ବରଗଡ଼ରେ ପୁଣି ୧୮ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୮୭ରେ ପହଞ୍ଚିଲା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ରବିବାର ପୁଣି ୧୮ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼ ବ୍ଲକ କଟାପାଲି ଗ୍ରାମର ସର୍ବାଧିକ ୧୫ଜଣ ରହିଥିବା ବେଳେ ପଦ୍ମପୁର ପୌରାଞ୍ଚଳର ୨ଜଣ ଏବଂ ଅମ୍ବାଭୋନା ବ୍ଲକର ଜଣେ ରହିଛନ୍ତି। ଆକ୍ରାନ୍ତମାନଙ୍କୁ ବରଗଡ଼ କୋଭିଡ୍‌ ହସ୍ପିଟାଲ ଏବଂ କୋଭିଡ କେୟାର ସେଣ୍ଟରରେ ଭର୍ତ୍ତି କରାଯାଇଥିବା ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି। ନୂଆ ପଜିଟିଭ୍‌ ଚିହ୍ନଟ ହେବା ପରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮୭ରେ ପହଞ୍ଚିଛି। ତେବେ କଟାପାଲିରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ଘଟଣା ଏଠାରେ ଚିନ୍ତା ବଢ଼ାଇ ଦେଇଛି। ଗତ ୧୬ ତାରିଖରେ ଏହି ଗ୍ରାମରେ ଜଣେ ୭୬ ବର୍ଷୀୟ ବୃଦ୍ଧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ତେବେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା। ଏହାପରେ କେବଳ କଟାପାଲି ଗ୍ରାମରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୨୮ରେ ପହଞ୍ଚି ଥିବାବେଳେ କଟାପାଲି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଅନ୍ୟ ୩ଜଣ ସ୍ବାସ୍ଥ୍ୟ କର୍ମଚାରୀ ପୂର୍ବରୁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ସେହିପରି ଗ୍ରାମର ପ୍ରଥମ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ପୂର୍ବରୁ ପଡ଼ୋଶୀ ଗ୍ରାମ କମଗାଁର ଆଉ ୨ଜଣ ଏଥିରେ ଆକ୍ରାନ୍ତ ଥିଲେ ବୋଲି ସୂଚନା ଦିଆଯାଇଥିଲା। ଗତ ୧୬ ତାରିଖରୁ କଟାପାଲି କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷିତ ହୋଇଥିବା ବେଳେ ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri