ରାଜ୍ୟରେ ଖୋଲିବ ଆଉ ୧୮ଟି ସରକାରୀ ଡିଗ୍ରୀ କଲେଜ

ଭୁବନେଶ୍ୱର, ୧୮।୨(ଅସମାପିକା ସାହୁ)- ରାଜ୍ୟରେ ଆଉ ୧୮ଟି ସରକାରୀ ଡିଗ୍ରୀ କଲେଜ ଖୋଲିବ। ଚଳିତ ଶିକ୍ଷାବର୍ଷଠାରୁ ଏସବୁ କଲେଜ କାର୍ଯ୍ୟକ୍ଷମ ହେବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଗସ୍ତ ସମୟରେ ନିଜ ଅଞ୍ଚଳରେ ଡିଗ୍ରୀ କଲେଜ ପ୍ରତିଷ୍ଠା ପାଇଁ ଲୋକମାନେ ଅନୁରୋଧ କରିଥିଲେ। ଯାହାକୁ ଭିତ୍ତି କରି ୧୮ଟି ବ୍ଲକରେ ସରକାରୀ ଡିଗ୍ରୀ କଲେଜ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ସେହିପରି ଆସନ୍ତା ସପ୍ତାହରେ ୧ ହଜାର ୫୬ ଜଣ ଅଧ୍ୟାପକଙ୍କୁ ଷ୍ଟାଫ୍‌ ସିଲେକ୍ସନ ବୋର୍ଡ ଜରିଆରେ ନିଯୁକ୍ତି ଦିଆଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।
ମନ୍ତ୍ରୀ କହିଛନ୍ତି, ୨୦୦୦ ମସିହାରେ ଓଡ଼ିଶାରେ ୫୪୮ଟି ଡିଗ୍ରୀ କଲେଜ ଥିଲା। ଏବେ ୧ ହଜାର ୪୦ରେ ପହଞ୍ଚତ୍ଛି। ବିଶ୍ବବିଦ୍ୟାଳୟ ସଂଖ୍ୟା ୫ରୁ ବୃଦ୍ଧି ପାଇ ୨୪ରେ ପହଞ୍ଚତ୍ଛି। ଯେଉଁଥିରେ ୧୭ଟି ସରକାରୀ ଓ ୭ଟି ବେସରକାରୀ ବିଶ୍ବବିଦ୍ୟାଳୟ ରହିଛି। କିଛି ଦିନ ପୂର୍ବରୁ ପୁରୀର ସତ୍ୟବାଦୀରେ ଓଡ଼ିଆ ବିଶ୍ବବିଦ୍ୟାଳୟ ସ୍ଥାପନ ହୋଇଛି। ରାଜ୍ୟରେ ୨୧ଟି ଫଣ୍ଡାମେଣ୍ଟାଲ ରିସର୍ଚ୍ଚ ସେଣ୍ଟର ଅଫ୍‌ ଏକ୍ସଲେନ୍ସ ମଧ୍ୟ ଖୋଲିଛି। କଲେଜଗୁଡ଼ିକର ସ୍ଥାୟୀ ଭିତ୍ତିଭୂମି ତିଆରି ହୋଇଥିବାରୁ ଛାତ୍ରୀଛାତ୍ର ସ୍ମାର୍ଟ କ୍ଲାସରୁମ ଓ ଲାବରେଟୋରି ସୁବିଧା ପାଇପାରିବେ। ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ମାଧ୍ୟମରେ ଛାତ୍ରୀଛାତ୍ର ଇ-ମେଧାବୃତ୍ତି, ବ୍ୟାସକବି ଫକୀର ମୋହନ ଭାଷାବୃତ୍ତି, ଗୋପବନ୍ଧୁ ଶିକ୍ଷା ସହାୟତା ଯୋଜନା, କଳିଙ୍ଗ ଶିକ୍ଷା ସାଥୀ ଯୋଜନା ଆଦିର ଲାଭ ନେଇପାରିବେ। ସେହିପରି ବିଜୁ ଯୁବ ସଶକ୍ତିକରଣ ଯୋଜନା, ଗ୍ରୀନ୍‌ ପ୍ୟାସେଜ୍‌ ଯୋଜନା, ମାଗଣା ସିଭିଲ୍‌ ସର୍ଭିସ କୋଚିଂ ଭଳି ବିଭିନ୍ନ ଯୋଜନା କରାଯାଇଛି। ମୋ କଲେଜ ଅଭିଯାନ ଅଧୀନରେ ବହୁ ପୁରାତନ ଛାତ୍ରୀଛାତ୍ର କଲେଜ ସହ ଯୋଡ଼ି ହୋଇ ଯୁବପିଢ଼ିଙ୍କୁ ମାର୍ଗଦର୍ଶନ କରାଯଉଛି। କଲେଜଗୁଡ଼ିକରେ ଖାଲିଥିବା ପଦବୀ ପୂରଣ ଲାଗି ଅଧ୍ୟାପକଙ୍କ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି। ୨୦୨୨-୨୩ ଶିକ୍ଷାବର୍ଷରେ ୪୬୭ ଜଣ ନିଯୁକ୍ତି ପାଇଥିବା ବେଳେ ୨୦୨୩-୨୪ରେ ୧ ହଜାର ୩୩ ଜଣ ମନୋନୀତ ହୋଇଛନ୍ତି। ଲାପଟପ ଯୋଜନା ଦ୍ବାରା ଯୋଗ୍ୟ ଛାତ୍ରୀଛାତ୍ରଙ୍କ ଆକାଉଣ୍ଟକୁ ସିଧାସଳଖ ୩୦ ହଜାର ଟଙ୍କା ପଠା ଯାଉଥିବା ଉଚ୍ଚଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

୧୬ରେ କଂଗ୍ରେସର ସଂସଦ ଘେରାଉ ଆନ୍ଦୋଳନ

ନୂଆଦିଲ୍ଲୀ,୧୪ା୩: କେନ୍ଦ୍ର ସରକାର ନିକଟରେ କରିଥିବା ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା ଦେଶ ପାଇଁ କ୍ଷତିକାରକ ହେବ ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହାର ପ୍ରତିବାଦ ସ୍ବରୁପ…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

ଛାତ୍ରୀଙ୍କ ଅସଦାଚରଣ ଭିଡିଓ ଭାଇରାଲ ମାମଲା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

କାକଟପୁର/ଅସ୍ତରଙ୍ଗ,୧୪ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା): ପୁରୀ ଜିଲା କାକଟପୁର ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସ୍କୁଲର ଅବସରପ୍ରାପ୍ତ କର୍ମଚାରୀ ଅସଦାଚରଣ କରିଥିବା ଭିଡିଓ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ LPG ସିଲିଣ୍ଡର, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ଗ୍ୟାସ ଯୋଗାଣକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ…

ଗ୍ୟାସ, ପେଟ୍ରୋଲ କଳାବଜାର କରୁଥିଲେ ସାବଧାନ: ନିୟମିତ ଯାଞ୍ଚ କରିବ କମିଟି

ନନ୍ଦପୁର,୧୪ା୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ଅଞ୍ଚଳର ପେଟ୍ରୋଲ ଟାଙ୍କି, ଗ୍ୟାସ ବିତରଣ କେନ୍ଦ୍ରଗୁଡ଼ିକ ନିୟମିତ ଯାଞ୍ଚ କରିବାକୁ କମିଟି ଗଠନ ପାଇଁ…

ବଡ଼ ଧରଣର ପୋଲିସ ଚଢ଼ାଉ: ବିପୁଳ ପରିମାଣର ବିସ୍ଫୋରକ ସହ ୨ ଗିରଫ

ବେଲଗୁଣ୍ଠା,୧୪।୩(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବେଲଗୁଣ୍ଠା ଥାନା ଅଧିକାରୀ…

ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…

ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri