Posted inଜାତୀୟ

ସୋସିଆଲ ମିଡିଆରେ ଫସାଇ ୧୮୦ ନାବାଳିକାଙ୍କୁ ଯୌନ ଶୋଷଣ

ଅମରାବତୀ,୧୬ା୪: ସୋସିଆଲ ମିଡିଆ ସ୍ନାପ୍‌ଚାଟ୍‌ ଏବଂ ହ୍ବାଟ୍ସଆପ୍‌ ଜରିଆରେ ସମ୍ପର୍କ ବଢ଼ାଇବା ପରେ ଯୁବତୀ ଓ ନାବାଳିକାମାନଙ୍କୁ ଯୌନଶୋଷଣ କରାଯାଇଛି। ଏହାସହ ଯୌନକ୍ରିୟାର ଭିଡିଓ ଉତ୍ତୋଳନ କରି ସେମାନଙ୍କୁ ବ୍ଲାକ୍‌ମେଲିଂ କରାଯାଇଛି। ଏପରି କି ଶତାଧିକ ଅଶ୍ଳୀଳ ଭିଡିଓ ସୋସିଆଲ ମିଡିଆରେ ପ୍ରଘଟ କରାଯାଇଛି। ଏଭଳି ଘଟଣା ଘଟିଛି ମହାରାଷ୍ଟ୍ରର ଅମରାବତୀ ଜିଲାରେ। ଏହି ଘଟଣାରେ ସେଠାକାର ପୋଲିସ ମଙ୍ଗଳବାର ଜଣେ ୧୯ ବର୍ଷୀୟ ଯୁବକକୁ ଗିରଫ କରିଛି। ସେ ହେଲେ ଆୟାନ ଅହମ୍ମଦ ତନଭୀର ଅହମ୍ମଦ। ଏହି ସମ୍ବେଦନଶୀଳ ଘଟଣାର ଗୁରୁତ୍ୱକୁ ଦୃଷ୍ଟିରେ ରଖି ଅମରାବତୀ ଗ୍ରାମାଞ୍ଚଳ ଏସ୍‌ପି ବିଶାଲ ଆନନ୍ଦ ଏକ ସ୍ବତନ୍ତ୍ର ତଦନ୍ତକାରୀ ଦଳ (ଏସ୍‌ଆଇଟି) ଗଠନ କରିଛନ୍ତି। ଏହି ଟିମ୍‌ରେ ୧୧ ଜଣ ପୋଲିସ ଅଧିକାରୀ ଏବଂ ୩୬ ଜଣ କନ୍‌ଷ୍ଟେବଲ ରହିଛନ୍ତି। ଜଣେ ସହକାରୀ ପୋଲିସ ଅଧୀକ୍ଷକ (ଏଏସ୍‌ପି) ଏହି ତଦନ୍ତର ନେତୃତ୍ୱ ନେଉଛନ୍ତି। ପ୍ରାଥମିକ ତଦନ୍ତରୁ ଜଣାପଡିଛି ଯେ, ଅଧିକାଂଶ ପୀଡ଼ିତା ନାବାଳିକା। ଅଭିଯୁକ୍ତ ସେମାନଙ୍କୁ ପ୍ରଲୋଭିତ କରି ସେମାନଙ୍କ ଇଚ୍ଛା ବିରୁଦ୍ଧରେ ଅଶ୍ଳୀଳ ଫଟୋ ଓ ଭିଡିଓ ଉତ୍ତୋଳନ କରିଥିଲେ ଏବଂ ପରବର୍ତ୍ତୀ ସମୟରେ ସେମାନଙ୍କୁ ବଦନାମ କରିବା ପାଇଁ ଏହାକୁ ଅନ୍‌ଲାଇନରେ ଭାଇରାଲ କରିଥିଲେ। ଅଭିଯୁକ୍ତଙ୍କ ବିରୋଧରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌) ର ଧାରା ୨୯୪, ପୋକ୍‌ସୋ ଆକ୍ଟର ଧାରା ୮ ଓ ୧୨ ଏବଂ ଆଇଟି ଆକ୍ଟ ଅନୁଯାୟୀ ମାମଲା ରୁଜୁ କରାଯାଇଛି।
ପୋଲିସ ପକ୍ଷରୁ କୁହାଯାଇଛି ଯେ, ବର୍ତ୍ତମାନ ସୁଦ୍ଧା କୌଣସି ପୀଡ଼ିତା କିମ୍ବା ତାଙ୍କ ପରିବାର ଲୋକ ଥାନାରେ ସିଧାସଳଖ ଅଭିଯୋଗ କରିନାହାନ୍ତି। ତେଣୁ ପୋଲିସ ପକ୍ଷରୁ ଜନସାଧାରଣଙ୍କୁ ନିବେଦନ କରାଯାଇଛି ଯେ, ପୀଡ଼ିତାଙ୍କ ପରିବାର ଆଗକୁ ଆସି ତଦନ୍ତରେ ସହଯୋଗ କରନ୍ତୁ। ସେମାନଙ୍କର ପରିଚୟ ସମ୍ପୂର୍ଣ୍ଣ ଗୋପନୀୟ ରଖାଯିବ ବୋଲି ପୋଲିସ ପ୍ରତିଶ୍ରୁତି ଦେଇଛି।
ରାଜ୍ୟ ସଭା ଏମ୍‌ପି ଅନିଲ ବୋଣ୍ଡେ କହିିଛନ୍ତି ଯେ, ଏହା ପଛରେ ଏକ ବଡ଼ ଗ୍ୟାଙ୍ଗର ହାତ ରହିଛି। ଏହି ଗ୍ୟାଙ୍ଗ ସ୍ନାପ୍‌ଚାଟ୍‌ ଏବଂ ହ୍ବାଟ୍ସଆପ୍‌ ଗ୍ରୁପ୍‌ ଜରିଆରେ ଏଭଳି ଅପରାଧ ଘଟାଉଥିବା ସେ ଅଭିଯୋଗ କରିଛନ୍ତି। ଅଭିଯୁକ୍ତଙ୍କ ମୋବାଇଲ ଫୋନକୁ ଜବତ କରାଯାଇ ଅଧିକ ପ୍ରମାଣ ପାଇଁ ଯାଞ୍ଚ କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO

ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?