୩ ବିଭାଗରେ ନିଯୁକ୍ତ ହେଲେ ୧୮୧ ଅଫିସର

ଭୁବନେଶ୍ୱର,୧୪ା୭(ଅନିଲ ଦାସ):ରାଜ୍ୟ ସରକାରଙ୍କ ୩ ବିଭାଗରେ ୧୮୧ ଜଣଙ୍କୁ ନୂଆ ନିଯୁକ୍ତି ମିଳିଛି। ସେମାନଙ୍କ ମଧ୍ୟରେ ୧୦୪ ଶିକ୍ଷକ ପ୍ରଶିକ୍ଷକ, ୬୨ ସହକାରୀ ନିର୍ଦ୍ଦେଶକ (ବିଧି) ଏବଂ ୧୫ ସହକାରୀ ପରିସଂଖ୍ୟାନ ନିର୍ଦ୍ଦେଶକଙ୍କୁ ନିଯୁକ୍ତି ଦିଆଯାଇଛି। ଗୁରୁବାର ଲୋକସେବା ଭବନ କନ୍‌ଭେନଶନ ସେଣ୍ଟରରେ ଅନୁଷ୍ଠିତ ଏହି ନିଯୁକ୍ତି ପର୍ବ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାର ରୂପାନ୍ତରକୁ ଆହୁରି ଦ୍ରୁତ ବେଗରେ ଆଗେଇ ନେବା ପାଇଁ ଉଦ୍ୟମ କରିବାକୁ ନବନିଯୁକ୍ତ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡ଼ିଶାର ରୂପାନ୍ତରଣକୁ ତ୍ୱରିତ ଗତିରେ ଆଗେଇ ନେବାକୁ ଆମ ସମସ୍ତଙ୍କର ଏକମାତ୍ର ଲକ୍ଷ୍ୟ ହେବା ଦରକାର। ଏଥିପାଇଁ ଆବେଗର ସହ କାର୍ଯ୍ୟ କରିବାକୁ ପଡ଼ିବ। ମାତୃଭୂମିର ରୂପାନ୍ତର ଦେଖିବା ଖୁସିଠାରୁ ଆଉ ବଡ଼ କିଛି ନାହିଁ। ନୂଆ ନିଯୁକ୍ତି ନୂତନ କ୍ୟାରିୟର ଆରମ୍ଭ କରିବା ପାଇଁ ଯେପରି ଶକ୍ତି ଯୋଗାଇଥାଏ ସେହିପରି ନୂତନ ସଶକ୍ତ ଓଡ଼ିଶା ଗଠନ ଦିଗରେ ନିଜର ଦକ୍ଷତା ପ୍ରତିପାଦନ କରିବାକୁ ନବନିଯୁକ୍ତ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ୫-ଟି କାର୍ଯ୍ୟକ୍ରମ ରାଜ୍ୟର ବିକାଶର ଗତିକୁ ତ୍ୱରାନ୍ବିତ କରିବାରେ ସାହାଯ୍ୟ କରୁଛି। ଏହାକୁ ଅନୁସରଣ କରିବାକୁ ମୁଖ୍ୟମନ୍ତ୍ରୀ ନବନିଯୁକ୍ତ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି। ନବନିଯୁକ୍ତ ଅଧିକାରୀମାନେ ଉଚ୍ଚଶିକ୍ଷିତ ଓ ମେଧାବୀ। ସେମାନଙ୍କ ଉପରେ ସମ୍ପୂର୍ଣ୍ଣ ଭରସା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ରାଜ୍ୟରେ ପିଲାମାନଙ୍କର ପାଠ୍ୟଖସଡ଼ା ପ୍ରସ୍ତୁତ କ୍ଷେତ୍ରରେ ଶିକ୍ଷକ ପ୍ରଶିକ୍ଷକମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି, ଯୋଜନା ଓ ସଂଯୋଜନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ପ୍ରମୁଖ ଯୋଗଦେଇ ଏହି ନିଯୁକ୍ତି ଦ୍ୱାରା ନିଜ ବିଭାଗରେ ସରକାରଙ୍କ ଲକ୍ଷ୍ୟ ପୂରଣ ହୋଇପାରିବ ବୋଲି କହିଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଯୋଗଦେଇ ରାଜ୍ୟର ବିକାଶ ପାଇଁ ମନପ୍ରାଣ ଦେଇ କାର୍ଯ୍ୟ କରିବାକୁ ନବନିଯୁକ୍ତ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡି. କେ. ସିଂ ସ୍ବାଗତ ଭାଷଣ ଦେଇଥିବା ବେଳେ ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ଅଶ୍ୱସ୍ଥି ଏସ୍‌ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri