁଷ୍ଠିତ ଏହି ବୈଠକରେ ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା, ଜଳସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମାଙ୍କ ସମେତ ସମ୍ପୃକ୍ତ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri