୨୦ରେ ଘୋଷଯାତ୍ରା: ସହରକୁ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ ଜଗିବେ

ପୁରୀ ଅଫିସ,୯ା୬: ଶ୍ରୀବିଗ୍ରହଙ୍କ ଘୋଷଯାତ୍ରା ଆସନ୍ତା ୨୦ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି। ଘୋଷଯାତ୍ରାକୁ ଯେପରି ସରସ ସୁନ୍ଦର ତଥା ଶୃଙ୍ଖଳିତ କରାଯିବ, ସେନେଇ ସମସ୍ତ ପ୍ରସ୍ତୁତି ଜୋରସୋରରେ ଚାଲୁଥିବାବେଳେ ବିଭିନ୍ନ ବିଭାଗ, ଅଧିକାରୀ ଏବଂ ସେବାୟତମାନଙ୍କ ସହ ଜିଲା ପ୍ରଶାସନ ଏବଂ ଶ୍ରୀମନ୍ଦିର ପ୍ରଶାସନ ବିଭିନ୍ନ ପର୍ଯ୍ୟାୟରେ ଆଲୋଚନା କରୁଛି। ଅପରପକ୍ଷେ ଆଇନ ଶୃଙ୍ଖଳା ଏବଂ ସୁରକ୍ଷାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ମଧ୍ୟ ବାରମ୍ବାର ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରାଯାଉଛି। ଏହି ପରିପ୍ରେକ୍ଷୀରେ ପୋଲିସ ଏଡିଜି ଅମିତାଭ୍‌ ଠାକୁର ଗୁରୁବାର ପୁରୀରେ ପହଞ୍ଚତ୍ ରଥଯାତ୍ରା ସମୟରେ ଆଇନଶୃଙ୍ଖଳା ପରିସ୍ଥିତି ତଥା ଟ୍ରାଫିକ ବ୍ୟବସ୍ଥା ଉପରେ ଏସ୍‌ପିଙ୍କ କାର୍ଯ୍ୟାଳୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ବୈଠକରେ ବିଭିନ୍ନ ଦିଗ ଉପରେ ଆଲୋଚନା କରାଯାଇଛି। ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରାରେ ପୁରୀ ସହରରେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ। ଏଥିସହ ପୋଲିସ ବିଭାଗର ବରିଷ୍ଠ ଅଧିକାରୀମାନେ ମଧ୍ୟ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ଜନଗହଳି ନିୟନ୍ତ୍ରଣ, ଟ୍ରାଫିକ ସୁପରିଚାଳନା ଦାୟିତ୍ୱରେ ରହିବେ। ଏଥିପାଇଁ ପୁରୀ ପୋଲିସ ପକ୍ଷରୁ ସ୍ବତନ୍ତ୍ର ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି। ତେବେ ବୈଠକରେ ଜନଗହଳି ନିୟନ୍ତ୍ରଣ ସହ ଟ୍ରାଫିକ ସୁପରିଚାଳନା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ଘୋଷଯାତ୍ରା ସମୟରେ ରାଜ୍ୟ ତଥା ରାଜ୍ୟ ବାହରୁ ପୁରୀ ଆସୁଥିବା ଶ୍ରଦ୍ଧାଳୁଙ୍କ ଯେଭଳି କୌଣସି ଅସୁବିଧା ନ ହେବ ଏବଂ କେଉଁ ସ୍ଥାନରେ ନିଜନିଜ ଗାଡ଼ି ପାର୍କିଂ କରିପାରିବେ, ସେନେଇ ଏକ ଭିଡିଓ ପୋଲିସ ପକ୍ଷରୁ ଜାରି କରାଯିବ। କେବଳ ଜନଗହଳି ନିୟନ୍ତ୍ରଣ ଓ ଟ୍ରାଫିକ ପରିଚାଳନା ପାଇଁ ସ୍ବତନ୍ତ୍ର ଭାବେ ୪୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ। ଏଥିସହ ଶ୍ରୀମନ୍ଦିର ଭିତର, ବାହାର ଓ ଏହାର ଚତୁଃପାଶର୍‌ବ ସହ ବିଭିନ୍ନ ସ୍ଥାନରେ ପର୍ଯ୍ୟାପ୍ତ ସିସିଟିଭି କ୍ୟାମେରା, ପୋଲିସ କଣ୍ଟ୍ରୋଲ ରୁମ୍‌ ସହ ଅନ୍ୟାନ୍ୟ ସମସ୍ତ ପଦକ୍ଷେପ ନେବା ପାଇଁ ବ୍ୟବସ୍ଥା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

ଯୁବ ବିଜେଡି ଜିଲା ସଭାପତିଙ୍କ ଘରକୁ ଗୁଳି

ସୋନପୁର/ବିନିକା,୨୧।୬ (ମୃତ୍ୟୁଞ୍ଜୟ ଶତପଥୀ/ରାମଗୋପାଳ ବାଘ): ସୁବର୍ଣ୍ଣପୁର ଯୁବ ବିଜେଡି ଜିଲା ସଭାପତି ତଥା ବିନିକା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଅଶୋକ କୁମାର ନନ୍ଦଙ୍କ ଘର ଓ କାରକୁ…

NDAରେ ସାମିଲ ହେବ DMK? ଶେଷ ପ୍ରତିବନ୍ଧକ ଦୂର, ମୋଦି ସରକାର ଖୁବ ଶୀଘ୍ର ଲୋକ ସଭାରେ ୩୬୦ ଆସନ ହାସଲ କରିବାକୁ ଯାଉଛି

ନୂଆଦିଲ୍ଲୀ,୨୧।୬: ତାମିଲନାଡୁ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଦ୍ରାବିଡ଼ ମୁନ୍ନେତ୍ର କାଝଗମ (DMK)ର ଦୀର୍ଘକାଳୀନ ସହଯୋଗୀ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଆନୁଷ୍ଠାନିକ ଭାବରେ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଗୋପାଳପୁର,୨୧।୬(ନବୀନ ରାଜ ଆଚାରି): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲରେ ରହୁଥିବା ଜନୈକା ଛାତ୍ରୀଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି।…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

ଭାରତୀୟ ଯୋଗ ସଂସ୍ଥାନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଛତ୍ରପୁର, ୨୧।୬ (ଦିଲ୍ଲୀପ ସାମଲ): ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ।ଭାରତୀୟ ଯୋଗ ସଂସ୍ଥାନ, ଏହି ଉପଲକ୍ଷେ ନୂଆଦିଲ୍ଲୀ ଛତ୍ରପୁର ଶାଖା ପକ୍ଷରୁ ସ୍ଥାନୀୟ ଷ୍ଟାଡିଅମ ପରିସରସ୍ଥ…

ବିପଦସଙ୍କୁଳ ବାଉଁଶ ଚାରା ଭରସାରେ ହଜାର ହଜାର ଲୋକ; ଧାମନଗରଦଶରଥପୁର ବୈତରଣୀ ସେତୁ ଏବେ ବି ଅଧପନ୍ତରିଆ

ତିହିଡ଼ି,୨୧।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଓ ଯାଜପୁର ଜିଲାର ଦଶରଥପୁର ବ୍ଲକର ସମେତ ପଡୋଶୀ ତିହିଡି ବ୍ଲକର ସାଧାରଣ ଲୋକଙ୍କ ଦୀର୍ଘଦିନର ସ୍ବପ୍ନ ଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri