Posted inଖେଳ

ମାତ୍ର ୧୮ ବର୍ଷ ବୟସରେ କ୍ରିକେଟରୁ ଅବସର ନେଲେ ଏହି କ୍ରିକେଟର୍‌

ଇସଲାମାବାଦ୍‌,୨୬।୭: ସାଧାରଣତଃ ବୟସ ବୃଦ୍ଧି ଯୋଗୁ ଖେଳାଳି ଅବସର ନେଇଥାନ୍ତି। କିନ୍ତୁ କ୍ୟାରିୟର୍‌ ଆରମ୍ଭରୁ ଯଦି କିଏ ଅବସର ନିଷ୍ପତ୍ତି ନିଏ ତେବେ ଏହା ନିଶ୍ଚିନ୍ତ ଆଶ୍ଚର୍ଯ୍ୟର ବିଷୟ। ପାକିସ୍ତାନର ଜଣେ ମହିଳା କ୍ରିକେଟର୍‌ ଏମିତି ନିଷ୍ପତ୍ତି ନେଇଛନ୍ତି। ବ୍ୟକ୍ତିଗତ କାରଣରୁ ୧୮ ବର୍ଷୀୟ ବ୍ୟାଟ୍ସମ୍ୟାନ ଆୟେଶା ନାସିମ ଅନ୍ତର୍ଜାତୀୟ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ରିପୋର୍ଟରେ କୁହାଯାଇଛି ଯେ, ଚମତ୍କାର ବ୍ୟାଟ୍ସମ୍ୟାନ ଆୟେଶା ନାସିମ ଧାର୍ମିକ କାରଣରୁ କ୍ରିକେଟରୁ ଅବସର ନେବାକୁ ନିଷ୍ପତ୍ତି ନେଇଛନ୍ତି। ଯଦିଓ ସେ ବ୍ୟକ୍ତିଗତ କାରଣ ଭାବରେ ଅବସର ଗ୍ରହଣ କରିବାର କାରଣ ଦେଇଛନ୍ତି, କିନ୍ତୁ ଧାର୍ମିକ କାରଣରୁ ସେ ଏହି ନିଷ୍ପତ୍ତି ନେଇଥିବାର ଅନୁମାନ କରାଯାଉଛି। ଏହି କାରଣରୁ ସେ ୨୩ ସେପ୍ଟେମ୍ବରରୁ ୮ ଅକ୍ଟୋବର ପର୍ଯ୍ୟନ୍ତ ଚାଇନାର ହାଙ୍ଗଜୋରେ ଅନୁଷ୍ଠିତ ହେବାକୁ ଥିବା ଏସୀୟ ଖେଳ ପାଇଁ ପାକିସ୍ତାନ ମହିଳା କ୍ରିକେଟ ଦଳରେ ମନୋନୀତ ହୋଇନାହାଁନ୍ତି।
ପାକିସ୍ତାନ ମହିଳା କ୍ରିକେଟ ମୁଖ୍ୟ ତାନିଆ ମଲିକ ଏହି ବିବୃତ୍ତିରେ କହିଛନ୍ତି ଯେ, ଆମେ ଆୟେଶା ନାସିମଙ୍କୁ ତାଙ୍କ ଭବିଷ୍ୟତ ପାଇଁ ଶୁଭେଚ୍ଛା ଜଣାଉଛୁ। ବ୍ୟକ୍ତିଗତ କାରଣରୁ ଅବସର ନେବାକୁ ତାଙ୍କ ନିଷ୍ପତ୍ତିକୁ ପିସିବି ସମ୍ମାନ କରେ। ଆୟେଶା ନାସିମ ପାକିସ୍ତାନ ପାଇଁ ଚାରିଟି ଦିନିକିଆ ଏବଂ ୩୦ ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ ମ୍ୟାଚ ଖେଳିଛନ୍ତି। ସେ ୨୦୨୦ ଏବଂ ୨୦୨୩ ଟି-୨୦ ବିଶ୍ୱକପ୍‌ରେ ଦଳର ଅଂଶ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି…

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri