୧୮୧୭ ପାଇକ ବିଦ୍ରୋହ ଗବେଷଣା ଜରୁରୀ

ଖୋର୍ଦ୍ଧା ଅଫିସ,୧୮ା୯: ଖୋର୍ଦ୍ଧା କଳିଙ୍ଗ ପାଇକ ସଙ୍ଗଠନ ଆନୁକୂଲ୍ୟରେ ଭାରତ ସ୍ବାଧୀନତା ସଂଗ୍ରାମରେ ନବ ଉନ୍ମେଷ-ପାଇକ ବିଦ୍ରୋହ ଶୀର୍ଷକ ଆଲୋଚନାଚକ୍ର ସ୍ଥାନୀୟ ସଂସ୍କୃତି ଭବନ ପରିସରରେ ରବିବାର ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ଉପଦେଷ୍ଟା ଶିକ୍ଷାବିତ୍‌ ଭୀମସେନ ପ୍ରଧାନଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଆଲୋଚନାଚକ୍ରରେ ଅନୁଷ୍ଠାନ ସଭାପତି କିଟ୍‌ ସ୍କୁଲ ଅଫ୍‌ ରୁରାଲ ମ୍ୟାନେଜମେଣ୍ଟ ପ୍ରଫେସର ରବି ନାରାୟଣ ସୁବୁଦ୍ଧି, କ୍ଷେତ୍ରବାସୀ ଡିଏଭି କଲେଜ ଇତିହାସ ପ୍ରାଧ୍ୟାପକ ଡ.ପ୍ରୀତିମୟୀ ମିତ୍ର, କାଇପଦର କଲେଜର ପ୍ରାକ୍ତନ ଅଧ୍ୟକ୍ଷ ଡ.ଅଶୋକ କୁମାର ରାୟସିଂହ, ଉତ୍କଳ ବିକାଶ ପରିଷଦ ମହାସଚିବ ଇଂ ଋଷି ଗୁମାନସିଂହ, ଗବେଷକ ମଦନମୋହନ ମହାପାତ୍ର ପ୍ରମୁଖ ଆଲୋଚକ ଭାବେ ଯୋଗଦେଇ ପାଇକ ବିଦ୍ରୋହର ଐତିହାସିକ ପୃଷ୍ଠଭୂମି ଉପରେ ଆଲୋକପାତ କରିଥିଲେ। ଏହା ଉପରେ ଅଧିକ ଗବେଷଣା ଜରୁରୀ ବୋଲି ମତ ପ୍ରକାଶ ପାଇଥିଲା। ପାଇକ ବୀରଙ୍କ ରାଷ୍ଟ୍ରୀୟତା, ଜାତୀୟତାବୋଧ ପରିଚୟ ବହନ କରୁଛି। ଏ ମାଟି ପାଇଁ ସର୍ବଦା ସ୍ମରଣୀୟ ହୋଇ ରହିବେ। ସେମାନଙ୍କ ବଳିଦାନ ଅତୁଳନୀୟ ବୋଲି ବକ୍ତାମାନେ କହିଥିଲେ। ଅନୁଷ୍ଠାନ ସମ୍ପାଦକ କୃଷ୍ଣଚନ୍ଦ୍ର ହରିଚନ୍ଦନ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବା ବେଳେ ସମରେନ୍ଦ୍ର ବଳିଆରସିଂହ ଅତିଥି ପରିଚୟ, ଉପଦେଷ୍ଟା ଶିକ୍ଷାବିତ୍‌ ସତ୍ୟବାଦୀ ବଳିଆରସିଂହ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ଏହି ଅବସରରେ ସାହିତି୍ୟକ, ଗବେଷକ, ଶିକ୍ଷାବିତ୍‌ମାନେ ବକ୍ତବ୍ୟ ରଖିଥିଲେ। ଇଂ ଶିଶିର ନାୟକ କାର୍ଯ୍ୟକ୍ରମ ସଞ୍ଚାଳନ ଏବଂ ଅମରେନ୍ଦ୍ର ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ହେବାକୁ ଯାଇଥିଲେ, ଆଉ ଫେରିଲେନି: ଗୋଡ଼ ଖସିଯିବାରୁ ପୋଖରୀ ଗଭୀର ପାଣିରେ ବୁଡ଼ି ଚାଲିଗଲା…

ଥୁଆମୂଳ ରାମପୁର,୨ା୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ମହୁଲପାଟଣା ଫାଣ୍ଡି ଅଧୀନସ୍ଥ ଉପରଚବରି ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ଗାଁ…

