ଜାଲ୍‌ ସାର୍ଟିଫିକେଟ: ୧୮ ବର୍ଷ ପରେ ଗଲା ଚାକିରି

ପୋଲସରା,୩୦ା୪: ଜାଲ୍‌ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଅଭିଯୋଗରେ ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କୁ ବହିଷ୍କାର କରାଯାଇଛି। ସେ ହେଲେ ଗଞ୍ଜାମ ଜିଲା ପୋଲସରା ବ୍ଲକ ବିଲେଇଝୁରି ଗ୍ରାମର ବିଜ୍ଞାନୀ ପ୍ରଧାନ। ବିଜ୍ଞାନୀ ଅଙ୍ଗନୱାଡି କର୍ମୀ ଭାବେ ୨୦୦୩ ଏପ୍ରିଲରେ ନିଯୁକ୍ତି ପାଇଥିଲେ। ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଚିଙ୍ଗୁଡ଼ିଘାଇ ହାଇସ୍କୁଲରେ ୨୦୦୦ରେ ସେ ମାଟ୍ରିକ୍‌ ପାସ୍‌ କରିଥିଲେ। କିନ୍ତୁ ଜନ୍ମ ତାରିଖ ୪.୬.୧୯୮୫ ଥିବା ବେଳେ ଏହାକୁ ବଦଳାଇ ୪.୬.୧୯୮୧ କରି ଅଙ୍ଗନଓ୍ବାଡି କର୍ମୀ ଭାବେ ନିଯୁକ୍ତି ପାଇଥିଲେ। ବିଜ୍ଞାନୀ ୧୮ ବର୍ଷ ଧରି ଚାକିରି କରୁଥିଲେ ମଧ୍ୟ ବିଭାଗୀୟ ଅଧିକାରୀମାନେ କୌଣସି ପଦକ୍ଷେପ ନେଇ ନ ଥିଲେ। ୨୦୧୯ ନଭେମ୍ବର ୧୩ରେ ପୋଲସରା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି ବେଳେ ବିଲେଇଝୁରି ଗ୍ରାମର କୃଷ୍ଣ ଚନ୍ଦ୍ର ସ୍ବାଇଁ ଜିଲାପାଳ ଓ ଏସ୍‌ପିଙ୍କୁ ଏ ନେଇ ଅଭିଯୋଗ କରିଥିଲେ। ପରେ ଘଟଣାର ତଦନ୍ତ ଆରମ୍ଭ ହୋଇଥିଲା। ଗତ ୮ ତାରିଖରେ ଛତ୍ରପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟଠାରେ ସମସ୍ତଙ୍କ ଉପସ୍ଥିତିରେ ବିଜ୍ଞାନୀଙ୍କ କାଗଜପତ୍ର ଯାଞ୍ଚ କରାଯାଇଥିଲା। ଯାଞ୍ଚ ବେଳେ ଜାଲ୍‌ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଜଣାପଡିଥିଲା। ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟିଙ୍କ ନିର୍ଦ୍ଦେଶ କ୍ରମେ ପୋଲସରା ସିଡିପିଓ କୁନ୍ତଳା ନାୟକ ଚାକିରିରୁ ବିଜ୍ଞାନୀଙ୍କୁ ବହିଷ୍କାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri