୧୮ ଶିଳ୍ପ ପ୍ରକଳ୍ପ ଅନୁମୋଦିତ

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ରାଜ୍ୟରେ ଶିଳ୍ପାୟନର ବିକାଶ ପାଇଁ ପ୍ରକଳ୍ପ ନିର୍ଦ୍ଧାରଣ ନିମନ୍ତେ ବିଭିନ୍ନ ବିଭାଗରୁ ବରିଷ୍ଠ ବୈଷୟିକ ଅଧିକାରୀ ଏବଂ କଳିଙ୍ଗନଗର, ପାରାଦୀପ, ଝାରସୁଗୁଡ଼ା ଓ ରାୟଗଡ଼ା ଶିଳ୍ପାଞ୍ଚଳରୁ ଶିଳ୍ପାନୁଷ୍ଠାନ ପ୍ରତିନିଧିମାନଙ୍କୁ ନେଇ ଗୋଟିଏ ବୈଷୟିକ ଟିମ୍‌ ଗଠନ କରାଯାଇଥିଲା। ଏହି ଟିମ୍‌ ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୭୦୮.୬୭ କୋଟି ଟଙ୍କା ଆକଳନରେ ୧୮ଟି ପ୍ରକଳ୍ପ ସୁପାରିସ କରିଛିି। ସୁପାରିସ ହୋଇଥିବା ଗୁରୁତ୍ୱପୂର୍ଣ୍ଣ ସଡ଼କ ଯୋଗାଯୋଗ, ବାହ୍ୟ ଜଳ ଯୋଗାଣ ଏବଂ ଭଣ୍ଡାରଘର ନିର୍ମାଣ ଆଦି ପ୍ରକଳ୍ପ ରହିଛି। ସେଥିରେ ଇଡ୍‌କୋର ୩୦୨.୯୫ କୋଟି ଟଙ୍କା ଆକଳନରେ ୧୨ଟି ପ୍ରକଳ୍ପ, ପୂର୍ତ୍ତ ବିଭାଗର ୩୮୬.୬୪ କୋଟି ଟଙ୍କା ଆକଳନରେ ୪ଟି ପ୍ରକଳ୍ପ ଏବଂ ଓଡ଼ିଶା ରାଜ୍ୟ ଓୟାର ହାଉସିଂ ନିଗମର ୧୯.୦୮ କୋଟି ଟଙ୍କା ଆକଳନରେ ୨ଟି ପ୍ରକଳ୍ପ ରହିଛି। ଏହି ପ୍ରକଳ୍ପଗୁଡ଼ିକ ମୁଖ୍ୟତଃ କଳାହାଣ୍ଡି, ଯାଜପୁର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ନବରଙ୍ଗପୁର, ଢେଙ୍କାନାଳ,ପୁରୀ ଜିଲା ସହିତ ରାଜ୍ୟ ଓୟାର ହାଉସିଂ ନିଗମର ବିଭିନ୍ନ ସ୍ଥାନରେ ନିର୍ମାଣ କରାଯିବ। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ଷମତାସମ୍ପନ୍ନ କମିଟି ବୈଠକରେ ଏହାକୁ ଅନୁମୋଦନ କରାଯାଇଛି।
ଏହି ପ୍ରକଳ୍ପଗୁଡ଼ିକ ଶିଳ୍ପାୟନ ଭିତ୍ତିଭୂମି ବିକାଶ ନିମନ୍ତେ ଏକାନ୍ତ ଆବଶ୍ୟକ ହୋଇଥିବାରୁ ପୁଞ୍ଜି ନିବେଶ ନିମନ୍ତେ ରାଜ୍ୟ ପାଇଁ ସ୍ବତନ୍ତ୍ର ସହାୟତା ସ୍କିମ୍‌ର ଅନ୍ତର୍ଭୁକ୍ତ ହୋଇପାରିବ। ଏଥିନିମନ୍ତେ ଅନୁମୋଦିତ ପ୍ରକଳ୍ପଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ପ୍ରଧାନମନ୍ତ୍ରୀ ଗତି-ଶକ୍ତି ପୋର୍ଟାଲରେ ଅପଲୋଡ୍‌ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।
ରାଜ୍ୟ ଲୋକସେବା ଭବନରୁ ଡିଜିଟାଲ୍‌ ମୋଡ୍‌ରେ ଅନୁଷ୍ଠିତ ଏହି ବୈଠକରେ ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା, ଜଳସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମାଙ୍କ ସମେତ ସମ୍ପୃକ୍ତ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri