୧୮ ବେଆଇନ ବାଲି ବୋଝେଇ ଗାଡି ଜବତ: ଡ୍ରାଇଭର ଫେରାର

ହାଟଡିହୀ,୧୧l୧୧(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ବୈତରଣୀ ନଦୀର ବିଭିନ୍ନ ସ୍ଥାନରୁ ବେଆଇନ ବାଲି ପରିବହନ କରୁଥିବା ୧୮ଟି ବାଲି ଗାଡିକୁ ଆନନ୍ଦପୁର ଏସଡିପିଓ ପ୍ରଶାନ୍ତ ବେହେରା ଜବତ କରିଛନ୍ତି l ସେଥିମଧ୍ୟରୁ ୧୭ଟି ହାଇୱା ଏବଂ ଗୋଟିଏ ଟ୍ରାକ୍ଟର ଅଛି l ଖବର ପାଇ ଗତ ସୋମବାର ବିଳମ୍ବିତ ରାତିରେ ଏସଡିପିଓ ବେହେରା ଏବଂ ସ୍ଥାନୀୟ ନନ୍ଦିପଦା ପୋଲିସ ସମଣା-ଅଣା ରାସ୍ତାର ଗୁହାଳଗଡିଆ ଛକ ନିକଟରେ ପହଞ୍ଚି ଥିଲେ l ସେହି ଛକ ଦେଇ ଯାଉଥିବା ବାଲି ଗାଡି ଗୁଡିକୁ ଅଟକାଇ ଯାଞ୍ଚ କରିଥିଲେ l କିନ୍ତୁ ରାତି ସମୟ ହୋଇଥିବାରୁ ସମସ୍ତ ଗାଡି ଡ୍ରାଇଭର ଫେରାର ହୋଇଯାଇଥିଲେ l ଗାଡି ଗୁଡିକୁ ନନ୍ଦିପଦା ଥାନା ନିକଟକୁ ଅଣାଯାଇଛି l

ଅଦ୍ୟାବଧି ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଥିବା ଜଣାପଡିଛି l ଏସଡିପିଓ ବେହେରା କହିଛନ୍ତି ଯେ ବେଆଇନ ବାଲି ପରିବହନ କରୁଥିବା ୧୮ଟି ଗାଡି ଜବତ ହୋଇଛି l ଡ୍ରାଇଭର ମାନେ ଫେରାର ଅଛନ୍ତି l ଥାନାରେ ୧୮ଟି ମାମଲା ରୁଜୁ ହେବ l ଆଗକୁ ଆହୁରି ଚଢ଼ାଉ ହେବ। ଅପରପକ୍ଷେ ବେଆଇନ ବାଲି ପରିବହନକୁ ସୁରକ୍ଷା ଦେବା ପାଇଁ ବିଭିନ୍ନ ଖବରଦାତାଙ୍କ ନାମରେ ହାଟଡିହୀ ଅଞ୍ଚଳର ଜଣେ ବରିଷ୍ଠ ଖବରଦାତା ଦୁଇଟି ପର୍ଯ୍ୟାୟରେ ଫୋନ ପେ ଦ୍ୱାରା ୫୦ ହଜାର ଟଙ୍କା ହାତଗୁଞ୍ଜା ନେବା ଅସନ୍ତୋଷ କାରଣ ସାଜିଛି l ଯାହାକି ମୁଖ୍ୟ ଆଲୋଚନାର ପ୍ରସଙ୍ଗ ପାଲଟିଛି l
ସୂଚନା ଯୋଗ୍ୟ, କିଛି ଦିନ ହେବ ବାଲି ପରିବହନ ନେଇ ଆନ୍ଦୋଳନ ଏବଂ ପ୍ରତିବାଦ ଜୋର ଧରିଥିଲା l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?