୨୦ରେ ଘୋଷଯାତ୍ରା: ସହରକୁ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ ଜଗିବେ

ପୁରୀ ଅଫିସ,୯ା୬: ଶ୍ରୀବିଗ୍ରହଙ୍କ ଘୋଷଯାତ୍ରା ଆସନ୍ତା ୨୦ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି। ଘୋଷଯାତ୍ରାକୁ ଯେପରି ସରସ ସୁନ୍ଦର ତଥା ଶୃଙ୍ଖଳିତ କରାଯିବ, ସେନେଇ ସମସ୍ତ ପ୍ରସ୍ତୁତି ଜୋରସୋରରେ ଚାଲୁଥିବାବେଳେ ବିଭିନ୍ନ ବିଭାଗ, ଅଧିକାରୀ ଏବଂ ସେବାୟତମାନଙ୍କ ସହ ଜିଲା ପ୍ରଶାସନ ଏବଂ ଶ୍ରୀମନ୍ଦିର ପ୍ରଶାସନ ବିଭିନ୍ନ ପର୍ଯ୍ୟାୟରେ ଆଲୋଚନା କରୁଛି। ଅପରପକ୍ଷେ ଆଇନ ଶୃଙ୍ଖଳା ଏବଂ ସୁରକ୍ଷାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ମଧ୍ୟ ବାରମ୍ବାର ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରାଯାଉଛି। ଏହି ପରିପ୍ରେକ୍ଷୀରେ ପୋଲିସ ଏଡିଜି ଅମିତାଭ୍‌ ଠାକୁର ଗୁରୁବାର ପୁରୀରେ ପହଞ୍ଚତ୍ ରଥଯାତ୍ରା ସମୟରେ ଆଇନଶୃଙ୍ଖଳା ପରିସ୍ଥିତି ତଥା ଟ୍ରାଫିକ ବ୍ୟବସ୍ଥା ଉପରେ ଏସ୍‌ପିଙ୍କ କାର୍ଯ୍ୟାଳୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ବୈଠକରେ ବିଭିନ୍ନ ଦିଗ ଉପରେ ଆଲୋଚନା କରାଯାଇଛି। ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରାରେ ପୁରୀ ସହରରେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ। ଏଥିସହ ପୋଲିସ ବିଭାଗର ବରିଷ୍ଠ ଅଧିକାରୀମାନେ ମଧ୍ୟ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ଜନଗହଳି ନିୟନ୍ତ୍ରଣ, ଟ୍ରାଫିକ ସୁପରିଚାଳନା ଦାୟିତ୍ୱରେ ରହିବେ। ଏଥିପାଇଁ ପୁରୀ ପୋଲିସ ପକ୍ଷରୁ ସ୍ବତନ୍ତ୍ର ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି। ତେବେ ବୈଠକରେ ଜନଗହଳି ନିୟନ୍ତ୍ରଣ ସହ ଟ୍ରାଫିକ ସୁପରିଚାଳନା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ଘୋଷଯାତ୍ରା ସମୟରେ ରାଜ୍ୟ ତଥା ରାଜ୍ୟ ବାହରୁ ପୁରୀ ଆସୁଥିବା ଶ୍ରଦ୍ଧାଳୁଙ୍କ ଯେଭଳି କୌଣସି ଅସୁବିଧା ନ ହେବ ଏବଂ କେଉଁ ସ୍ଥାନରେ ନିଜନିଜ ଗାଡ଼ି ପାର୍କିଂ କରିପାରିବେ, ସେନେଇ ଏକ ଭିଡିଓ ପୋଲିସ ପକ୍ଷରୁ ଜାରି କରାଯିବ। କେବଳ ଜନଗହଳି ନିୟନ୍ତ୍ରଣ ଓ ଟ୍ରାଫିକ ପରିଚାଳନା ପାଇଁ ସ୍ବତନ୍ତ୍ର ଭାବେ ୪୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ। ଏଥିସହ ଶ୍ରୀମନ୍ଦିର ଭିତର, ବାହାର ଓ ଏହାର ଚତୁଃପାଶର୍‌ବ ସହ ବିଭିନ୍ନ ସ୍ଥାନରେ ପର୍ଯ୍ୟାପ୍ତ ସିସିଟିଭି କ୍ୟାମେରା, ପୋଲିସ କଣ୍ଟ୍ରୋଲ ରୁମ୍‌ ସହ ଅନ୍ୟାନ୍ୟ ସମସ୍ତ ପଦକ୍ଷେପ ନେବା ପାଇଁ ବ୍ୟବସ୍ଥା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri