୧୮୨୮ ସ୍କୁଲରୁ ୩୭୯ରେ ଦିଆଯାଉଛି ମଧ୍ୟାହ୍ନଭୋଜନ

ରାୟଗଡ଼ା,୧୭।୯ (ଆଶିଷ ରଞ୍ଜନ ପଣ୍ଡା) ୩ ଦଫା ଦାବି ପୂରଣ ପାଇଁ ଆନ୍ଦୋଳନ କରୁଛନ୍ତି ସାରା ରାଜ୍ୟର ଶିକ୍ଷୟିତ୍ରୀ ଶିକ୍ଷକମାନେ। ଫଳରେ ସ୍କୁଲଗୁଡ଼ିକରେ ମଧ୍ୟାହ୍ନଭୋଜନ ପ୍ରଦାନରେ ବ୍ୟାଘାତ ସୃଷ୍ଟି ହୋଇଛି। ମିଳିଥିବା ସୂଚନା ଅନୁସାରେ ଜିଲାରେ ଥିବା ୧୮୨୮ ସ୍କୁଲ ମଧ୍ୟରୁ ଶନିବାର ମାତ୍ର ୩୭୯ ସ୍କୁଲରେ ଏମ୍‌ଡିଏମ୍‌ ପ୍ରଦାନ କରାଯାଇଛି। ସେହିଭଳି ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ପତ୍ର ସଂଖ୍ୟା ୮୧୪୦ ଅନୁଯାୟୀ ପ୍ରତି ମାସରେ ଶନିବାର ହେବାକୁ ଥିବା କ୍ଲଷ୍ଟରସ୍ତରୀୟ ବୈଠକ ମଧ୍ୟ ଫସରଫାଟିଛି। ଶିକ୍ଷକଙ୍କ ଆନ୍ଦୋଳନ ଯୋଗୁ ପିଲାଙ୍କ ପାଠପଢ଼ା ଏକ ପ୍ରକାର ବାଧାପ୍ରାପ୍ତ ହୋଇପଡ଼ିଛି। ଅପରପକ୍ଷେ ଶିକ୍ଷାବର୍ଷର ନିର୍ଦ୍ଦିଷ୍ଟ ସମୟରେ ପରୀକ୍ଷା ହେଲେ ପିଲାମାନେ କିଭଳି ବିନା ଶିକ୍ଷାରେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ ତାହା ଏବେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଅନ୍ୟପକ୍ଷରେ କେତେଜଣ ଅଭିଭାବକ କହିଛନ୍ତି, ରାଜ୍ୟ ସରକାର ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଦାବି ପୂରଣ ନ କରିବା ଯୋଗୁ ସେମାନେ ଆନ୍ଦୋଳନରେ ବସିଛନ୍ତି। ହେଲେ ଏହି ଆନ୍ଦୋଳନ ଯୋଗୁ ଆମ ପିଲାଙ୍କ ଶିକ୍ଷା ବାଧାପ୍ରାପ୍ତ ହେଉଛି। ତେଣୁ ରାଜ୍ୟ ସରକାର ଯଥାଶୀଘ୍ର ସେମାନଙ୍କ ଦାବି ପୂରଣ କଲେ ବିଦ୍ୟାଳୟଗୁଡ଼ିକ ପୁନଃ ଚାଲୁ ହୋଇ ଶିକ୍ଷାଦାନ ଆଗକୁ ବଢ଼ିପାରିବ। ନଚେତ ଆଗାମୀ ଦିନରେ ଆବଶ୍ୟକ ପଡ଼ିଲେ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଦାବି ପୂରଣ ପାଇଁ ଅଭିଭାବକମାନେ ମଧ୍ୟ ସମର୍ଥନ କରିବେ ବୋଲି ଆଲୋଚନା ହେଉଛି। ଏ ସମ୍ପର୍କରେ ରାୟଗଡ଼ା ବିଇଓ ସୁଦୀପ୍ତ ଦାସଙ୍କ ସୂଚନା ଅନୁଯାୟୀ, ରାୟଗଡ଼ା ବ୍ଲକ୍‌ ୭୦ ପ୍ରତିଶତ ବିଦ୍ୟାଳୟ ଖୋଲା ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….

ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ…

କେବଳ ଦର୍ଶକ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା…

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri