Posted inଖେଳ

ଫାୟାର ଆର୍ମ ଟ୍ରେନିଂରେ ୧୮ ଉତ୍ତୀର୍ଣ୍ଣ

ଭୁବନେଶ୍ୱର, ୧୯।୧୦ (ତପନ ସ୍ବାଇଁ): ଓଡ଼ିଶା ରାଇଫଲ ଆସୋସିଏଶନ ଆନୁକୂଲ୍ୟରେ ଫାୟାର ଆର୍ମ ଟ୍ରେନିଂ ସାର୍ଟିଫିକେଟ ଶିବିରର ୧୧ତମ ଚରଣ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୧୮ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇ ସାର୍ଟିଫିକେଟ ହାସଲ କରିଛନ୍ତି। ଏମାନେ ହେଲେ ସତ୍ୟଜିତ କାଲସି, ନାରାୟଣ କାଲସି, ଦେବାଶିଷ ପଣ୍ଡା, ସୁଶାନ୍ତ ମିଶ୍ର, ପ୍ରବୀଣ ସୁରି, ସମ୍ବିତ ସୁରଜିତ ଦାସ, ସନ୍ତୋଷ ମଲିକ, ଶୁଭ୍ରକାନ୍ତ ଅମନ୍ତ, ଆର୍ତ୍ତତ୍ରାଣ ରାଉଳ, ଦେବାଶିଷ ଦେଓ, ଅସିମ ବିଶ୍ୱାଳ, ରୋଶନ ବେହେରା, ମନୋଜ ସଠୁଆ, ସହାନଜ ଖାଁ, ବିବେକ ତିଓ୍ବାରୀ, ଅଭିଷେକ ରୟ, ନିରଞ୍ଜନ ଚାନ୍ଦ ଓ ଜନ୍ମେଜୟ ଛତ୍ରିୟା। ଏମାନଙ୍କୁ କଳିଙ୍ଗ ଷ୍ଟାଡିୟମର ଫାୟାର ଆର୍ମ ଶୁଟିଂ ରେଞ୍ଜରେ ପ୍ରଶିକ୍ଷଣ ଦିଆଯାଇଥିଲା। ଏହାକୁ ଓଡ଼ିଶା ରାଇଫଲ ଆସୋସିଏଶନ ଯୁଗ୍ମ ସମ୍ପାଦକ ଭଳଭଦ୍ର ଦାସ ଓ ଆଇଏସ୍‌ଏସ୍‌ଏଫ୍‌ କୋଚ୍‌ ଆଶିଷ ନାୟକ ପ୍ରଶିକ୍ଷଣ ଦେଇଥିଲେ। ୩ ଦିନ ବିଶିଷ୍ଟ ପ୍ରଶିକ୍ଷଣ ଶିବିରରେ ପରୀକ୍ଷାର୍ଥୀଙ୍କୁ ରାଇଫଲ, ପିସ୍ତଲ ଓ ଶଟ୍‌ଗନ୍‌ ସମ୍ପର୍କିତ ଜ୍ଞାନ, ବ୍ୟବହାର ବିଧି, ସୁରକ୍ଷା ନିୟମ, ବନ୍ଧୁକର ଯନତ୍ ସହ ବନ୍ଧୁକ ଚାଳନା ସମ୍ପର୍କରେ ପ୍ରଶିକ୍ଷଣ ଦିଆଯାଇଥିଲା। କୃତକାର୍ଯ୍ୟ ହୋଇଥିବା ଶିବିରାର୍ଥୀଙ୍କୁ ଆସୋସିଏଶନ ସମ୍ପାଦକ ହରିପ୍ରସାଦ ପଟ୍ଟନାୟକ ଓ କୋଷାଧ୍ୟକ୍ଷ ଗୌରୀ ମହାନ୍ତି ପ୍ରମାଣପତ୍ର ପ୍ରଦାନ କରିଥିଲେ। କୃତୀ ଶିବିରାର୍ଥୀଙ୍କୁ ରାଜ୍ୟ ସଂଘ ସଭାପତି ଅନଙ୍ଗ ଉଦୟ ସିଂଦେଓ, ପୃଷ୍ଠପୋଷକ ତଥା ଜାତୀୟ ରାଇଫଲ ସଂଘର ବରିଷ୍ଠ ଉପସଭାପତି କଳିକେଶ ନାରାୟଣ ସିଂଦେଓ ଓ ଉପସଭାପତି ରୋମିୟକାନ୍ତ ନନ୍ଦ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ ଯନ୍ତ୍ରଣା, ବାରଣ୍ଡା-ଚଟାଣରେ ଚାଲିଛି ସେବା: ନାହିଁ ନାହିଁରେ ଚାଲିଛି ସ୍ୱାସ୍ଥ୍ୟକେନ୍ଦ୍ର

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀମାନେ ଯନ୍ତ୍ରଣା ଭୋଗୁଥିବା ଅଭିଯୋଗ ହୋଇଛି। ଯେଉଁଠି ସ୍ୱାସ୍ଥ୍ୟ ସମସ୍ୟା ନେଇ ରୋଗୀମାନେ ଉତ୍ତମ…

ଗଣେଶ ପୂଜାରେ ସୃଷ୍ଟି ହେବ ବଡ଼ ରାଜଯୋଗ: ୪ ରାଶି ହେବେ ମାଲାମାଲ୍‌, ଚାକିରିରେ ମିଳିବ ବଡ଼ ଅଫର୍‌…

ହିନ୍ଦୁ ଧର୍ମରେ ଗଣେଶ ଚତୁର୍ଥୀ ପର୍ୱର ଏକ ସୱତନ୍ତ୍ର ମହତ୍ତ୍ୱ ରହିଛି। ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଚଳିତ ବର୍ଷ ଗଣେଶ ଚତୁର୍ଥୀରେ ଅନେକ ଶୁଭ ଯୋଗ…

ସମ୍ବଲପୁରରେ ଏନ୍ କାଉଣ୍ଟର: କୁଖ୍ୟାତ ଅପରାଧୀ ଇରଫାନ ଆହତ, ଦୁଇ ସହଯୋଗୀ …

ସମ୍ବଲପୁର, ୧୩।୯ (ପ୍ରମୋଦ ବହିଦାର): ସମ୍ବଲପୁର ସଦର ଥାନା ଅଞ୍ଚଳରେ ପୋଲିସ ଓ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ସୁନାପାଲି ଅଞ୍ଚଳର କୁଖ୍ୟାତ…

ଦାରିଙ୍ଗବାଡ଼ିରେ ପର୍ଯ୍ୟଟନ ବିକାଶର ସମୀକ୍ଷା:ହୋମଷ୍ଟେ କରି ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଲେ ପର୍ଯ୍ୟଟନ ପ୍ରମୁଖ ସଚିବ

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଶନିବାର ଅପରାହ୍ନରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ବଳବନ୍ତ ସିଂ ପହଞ୍ଚି ପର୍ଯ୍ୟଟନ କ୍ଷେତ୍ରର ବିକାଶ…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?