ହଇଚଇ…CVC ରିପୋର୍ଟରେ ବଡ଼ ଖୁଲାସା, ଦୁର୍ନୀତି ଅଭିଯୋଗରେ ଏହି ବିଭାଗ ଆଗରେ

ନୂଆଦିଲ୍ଲୀ,୨।୯: ସରକାରୀ ସଂସ୍ଥାଗୁଡ଼ିକରେ ଦୁର୍ନୀତି ନେଇ ଆସିଥିବା ଅଭିଯୋଗକୁ ନେଇ ବଡ଼ ତଥ୍ୟ ସାମ୍ନାକୁ ଆଣିଛି କେନ୍ଦ୍ରୀୟ ଭିଜିଲାନ୍ସ କମିଶନ୍ (CVC)। CVCର ବାର୍ଷିକ ରିପୋର୍ଟ ୨୦୨୫…

ଲଗାତାର ୩ୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ଶିକ୍ଷକ ବିନୋଦ ବାତ୍ରା: ଲାଞ୍ଜିଗଡ଼ ହାଇସ୍କୁଲ ପାଇଁ ଗୌରବ…

ଲାଞ୍ଜିଗଡ଼,୨।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ, ଲାଞ୍ଜିଗଡ଼ର ସାମାଜିକ ବିଜ୍ଞାନ ଶିକ୍ଷକ ଶ୍ରୀ ବିନୋଦ ବାତ୍ରା ପୁଣି ଥରେ…

ଘରେ ସ୍ତ୍ରୀକୁ ପିଟିପିଟି ହତ୍ୟା, ଘଟଣାସ୍ଥଳରୁ ସ୍ବାମୀ ଫେରାର

ନୂଆଗାଁ,୨ା୯ (ଧନେଶ୍ୱର ସାହୁ): ନୟାଗଡ ଜିଲା ନୂଆଗାଁ ଥାନା ନୂଆଗାଁ ସଦର ପଂଚାୟତ କାଚପଲି ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି ସ୍ବାମୀ…

ବାୟୁସେନାରେ ଥିଲା ୧.୮୨ ଲକ୍ଷ ଦରମା! ଏବେ ରାମ ମନ୍ଦିର CEO ଭାବେ କେତେ ପ୍ୟାକେଜ୍ ପାଇବେ ଜିତେନ୍ଦ୍ର ମିଶ୍ରା?

ଅଯୋଧ୍ୟା,୨।୯: ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟକୁ ମିଳିଛନ୍ତି ପ୍ରଥମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)। ଭାରତୀୟ ବାୟୁସେନାର ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କୁ…

ଆଞ୍ଚଳିକ ତାଏକୋଣ୍ଡୋ ପ୍ରତିଯୋଗିତା; କଳାହାଣ୍ଡି ପ୍ରତିଯୋଗୀଙ୍କ ସଫଳତା, ଛୁଟୁଛି ଶୁଭେଚ୍ଛା

ଭବାନୀପାଟଣା, ୨।୯ (ଉତ୍ତମ କୁମାର ଦାଶ ): ଆନ୍ଧ୍ରପ୍ରଦେଶ କାକିନାଡାର ଦ୍ରୋଣଇନ୍‌ଡୋର ଷ୍ଟାଡିୟମରେ ୩ଦିନ ଧରି ୨୧ତମ ଦକ୍ଷିଣ-ପଶ୍ଚିମ ଭାରତୀୟ ଆଞ୍ଚଳିକ ତାଏକୋଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।…

ଖସୁଛି ସୁନା ଦର, ମୁହଁ ମାଡ଼ି ପଡ଼ିଲା ରୂପା: ୬ ଦିନରେ ୧୧,୦୦୦ ଟଙ୍କା ଶସ୍ତା ହେଲା…

ନୂଆଦିଲ୍ଲୀ,୨।୯: ଦେଶର ରାଜଧାନୀ ଦିଲ୍ଲୀରେ ସୁନା ଏବଂ ରୂପା ମୂଲ୍ୟରେ କ୍ରମାଗତ ହ୍ରାସ ଦେଖିବାକୁ ମିଳୁଛି। ବିଶ୍ୱ ବଜାରରେ ମାନ୍ଦାବସ୍ଥା ଏବଂ ବିକ୍ରି ଚାପ ଯୋଗୁ ଦେଶୀୟ…

ଶାଢ଼ି ସେଣ୍ଟର ନାଁରେ ବଲାଙ୍ଗୀରରୁ ଗଞ୍ଜେଇ ଚାଲାଣ, ଆମାଜନ୍ ନାଁରେ ପାର୍ସଲ କରି ବିକୁଥିଲେ

ବଲାଙ୍ଗୀର,୨ା୯(ସୁନିଲ କୁମାର ମହାନ୍ତି): ସମ୍ବଲପୁରୀ ଶାଢ଼ି ସେଣ୍ଟର ନାଁରେ କୋରିଅରରେ ଚାଲିଥିଲା ଗଞ୍ଜେଇ ଚାଲାଣ । ମାଡ଼ିବସିଲା ବଲାଙ୍ଗୀର ପୋଲିସ । ଅନଲାଇନରେ ଦିଲ୍ଲୀ, ଗଜିଆବାଦ ପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri