Posted inଜାତୀୟ

ଭୂସ୍ଖଳନରେ ୧୮ ମୃତ, ୬୭ ନିଖୋଜ

ଥିରୁଭାନନ୍ତପୁରମ୍‌, ୮।୮: କେରଳର ଇଡୁକ୍କି ଜିଲାରେ ଶୁକ୍ରବାର ସକାଳେ ପ୍ରବଳ ବର୍ଷାଜନିତ ଭୂସ୍ଖଳନ ଯୋଗୁ ୧୮ ଜଣଙ୍କ ମୃତ୍ୟୁ ଘଟିଛି। ୧୨ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ମୁନ୍ନାରସ୍ଥିତ ଟାଟା ଜେନେରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅନ୍ୟ ୬୭ ଜଣ ନିଖୋଜ ଥିବା କୁହାଯାଉଛି।
ପ୍ରବଳ ବର୍ଷା କେରଳ ପାଇଁ ଦୁଃଖ ଆଣିଦେଇଛି। ପର୍ଯ୍ୟଟନ ସହର ମୁନ୍ନାରଠାରୁ ୨୫ କିଲୋମିଟର ଦୂରରେ ରାଜମଲାଇରେ ବର୍ଷା ଯୋଗୁ ଭୂଖସ୍ଖଳନ ହୋଇଛି। ଶତାଧିକ ଲୋକ ବସବାସ କରୁଥିବା ଉକ୍ତ ଅଞ୍ଚଳକୁ ସଂଯୋଗ କରୁଥିବା ଏକ ପୋଲ ଗୁରୁବାର ବର୍ଷାରେ ଭାସିଯାଇଥିଲା। ତେଣୁ ସେଠାକୁ ଯାଇ ଲୋକଙ୍କୁ ଉଦ୍ଧାର କରାଯାଇ ପାରିନାହିଁ। ଖରାପ ପାଗ ଯୋଗୁ ଉଦ୍ଧାରକାରୀ ଦଳ ଅଗ୍ରସର ହୋଇପାରୁ ନ ଥିବା ତାଲୁକ୍‌ ଅଫିସର କହିଛନ୍ତି। ଭୂସ୍ଖଳନରେ ଏତେ ସଂଖ୍ୟାରେ ଲୋକଙ୍କ ମୃତ୍ୟୁ ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମର୍ମାହତ ବୋଲି ଟୁଇଟ୍‌ କରିବା ସହ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ରିଲିଫ ପାଣ୍ଠିରୁ ପ୍ରତି ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଏବଂ ଆହତମାନଙ୍କ ପାଇଁ ୫୦ ହଜାର ଟଙ୍କା ସହାୟତା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ ଦେବାକୁ ଘୋଷଣା କରିଛନ୍ତି। ଅଗ୍ନିଶମ ବିଭାଗର ଏକ ୫୦ ଜଣିଆ ସ୍ପେଶାଲ ଟାସ୍କଫୋର୍ସ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛି। ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବାୟୁସେନା ହେଲିକପ୍ଟରର ସହାୟତା ଲୋଡ଼ାଯାଇଛି। ଇତିମଧ୍ୟରେ ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳ (ଏନ୍‌ଡିଆର୍‌ଏଫ୍‌) ଟିମ୍‌ ଭୂସ୍ଖଳନ ସ୍ଥଳରେ ପହଞ୍ଚତ୍ଛି। ଥ୍ରିସୁରରୁ ଅନ୍ୟ ଏକ ଟିମ୍‌ ଘଟଣାସ୍ଥଳକୁ ଯାଉଥିତ୍ବା ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହିତ ପୋଲିସ, ଅଗ୍ନିଶମ କର୍ମଚାରୀ, ଜଙ୍ଗଲ ଓ ରାଜସ୍ବ ଅଧିକାରୀମାନଙ୍କୁ ମଧ୍ୟ ଉଦ୍ଧାର କାର୍ଯ୍ୟରେ ସାମିଲ ହେବା ଲାଗି ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri