ଟିକା ନେବା ପରେ ଗଲାଣି ୧୮୦ ଜୀବନ

ନୂଆଦିଲ୍ଲୀ, ୧୦।୪: ଭାରତରେ କୋଭିଡ୍‌ ଟିକା ନେବା ପରେ ମାର୍ଚ୍ଚ ୩୧ ମଧ୍ୟରେ ୧୮୦ ଜଣଙ୍କର ମୃତ୍ୟୁ ହେଲାଣି। ୭୫ ପ୍ରତିଶତ ମୃତ୍ୟୁ ଟିକା ନେବାର ୩ ଦିନ ମଧ୍ୟରେ ହୋଇଛି। ଜାତୀୟ ଏଇଏଫ୍‌ଆଇ (ଆଡଭର୍ସ ଇଭେଣ୍ଟ ଫଲୋଇଙ୍ଗ୍‌ ଇମ୍ୟୁନାଇଜେଶନ) କମିଟି ପକ୍ଷରୁ ଏହି ସୂଚନା ଦିଆଯାଇଛି। ଦେଶରେ ଜାନୁୟାରୀ ୧୬ରୁ ଟିକାକରଣ ଆରମ୍ଭ ହୋଇଥିଲା। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଅନୁଯାୟୀ ସେହିମାସ ୨୭ ବେଳକୁ ୯ ଜଣଙ୍କର ମୃତ୍ୟୁ ଘଟିଥିଲା। ଫେବୃୟାରୀ ୨୬ ସୁଦ୍ଧା ୪୬ ଜଣଙ୍କର ଏବଂ ମାର୍ଚ୍ଚ ୧୬ ସୁଦ୍ଧା ୮୯ ଜଣଙ୍କର ମୃତ୍ୟୁ ଘଟିଥିଲା। ଟିକାକରଣ ବଢ଼ିବା ସହ ମାର୍ଚ୍ଚ ୧୬ରୁ ୨୯ ମଧ୍ୟରେ ୯୧ ଜଣଙ୍କର ଜୀବନ ଯାଇଛି।
ଭାରତରେ ଟିକା ପରବର୍ତ୍ତୀ ପ୍ରତିକୂଳ ପ୍ରଭାବ ଓ ମୃତ୍ୟୁର ୟୁରୋପୀୟ ସଂଘ ଏବଂ ବ୍ରିଟେନରେ ରେକର୍ଡ ହୋଇଥିବା ପ୍ରଭାବ ସହ ସମାନ ବୋଲି ରିପୋର୍ଟରେ କୁହାଯାଇଛି। ୟୁରୋପୀୟ ସଂଘ ଓ ବ୍ରିଟେନ ପ୍ରଥମେ ଅସ୍ବୀକାର କରୁଥିଲେ ହେଁ ସବିଶେଷ ତଦନ୍ତ ପରେ ଅକ୍ସଫୋର୍ଡ-ଆଷ୍ଟ୍ରାଜେନିକା ଟିକା ନେବା ପରେ କେତେଜଣଙ୍କଠାରେ ରକ୍ତ ଜମାଟ ବାନ୍ଧିବା ସମସ୍ୟା ଦେଖାଦେଇଥିବା ସ୍ପଷ୍ଟ ହୋଇଥିଲା। ମାର୍ଚ୍ଚ ୩୧ରେ ନ୍ୟାଶନାଲ ଏଇଏଫ୍‌ଆଇ କମିଟି ତଥ୍ୟ ଅନୁଯାୟୀ ପ୍ରତିକୂଳ ପ୍ରଭାବ ଦେଖାଦେଇଥିବା ୩୦୫ ଜଣଙ୍କ ମଧ୍ୟରୁ ୨୭୬ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି ହେବାକୁ ପଡ଼ିଥିଲା। ସେମାନଙ୍କ ମଧ୍ୟରୁ ୮୭ ପ୍ରତିଶତରୁ ଅଧିକଙ୍କ ଠାରେ ଗମ୍ଭୀର ପ୍ରତିକୂଳ ପ୍ରଭାବ ଅନୁଭୂତ ହୋଇଥିଲା ବୋଲି ରିପୋର୍ଟରେ କୁହାଯାଇଛି।
ଜନସ୍ବାସ୍ଥ୍ୟ କର୍ମୀ ମାଲିନି ଐସୋଲାଙ୍କ କହିବା ଅନୁଯାୟୀ କୋଭିଶିଲ୍ଡ ଟିକା ଆଷ୍ଟ୍ରାଜେନିକା ଅନୁରୂପ ହୋଇଥିବାରୁ ବ୍ରିଟେନରେ ଦେଖାଦେଇଥିବା ବିରଳ ସ୍ଥିତି ସମ୍ପର୍କରେ ଅଧିକ ଅନୁଧ୍ୟାନ ହେବା ଆବଶ୍ୟକ। ୟୁରୋପୀୟ ସଂଘ ଏବଂ ବ୍ରିଟେନରେ ୨.୫ କୋଟି ଲୋକ କୋଭିଡ୍‌ ଟିକା ନେଇଥିବାବେଳେ ସେମାନଙ୍କ ମଧ୍ୟରେ ୮୬ଜଣଙ୍କଠାରେ ପାର୍ଶ୍ୱ ପ୍ରତିକ୍ରିୟା ଦେଖାଦେବା ସହ ୧୮ ଜଣଙ୍କର ମୃତ୍ୟୁ ଘଟିଛି। ଭାରତରେ ୯ କୋଟିରୁ ଊର୍ଦ୍ଧ୍ୱ ଡୋଜ୍‌ ଦିଆସରିଲାଣି। ସେଥିରୁ ଅଧିକାଂଶ କୋଭିଶିଲ୍ଡ ଟିକା ଯାହା ଆଷ୍ଟ୍ରାଜେନିକା ଦ୍ୱାରା ବିକଶିତ ଓ ସିରମ୍‌ ଇନ୍‌ଷ୍ଟିଚ୍ୟୁଟ ପ୍ରସ୍ତୁତ କରୁଛି।

ଏମ୍ସର ୩୫ ଡାକ୍ତର କରୋନା ସଂକ୍ରମିତ

ଦିଲ୍ଲୀ ଏମ୍ସର ୩୫ ଜଣ ଡାକ୍ତର ଶୁକ୍ରବାର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଦିନକ ପୂର୍ବରୁ ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲର ୩୭ ଡାକ୍ତରଙ୍କୁ କରୋନା ହୋଇଥିବା ଜଣାପଡ଼ିଥିଲା। ଏହି ଡାକ୍ତରମାନେ କୋଭିଡ୍‌ ଟିକା ନେଇଥିଲେ। ସେମାନଙ୍କ ମଧ୍ୟରୁ ୩୨ ଜଣ ହୋମ୍‌ ଆଇସୋଲେଶନରେ ରହିଥିବାବେଳେ ୫ ଜଣ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଦିଲ୍ଲୀରେ ଗୁରୁବାର ୭,୪୩୭ ନୂଆ ସଂକ୍ରମିତ ଚିହ୍ନଟ ହେବା ସହ ୨୪ ଜଣଙ୍କ ମୃତ୍ୟୁ ଘଟିଥିଲା। ଦିନକରେ ଏହା ସର୍ବାଧିକ ସଂକ୍ରମଣ।


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri