୧୮୨୮ ସ୍କୁଲରୁ ୩୭୯ରେ ଦିଆଯାଉଛି ମଧ୍ୟାହ୍ନଭୋଜନ

ରାୟଗଡ଼ା,୧୭।୯ (ଆଶିଷ ରଞ୍ଜନ ପଣ୍ଡା) ୩ ଦଫା ଦାବି ପୂରଣ ପାଇଁ ଆନ୍ଦୋଳନ କରୁଛନ୍ତି ସାରା ରାଜ୍ୟର ଶିକ୍ଷୟିତ୍ରୀ ଶିକ୍ଷକମାନେ। ଫଳରେ ସ୍କୁଲଗୁଡ଼ିକରେ ମଧ୍ୟାହ୍ନଭୋଜନ ପ୍ରଦାନରେ ବ୍ୟାଘାତ ସୃଷ୍ଟି ହୋଇଛି। ମିଳିଥିବା ସୂଚନା ଅନୁସାରେ ଜିଲାରେ ଥିବା ୧୮୨୮ ସ୍କୁଲ ମଧ୍ୟରୁ ଶନିବାର ମାତ୍ର ୩୭୯ ସ୍କୁଲରେ ଏମ୍‌ଡିଏମ୍‌ ପ୍ରଦାନ କରାଯାଇଛି। ସେହିଭଳି ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ପତ୍ର ସଂଖ୍ୟା ୮୧୪୦ ଅନୁଯାୟୀ ପ୍ରତି ମାସରେ ଶନିବାର ହେବାକୁ ଥିବା କ୍ଲଷ୍ଟରସ୍ତରୀୟ ବୈଠକ ମଧ୍ୟ ଫସରଫାଟିଛି। ଶିକ୍ଷକଙ୍କ ଆନ୍ଦୋଳନ ଯୋଗୁ ପିଲାଙ୍କ ପାଠପଢ଼ା ଏକ ପ୍ରକାର ବାଧାପ୍ରାପ୍ତ ହୋଇପଡ଼ିଛି। ଅପରପକ୍ଷେ ଶିକ୍ଷାବର୍ଷର ନିର୍ଦ୍ଦିଷ୍ଟ ସମୟରେ ପରୀକ୍ଷା ହେଲେ ପିଲାମାନେ କିଭଳି ବିନା ଶିକ୍ଷାରେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ ତାହା ଏବେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଅନ୍ୟପକ୍ଷରେ କେତେଜଣ ଅଭିଭାବକ କହିଛନ୍ତି, ରାଜ୍ୟ ସରକାର ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଦାବି ପୂରଣ ନ କରିବା ଯୋଗୁ ସେମାନେ ଆନ୍ଦୋଳନରେ ବସିଛନ୍ତି। ହେଲେ ଏହି ଆନ୍ଦୋଳନ ଯୋଗୁ ଆମ ପିଲାଙ୍କ ଶିକ୍ଷା ବାଧାପ୍ରାପ୍ତ ହେଉଛି। ତେଣୁ ରାଜ୍ୟ ସରକାର ଯଥାଶୀଘ୍ର ସେମାନଙ୍କ ଦାବି ପୂରଣ କଲେ ବିଦ୍ୟାଳୟଗୁଡ଼ିକ ପୁନଃ ଚାଲୁ ହୋଇ ଶିକ୍ଷାଦାନ ଆଗକୁ ବଢ଼ିପାରିବ। ନଚେତ ଆଗାମୀ ଦିନରେ ଆବଶ୍ୟକ ପଡ଼ିଲେ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଦାବି ପୂରଣ ପାଇଁ ଅଭିଭାବକମାନେ ମଧ୍ୟ ସମର୍ଥନ କରିବେ ବୋଲି ଆଲୋଚନା ହେଉଛି। ଏ ସମ୍ପର୍କରେ ରାୟଗଡ଼ା ବିଇଓ ସୁଦୀପ୍ତ ଦାସଙ୍କ ସୂଚନା ଅନୁଯାୟୀ, ରାୟଗଡ଼ା ବ୍ଲକ୍‌ ୭୦ ପ୍ରତିଶତ ବିଦ୍ୟାଳୟ ଖୋଲା ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?