Posted inଖେଳ

୧୮ବର୍ଷୀୟା ପାକିସ୍ତାନ କ୍ରିକେଟରଙ୍କ ଅବସର

କରାଚୀ, ୨୨ା୭ ପାକିସ୍ତାନର ୧୮ବର୍ଷୀୟା ମହିଳା କ୍ରିକେଟର ଆୟେଶା ନସିମ୍‌ଙ୍କ ଅବସର ଘୋଷଣା ନିଷ୍ପତ୍ତିକୁ ନେଇ ଅନେକ ଆଶ୍ଚର୍ଯ୍ୟ ପ୍ରକାଶ କରିଛନ୍ତି। ମହାନ ଖେଳାଳି ଓ୍ବାସିମ ଆକ୍ରମଙ୍କ ନିକଟରେ ଯୋଉଁ ପ୍ରତିଭା ରହିଥିଲା, ତାହା ଆୟେଶାଙ୍କ ନିକଟରେ ରିହିଛ ବୋଲି କୁହାଯାଉଥିଲା। ଇସ୍‌ଲାମ ନୀତି ଆଦର୍ଶ ପ୍ରତି ସେ ଅନୁପ୍ରାଣିତ। ଏଥିପାଇଁ ସେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବାଲାଗି ନିଷ୍ପତ୍ତି ନେଇଛନ୍ତି। ଆୟେଶା ଥିଲେ ଜଣେ ହାର୍ଡ ହିଟିଂ ବ୍ୟାଟର। ଖେଳରେ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ଥିଲା। ଯେଉଁ ବୟସରେ ଅଧିକାଂଶ ଖେଳାଳି କ୍ରିକେଟରେ ଆଗକୁ ବଢ଼ିବା ଲାଗି ସ୍ବପ୍ନ ଦେଖିଥାନ୍ତି, ସେ ସମୟରେ ଆୟେଶା ଏଭଳି ନିଷ୍ପତ୍ତି ନେଇଛନ୍ତି। ଖେଳ ଜାରି ରଖିବା ପାଇଁ ପାକିସ୍ତାନ ମହିଳା ଦଳର ଅଧିନାୟିକା ନୀଦା ଦାର୍‌ ଏବଂ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ତାଙ୍କ ପ୍ରବର୍ତ୍ତାଇଥିଲେ। ମାତ୍ର ତାହା ବୃଥା ପ୍ରମାଣିତ ହୋଇଥିଲା। ଖବର ଅନୁସାରେ ଫେବୃୟାରୀ-ମାର୍ଚ୍ଚରେ ଏକ ଟ୍ରେନିଂ କ୍ୟାମ୍ପରେ ଯୋଗ ଦେବା ଲାଗି ଯେତେବେଳେ ଆୟେଶାଙ୍କ ସହ ଯୋଗାଯୋଗ କରାଯାଇଥିଲା. ତେବେବେଳେ ସେ କ୍ରିକେଟ ଖେଳିବା ଛାଡ଼ି ଦେଇଥିବା ପିସିବିକୁ କୁଆଡେ ଅବଗତ କରାଇଥିଲେ। ଏହା ତାଙ୍କ ବ୍ୟକ୍ତିଗତ ନିଷ୍ପତ୍ତି ଏବଂ ସେ ଜଣେ ନୈଷ୍ଠିକ ମୁସଲମାନ ଭାବେ ଜୀବନ ଅତିବାହିତ କରିବାକୁ ଚାହାନ୍ତି। ଆୟେଶା ପାକିସ୍ତାନ ତରଫରୁ ୪ଟି ଅନ୍ତର୍ଜାତୀୟ ଦିନିକିଆ ଏବଂ ୩୦ ଅନ୍ତର୍ଜାତୀୟ ଟି୨୦ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…

ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି…

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ…

ବିଜୟଙ୍କ ସହ ବ୍ରେକଅପ୍ ଗୁଜବ ଉପରେ ତ୍ରିଶାଙ୍କ ବଡ଼ ଧମାକା! ସୋସିଆଲ ମିଡିଆରେ ଫଟୋ ସେୟାର କରି…

ମୁମ୍ୱାଇ: ଅଭିନେତ୍ରୀ ତ୍ରିଶା କୃଷ୍ଣନ, ବିଜୟଙ୍କ ସହ ତାଙ୍କର ବିଚ୍ଛେଦ ହେବା ନେଇ ଚାଲିଥିବା ଗୁଜବ ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି। ତ୍ରିଶା ଏମିତି ଏକ ପୋଷ୍ଟ ସେୟାର…

ଲଡୁଗାଁ କେନାଲ ରାସ୍ତାରେ ଭୟାବହ ଦୁର୍ଘଟଣା: ଦୁଇ ବାଇକ୍‌ ମୁହାଁମୁହିଁ; ଜଣେ ମୃତ, ୩ ଗୁରୁତର

କୋକସରା, ୨୩।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ-ଉଛୁଲା କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି…

ଇଥାନଲ ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ଘୋଷଣା; E20ରେ ମିଶୁଛି…

ନୂଆଦିଲ୍ଲୀ,୨୩।୬: ସୋସିଆଲ ମିଡିଆରେ ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ E20 କୁ ନେଇ ଅନେକ ପ୍ରକାରର ଦାବି ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ବିବାଦକୁ…

ବାହା ହେବାକୁ ମନା କଲେ ଶାଶୁ, ବୋହୂ ଭାଇରାଲ କରିଦେଲେ ଶାଶୁଙ୍କ ଅଶ୍ଲୀଳ ଫଟୋ, ଶ୍ୱଶୁର କହିଲେ…

ମୁମ୍ଵାଇ ୨୩।୦୬: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ମୁମ୍ବାଇ ପୋଲିସ ଜଣେ ମହିଳାଙ୍କ ବିରୋଧରେ ତାଙ୍କ ପୂର୍ବତନ ପ୍ରେମିକଙ୍କ ମାଆଙ୍କ…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି: ଭୁବନେଶ୍ୱରରେ ପହଞ୍ଚିଲା ୫ ମୃତଦେହ, ପରିବାରକୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୬: ତାମିଲନାଡୁରେ ଘଟିଥିବା ଦୁଃଖଦ ଗ୍ୟାସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ଶ୍ରମିକଙ୍କ ମଧ୍ୟରୁ ୫ ଜଣଙ୍କ ମୃତଦେହ ମଙ୍ଗଳବାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରକୁ ଅଣାଯାଇଛି।…

ବଡ଼ ଧରଣର ଚଢ଼ାଉ: ୧୯ ଦୋକାନୀ ନାଁରେ ମାମଲା ରୁଜୁ, ଜରିମାନା ଆଦାୟ

ରିଷିଡ଼ା ୨୩।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜିଲାରେ ତମାଖୁ ନିୟନ୍ତ୍ରଣ ଆଇନକୁ କଡ଼ାକଡ଼ି କରିବା ପାଇଁ ଏକ ସ୍ପେଶାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri