ଜାଲ୍‌ ସାର୍ଟିଫିକେଟ: ୧୮ ବର୍ଷ ପରେ ଗଲା ଚାକିରି

ପୋଲସରା,୩୦ା୪: ଜାଲ୍‌ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଅଭିଯୋଗରେ ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କୁ ବହିଷ୍କାର କରାଯାଇଛି। ସେ ହେଲେ ଗଞ୍ଜାମ ଜିଲା ପୋଲସରା ବ୍ଲକ ବିଲେଇଝୁରି ଗ୍ରାମର ବିଜ୍ଞାନୀ ପ୍ରଧାନ। ବିଜ୍ଞାନୀ ଅଙ୍ଗନୱାଡି କର୍ମୀ ଭାବେ ୨୦୦୩ ଏପ୍ରିଲରେ ନିଯୁକ୍ତି ପାଇଥିଲେ। ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଚିଙ୍ଗୁଡ଼ିଘାଇ ହାଇସ୍କୁଲରେ ୨୦୦୦ରେ ସେ ମାଟ୍ରିକ୍‌ ପାସ୍‌ କରିଥିଲେ। କିନ୍ତୁ ଜନ୍ମ ତାରିଖ ୪.୬.୧୯୮୫ ଥିବା ବେଳେ ଏହାକୁ ବଦଳାଇ ୪.୬.୧୯୮୧ କରି ଅଙ୍ଗନଓ୍ବାଡି କର୍ମୀ ଭାବେ ନିଯୁକ୍ତି ପାଇଥିଲେ। ବିଜ୍ଞାନୀ ୧୮ ବର୍ଷ ଧରି ଚାକିରି କରୁଥିଲେ ମଧ୍ୟ ବିଭାଗୀୟ ଅଧିକାରୀମାନେ କୌଣସି ପଦକ୍ଷେପ ନେଇ ନ ଥିଲେ। ୨୦୧୯ ନଭେମ୍ବର ୧୩ରେ ପୋଲସରା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି ବେଳେ ବିଲେଇଝୁରି ଗ୍ରାମର କୃଷ୍ଣ ଚନ୍ଦ୍ର ସ୍ବାଇଁ ଜିଲାପାଳ ଓ ଏସ୍‌ପିଙ୍କୁ ଏ ନେଇ ଅଭିଯୋଗ କରିଥିଲେ। ପରେ ଘଟଣାର ତଦନ୍ତ ଆରମ୍ଭ ହୋଇଥିଲା। ଗତ ୮ ତାରିଖରେ ଛତ୍ରପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟଠାରେ ସମସ୍ତଙ୍କ ଉପସ୍ଥିତିରେ ବିଜ୍ଞାନୀଙ୍କ କାଗଜପତ୍ର ଯାଞ୍ଚ କରାଯାଇଥିଲା। ଯାଞ୍ଚ ବେଳେ ଜାଲ୍‌ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଜଣାପଡିଥିଲା। ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟିଙ୍କ ନିର୍ଦ୍ଦେଶ କ୍ରମେ ପୋଲସରା ସିଡିପିଓ କୁନ୍ତଳା ନାୟକ ଚାକିରିରୁ ବିଜ୍ଞାନୀଙ୍କୁ ବହିଷ୍କାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଦିନିଆ ବର୍ଷାରେ ବେହାଲ ସାନ ଆର୍ଜିପଲ୍ଲୀ ଗାଁ

ଛତ୍ରପୁର, ୬।୧୨(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଗାଁ ଅଦିନିଆ ବର୍ଷାରେ ବେହାଲ ହୋଇଛି । ଲଗାଣ ବର୍ଷା...

ଯଶିପୁର ବିଇଓ ନିଲମ୍ବିତ

ବାରିପଦା,୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ମୟୂରଭଞ୍ଜ ଜିଲା ଯଶିପୁର ବ୍ଲକ ଶିକ୍ଷାଧିକାରୀ ମଙ୍ଗଲ ଚରଣ ସିଂଙ୍କୁ...

ବାତ୍ୟା ମିଗ୍‌ଜୋମ୍‌ ପ୍ରଭାବ: ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର,୬।୧୨: ବାତ୍ୟା ମିଗ୍‌ଜୋମ୍‌ ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହେବା ସହ କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଗଭୀର ଅବପାତରେ ପରିଣତ ହୋଇଛି।  ଆଗାମୀ କିଛି ଘଣ୍ଟା...

ଦୁର୍ଗନ୍ଧକୁ ନେଇ ତେଜୁଛି ଜନଅସନ୍ତୋଷ

ଭୁବନେଶ୍ୱର, ୬।୧୨ (ବନ୍ଦନା ସେଠୀ): ସୈନିକ ସ୍କୁଲ ନିକଟସ୍ଥ ଟିଟିଏସ୍‌ (ଟେମ୍ପରାରି ଟ୍ରାନ୍‌ଜିଟ୍‌ ଷ୍ଟେଶନ) ପାଇଁ ଦିନକୁ ଦିନ ସ୍ଥିତି ବିଗିଡି ଚାଲିଛି। ଦୁର୍ଗନ୍ଧରେ ଅଧା...

ବାଲିଯାତ୍ରାରେ ସିଏମ୍‌ସି ଖର୍ଚ୍ଚକୁ ନେଇ ବିବାଦ

କଟକ,୬।୧୨(ସୁପ୍ରିୟା ପ୍ରିୟଦର୍ଶିନୀ): ଐତିହାସିକ କଟକ ବାଲିଯାତ୍ରା ମଙ୍ଗଳବାର ଶେଷ ହୋଇଛି। ହେଲେ ଏଥିପାଇଁ ହୋଇଥିବା ଖର୍ଚ୍ଚକୁ ନେଇ ବିବାଦ ମୁଣ୍ଡ ଟେକିଛି। ଚଳିତବର୍ଷ କଟକ ମହାନଗର...

ତଦନ୍ତରେ ବାଧା ଭିଏଟ୍‌ନାମା ଭାଷା

ପାରାଦୀପ,୬।୧୨(ଶରତ ରାଉତ): ପାରାଦୀପ ବନ୍ଦର ପିଆଇସିଟି (ପାରାଦୀପ ଇଣ୍ଟରନ୍ୟାଶନାଲ କାର୍ଗୋ ଟର୍ମିନାଲ) ବର୍ଥରୁ ନଭେମ୍ବର ୩୦ ତାରିଖ ରାତିରେ ‘ଏମ୍‌ଭି ଦେବୀ’ ନାମକ ପଣ୍ୟବାହୀ ଜାହାଜରୁ...

ଲଘୁଚାପ ବର୍ଷାକୁ ନେଇ ଭୟଭୀତ ଚାଷୀ

ଯାଜପୁର ସଦର,୬।୧୨(ସମର ବିଜୟ ଶରଣ): ଲଘୁଚାପ ବର୍ଷାକୁ ନେଇ ଯାଜପୁର ବ୍ଲକ୍‌ ଅଞ୍ଚଳର ଚାଷୀ ଭୟଭୀତ ହୋଇ ପଡ଼ିଛନ୍ତି। ଯଦି ବର୍ଷା ହୁଏ ତେବେ ଅନେକ...

୩୩ ବର୍ଷ ହେଲା ରାସ୍ତା ନିର୍ମାଣ ହୋଇପାରୁନି

ପ୍ରୀତିପୁର,୬।୧୨(ସୁଶାନ୍ତ ବେହୁରିଆ):ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଜରି ବିସିଜେ ହାଇସ୍କୁଲ ଛକଠାରୁ ଦଶରଥପୁର ବ୍ଲକର ବଡ଼ କୁଁଆଲ ଗାଁ ପର୍ଯ୍ୟନ୍ତ ରାସ୍ତା ୩୩ ବର୍ଷ ହେବ ନିର୍ମାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri