କରୋନା ଲଢ଼େଇରେ ହିରୋ ସାଜିଛନ୍ତି ୧୮୦ ମୌଲବୀ

ମୁମ୍ବାଇ, ୬।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ୧୮୦ ଜଣ ମୌଲବୀ କରୋନା ଲଢ଼େଇରେ ହିରୋ ସାଜିଛନ୍ତି। ସେମାନେ ଘରଘର ବୁଲି ସଚେତନତା ବାର୍ତ୍ତା ଦେଉଛନ୍ତି। କିଭଳି କରୋନା ସଂକ୍ରମଣରୁ ଦୂରେଇ ରହିହେବ ସେ ନେଇ ଲୋକଙ୍କୁ ବୁଝାଇବା କାର୍ଯ୍ୟ ଜାରି ରଖିଛନ୍ତି। ଲୋକଙ୍କୁ ଘରେ ରହିବାକୁ ସେମାନେ ପରାମର୍ଶ ଦେଉଛନ୍ତି। ମୁହଁରେ ମାକ୍ସ୍‌ ବାନ୍ଧି ସାମାଜିକ ଦୂରତା ମାର୍ଗଦର୍ଶିକା ପାଳନ କରିବା ଲାଗି ସେମାନେ ଲୋକଙ୍କୁ ରାସ୍ତାଘାଟରେ ମଧ୍ୟ ସଚେତନ କରୁଛନ୍ତି। ମୁମ୍ବାଇର ଧରାବୀ ବସ୍ତିରେ ଏଭଳି ସଚେତନତା କାର୍ଯ୍ୟ ଦେଖିବାକୁ ମିଳୁଛି। ୨.୫ ବର୍ଗ କିଲୋମିଟର ଅଞ୍ଚଳରେ ରହିଥିବା ଧରାବୀ ବସ୍ତିର ଜନସଂଖ୍ୟା ୬ ଲକ୍ଷରୁ ଅଧିକ। ଏଠାରେ ୩୦ ପ୍ରତିଶତ ମୁସଲମାନ ବାସ କରନ୍ତି। ଧରାବୀରେ ମୋଟ ୫ ଶହ ମସଜିଦ୍‌ ରହିଛି। ମୌଲବୀଙ୍କ ଏଭଳି କାର୍ଯ୍ୟରେ ଜି-ନର୍ଥ ଓ୍ବାର୍ଡ଼ର କମିଶନର କିରଣ ଦିଘାଓ୍ବକର ଆବଶ୍ୟକ ସହାୟତା ଯୋଗାଇ ଦେଇଛନ୍ତି। ଫଳରେ କୁମ୍ଭରଓ୍ବାଡ଼ା ଏବଂ କୁଠିଓ୍ବାଡ଼ି ହଟସ୍ପଟ୍‌ ଅଞ୍ଚଳରେ କରୋନା ସଂକ୍ରମଣ ଯଥେଷ୍ଟ କମିଥିବା କୁହାଯାଉଛି। ଏବେ ମୌଲବୀଙ୍କ ଏହି କାର୍ଯ୍ୟ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri