Posted inଖେଳ

ଇତିହାସ ରଚିଲେ ୧୮ ବର୍ଷୀୟ କ୍ରିକେଟର୍‌

କରାଚି,୨୦।୧୨: ପାକିସ୍ତାନ ଏବଂ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ର ତୃତୀୟ ମ୍ୟାଚ ଖେଳାଯାଉଛି। ଇଂଲଣ୍ଡ ଦଳ ଏହି ସିରିଜରେ ୨-୦ ଅଗ୍ରଣୀ ହାସଲ କରିସାରିଛି। ଏଥି ସହିତ ତୃତୀୟ ଟେଷ୍ଟ ମ୍ୟାଚ ଜିତିବା ନିକଟତର ହୋଇଛି। ଚତୁର୍ଥ ଦିନରେ ଇଂଲଣ୍ଡ ତୃତୀୟ ଟେଷ୍ଟ ମ୍ୟାଚ ଜିତିବା ପାଇଁ ୫୫ ରନ ଆବଶ୍ୟକ ଏବଂ ୮ଟି ଉଇକେଟ ବାକି ଥିଲା। ଏହି ମ୍ୟାଚ୍‌ରେ ଯୁବ ସ୍ପିନର ରେହାନ ଅହମ୍ମଦ ଇଂଲଣ୍ଡ ପାଇଁ ଏକ ବଡ଼ ରେକର୍ଡ ସୃଷ୍ଟି କରିଛନ୍ତି।
ପାକିସ୍ତାନ ବିପକ୍ଷ ତୃତୀୟ ଟେଷ୍ଟରେ ଡେବ୍ୟୁ କରିଥିବା ଇଂଲଣ୍ଡ ଲେଗ ସ୍ପିନର ରେହାନ ଅହମ୍ମଦ ଏକ ବଡ଼ ରେକର୍ଡ କରିଛନ୍ତି। ୧୮ ବର୍ଷ ୧୨୬ ଦିନ ବୟସରେ ଟେଷ୍ଟ ଡେବ୍ୟୁ କରି ରେହାନ ଦ୍ୱିତୀୟ ଇନିଂସରେ ୫ ଉଇକେଟ୍‌ ନେଇଥିଲେ। ଫଲରେ ଡେବ୍ୟୁ ମ୍ୟାଚ୍‌ରେ ୫ ଉଇକେଟ୍‌ ନେବାରେ ସେ ସର୍ବକନିଷ୍ଠ କ୍ରିକେଟର୍‌ ହୋଇଛନ୍ତି। ରେହାନ ଅଷ୍ଟ୍ରେଲୀୟ ଅଧିନାୟକ ପ୍ୟାଟ କମିନ୍ସଙ୍କ ରେକର୍ଡ ଭାଙ୍ଗିଥିଲେ। କମିନ୍ସ ୨୦୧୧ରେ ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ଡେବ୍ୟୁରେ ସେ ୬ଟି ଉଇକେଟ୍‌ ନେଇଥିଲେ। ସେତେବେଳେ କମିନ୍ସଙ୍କ ୧୮ ବର୍ଷ ୧୯୩ ଦିନ ବୟସ ହୋଇଥିଲା।
ରେହାନ ଅହମ୍ମଦଙ୍କ ପିତା ନାଏମ ଅହମ୍ମଦ ତାଙ୍କ ପୁଅକୁ ଷ୍ଟାଣ୍ଡରୁ ଏହି ସଫଳତା ହାସଲ କରୁଥିବା ଦେଖୁଥିଲେ ଏବଂ ଆନନ୍ଦରେ କରତାଳି ଦେଇଥିଲେ। ପରେ ଭାବପ୍ରବଣ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri