Posted inଫୁରସତ

ଟିକ୍‌ଟକ୍‌ ବ୍ୟାନ୍‌କୁ ସହିପାରିଲେନି ଏହି ଯୁବତୀ, ନେଲେ ଏଭଳି ଚରମ ପଦକ୍ଷେପ

ଭାରତରୁ ଟିକ୍‌ଟକ୍‌ ବ୍ୟାନ୍‌ ହେବା ଖବର ଅନେକଙ୍କୁ ଆଘାତ ଦେଇଛି। ବିଶେଷକରି ଟିକ୍‌ଟକ ବ୍ୟବହାରକାରୀ ଏହାକୁ ସହଜରେ ଗ୍ରହଣ କରିପାରୁନାହାନ୍ତି। ଏହି ପ୍ଲାଟଫର୍ମ ଦ୍ୱାରା କିଛି ସାଧାରଣ ଚେହେରାରୁ ଷ୍ଟାର ପାଲଟିଥିଲେ। ହେଲେ ଏବେ ଟିକ୍‌ଟକ ବ୍ୟବହାର କରିବା ସେମାନଙ୍କପାଇଁ ସ୍ବପ୍ନ ପାଲଟିଛି। ଏହି ନିଷେଧାଦେଶକୁ ସହି ନ ପାରି ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ପଢ଼ୁଥିବା ଜଣେ ୧୮ ବର୍ଷୀୟ ଯୁବତୀ ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ନେଇଛନ୍ତି।

ସେ ହେଲେ ଟିକ୍‌ଟକ୍‌ ଷ୍ଟାର ସନ୍ଧ୍ୟା ଚୌହାନ। ଦିଲ୍ଲୀର ଗ୍ରୀନ ପାର୍କରେ ସେ ରହୁଥିବା ବେଳେ ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ପଢ଼ୁଥିଲେ। ଟିକଟକରେ ଯୁବତୀଜଣଙ୍କର ଲକ୍ଷ ଲକ୍ଷ ଫଲୋଅର୍‌ ଥିଲେ। ହେଲେ ଏହା ବ୍ୟାନ୍‌ ହେବା ପରେ ସେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ହେଲେ ତାଙ୍କ ଘରୁ କୌଣସି ସୁଇସାଇଡ୍‌ ନୋଟ୍‌ ଜବତ ହୋଇନାହିଁ।

ସନ୍ଧ୍ୟା ଆତ୍ମହତ୍ୟା କରିଥିବା ତାଙ୍କର ଜଣେ ସମ୍ପର୍କୀୟ ଦେଖିବାକୁ ପାଇଥିଲେ। ପରେ ସେ ପୋଲିସକୁ ଖବର ଦେଇଥିଲେ। ସେ ୨ରୁ ୩ ମାସ ହେବ ଅବସାଦଗ୍ରସ୍ତ ଥିବା ପରିବାର ପକ୍ଷରୁ କୁହାଯାଉଛି।

ଗତ ମାସରେ ଅଭିନେତା ସୁଶାନ୍ତ ସିଂ ରାଜପୁତ ଏବଂ ଅନ୍ୟ ଜଣେ ଟିକ୍‌ଟକ୍‌ ଷ୍ଟାର ସିୟା କକ୍କର ଆତ୍ମହତ୍ୟା କରିବାକୁ ନେଇ ଚର୍ଚ୍ଚାରେ ରହିଥିଲେ। ଏବେ ପୁଣି ସନ୍ଧ୍ୟାଙ୍କ ଆତ୍ମହତ୍ୟା ସମସ୍ତଙ୍କୁ ଚକିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri