ପ୍ରସନ୍ନ ଆଚାର୍ଯ୍ୟଙ୍କ ହାତ ଛାଡି ଭାଜପାରେ ମିଶିଲେ ୧୮ ଜଣ ସରପଞ୍ଚ, ନାଏବ ସରପଞ୍ଚ, ଏକ୍ସରେ ସୂଚନା ଦେଇ ଧମେନ୍ଦ୍ର ଲେଖିଲେ…

ଭୁବନେଶ୍ୱର,୭।୧୧: ବିଜେଡି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ହାତ ଛାଡିଲେ ରୋଢାଖୋଲ ନିର୍ବାଚନ ମଣ୍ଡଳୀର ୧୮ ଜଣ ସରପଞ୍ଚ ଓ ନାଏବ ସରପଞ୍ଚ। ଗୁରୁବାର କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ସେମାନେ ବିଧିବଦ୍ଧ ଭାବେ ଭାଜପାରେ ସାମିଲ ହୋଇଛନ୍ତି।

ସମ୍ବଲପୁରର ବିଜେଡି ଗଡ ଥିଲା ରୋଢାଖୋଲ ନିର୍ବାଚନ ମଣ୍ଡଳୀ। ୨୦୦୦ରୁ ଏଠାରେ ଲଗାତାର ଭାବେ ବିଜେଡି ଜିତି ଆସୁଛି।

ଧର୍ମେନ୍ଦ୍ର ଏକ୍ସରେ ଶେୟାର କରି ଲେଖିଛନ୍ତି, ସମ୍ବଲପୁର ଠାରେ ଆୟୋଜିତ ମିଶ୍ରଣ ପର୍ବରେ ଯୋଗଦେଇ ରେଢାଖୋଲ ନିର୍ବାଚନମଣ୍ଡଳୀର ବିଭିନ୍ନ ଗ୍ରାମ ପଞ୍ଚାୟତର ସରପଞ୍ଚ, ଜନପ୍ରତିନିଧି ଓ ସ୍ଥାନୀୟ ନେତୃତ୍ୱଙ୍କୁ ଦଳରେ ସ୍ବାଗତ କଲି । ମାନନୀୟ ପ୍ରଧାନମନ୍ତ୍ରୀ ଙ୍କ ଦୃଢ ନେତୃତ୍ୱ ଏବଂ ରାଜ୍ୟରେ ଭାଜପା ସରକାରର କାର୍ଯ୍ୟରେ ଆସ୍ଥାପ୍ରକଟ କରି ଦଳରେ ଯୋଗ ଦେଇଥିବାରୁ ସମସ୍ତଙ୍କୁ ଧନ୍ୟବାଦ । ଏହି ଯୋଗଦାନ ତୃଣମୂଳ ସ୍ତରରେ ଆମର ସଂଗଠନକୁ ଅଧିକ ମଜଭୁତ୍‌ କରିବ ।

ଧର୍ମେନ୍ଦ୍ର କହିଛନ୍ତି, କ୍ଷମତାକୁ ଉପଭୋଗ କରିବା ନୁହେଁ ବରଂ ଲୋକଙ୍କ ସେବା କରିବା ଆମର ଧର୍ମ । ଆମେ କାର୍ଯ୍ୟକର୍ତ୍ତାମାନେ ସେବାକୁ ପ୍ରାଥମିକତାରେ ରଖି କାମ କରିବା। କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାରଙ୍କ ବିଭିନ୍ନ କଲ୍ୟାଣକାରୀ ଯୋଜନାର ଲାଭ କିଭଳି ଲୋକଙ୍କ ପାଖରେ ପହଞ୍ଚିବ, ତାହାର ଦାୟିତ୍ୱ ନେବା । ସମ୍ବଲପୁର ସହରକୁ ସ୍ବଚ୍ଛ ଓ ସୁନ୍ଦର ସହର ଭାବେ ଗଢି ତୋଳିବା ପାଇଁ ନିଜ ସ୍ତରରେ କର୍ତ୍ତବ୍ୟ ପାଳନ କରିବା ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri