ଆଜି ରାଜ୍ୟରୁ ୧୮୩ ପଜିଟିଭ୍‌ ଚିହ୍ନଟ, ଆଉ ୨ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୪।୧(ବ୍ୟୁରୋ) : ସୋମବାର ରାଜ୍ୟରେ ୧୮୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୦,୪୯୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୦୬ ଜଣ ଚିହ୍ନଟ ହୋଇଥିବା ବେଳେ ୭୭ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୩୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୨୪ ଏବଂ ଖୋର୍ଦ୍ଧାରୁ ୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ୱରରୁ ୨, ବରଗଡ଼ ୯, ଭଦ୍ରକ ୨, ବଲାଙ୍ଗୀର ୬, ବୌଦ୍ଧ ୧, କଟକ ୬, ଦେବଗଡ଼ ୧, ଢେଙ୍କାନାଳ ୧, ଗଜପତି ୨, ଗଞ୍ଜାମ ୫, ଜଗତସିଂହପୁର ୫, ଯାଜପୁର ୧୧, ଝାରସୁଗୁଡ଼ା ୮, କଳାହାଣ୍ଡି ୩, କନ୍ଧମାଳ ୧, କେନ୍ଦ୍ରାପଡ଼ା ୧୦, କେନ୍ଦୁଝର ୧, ମାଲକାନଗିରି ୧, ମୟୂରଭଞ୍ଜ ୫, ନୂଆପଡ଼ା ୧୦, ପୁରୀ ୬, ସମ୍ବଲପୁର ୧୦ ଏବଂ ସୋନପୁରରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୋଲ୍‌ ସଂଖ୍ୟା ରହିଛି ୫।

ସେହିପରି ଆଜି ରାଜ୍ୟରେ ୨ ଜଣଙ୍କ ଜୀବନ ନେଇଛି କରୋନା। ବାଲେଶ୍ୱର ଏବଂ ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୦,୪୯୨ ରେ ପହଞ୍ଚିଥିବା ବେଳେ ୩,୨୬,୨୦୯ଜଣ ସୁସ୍ଥ ହୋଇଛନ୍ତି। ୨୩୪୫ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସଚେତନତା କାର୍ଯ୍ୟକ୍ରମ

ଭଦ୍ରକ ଅଫିସ, ୧୧।୪: ତିହିଡ଼ି ବ୍ଲକ ଅନ୍ତର୍ଗତ ତଳଗୋପବିନ୍ଧା ପଞ୍ଚାୟତରେ ଗୋପସେବା ସମାଜ ତରଫରୁ କରୋନା ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଗୋପସେବା ସମାଜର ପ୍ରମୁଖ...

ବଦଳିପାରେ ସ୍କୁଲ ଛୁଟି ସମୟ

ଭୁବନେଶ୍ୱର,୨୮ା୪(ବ୍ୟୁରୋ): ସ୍ଥିତି ଦେଖି ସ୍କୁଲ ଛୁଟି ସମୟ ବଦଳିପାରେ। ଏପ୍ରିଲ ୩୦ ପରେ ଏସ୍‌ଆରସିଙ୍କ ପରାମର୍ଶରେ ଛୁଟି ନିଷ୍ପତ୍ତି ନିଆଯିବ ବୋଲି ଏନେଇ ସୂଚନା ଦେଇଛନ୍ତି...

ରାଜ୍ୟରେ ଚିହ୍ନଟ ହେଲେ ୮ କରୋନା ପଜିଟିଭ୍‌

ଭୁବନେଶ୍ୱର ୨୦।୪ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ ଜଣ...

ବାହାନଗା ଲେବଲକ୍ରସିଂରେ ଓଭରବ୍ରିଜ୍‌ ନିର୍ମାଣ ଦାବିକେନ୍ଦ୍ର, ରାଜ୍ୟଯନ୍ତ୍ରୀଙ୍କ ମିଳିତ ଅନୁଧ୍ୟାନ

ବାହାନଗା, ୧୯ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ସଦରମହକୁମା ଦେଇ ଯାଇଥିବା ରେଲୱେ ବିଭାଗର ଲେଭଲ କ୍ରସିଂରେ ଓଭରବ୍ରିଜ୍‌ ନିର୍ମାଣ ହେବା ନେଇ ଦୀର୍ଘଦିନ ହେଲା ଦାବି...

୧୫ରେ ରୁଚି ଓଡ଼ିଆ ଫିଲ୍ମ ଫେୟାର୍‌ ଆୱାର୍ଡସ୍‌

ଭୁବନେଶ୍ୱର, ୭ା୩(ବ୍ୟୁରୋ): ହ୍ବାଇଟ୍‌ କାନ୍‌ଭାସ୍‌ ଏବଂ ଓଫା ଫାଉଣ୍ଡେଶନ ମିଳିତ ଆନୁକୂଲ୍ୟରେ ରୁଚି ମସଲା ସହଯୋଗରେ ଆସନ୍ତା ୧୫ ତାରିଖରେ ଜନତା ମଇଦାନରେ ଚଳଚ୍ଚିତ୍ର ପୁରସ୍କାର...

କେନ୍ଦ୍ରମନ୍ତ୍ରୀଙ୍କ ଗାଡ଼ିକୁ ପିଟିଲା ଟ୍ରାକ୍ଟର

ଭୁବନେଶ୍ୱର,୯।୫(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଷଡଙ୍ଗୀଙ୍କ ଗାଡ଼ି ରବିବାର ଦୁର୍ଘଟଣା ହୋଇଛି। ଏଥିରେ ସେ ଆହତ ହୋଇଥିବା ଜଣାପଡ଼ିଛି। ତାଙ୍କ କାରକୁ ଏକ...

ଓଡ଼ିଶା ପୋଲିସର ୩୫୩ ଏଏସ୍‌ଆଇଙ୍କୁ ପଦୋନ୍ନତି

କଟକ ଅଫିସ, ୭ା୯- ରାଜ୍ୟର ବିଭିନ୍ନ ଜିଲାରେ କାର୍ଯ୍ୟରତ ୩୫୩ ଜଣ ଆସିଷ୍ଟାଣ୍ଟ ସବ୍‌-ଇନ୍ସପେକ୍ଟର(ଏଏସ୍‌ଆଇ)ଙ୍କୁ ଇନ୍ସପେକ୍ଟର ପଦବୀକୁ ପଦୋନ୍ନତି କରାଯାଇଛି। ଶନିବାର ଏ ନେଇ ରାଜ୍ୟ...

ଲକ୍ଷଣ ନ ଥିଲେ ଘରେ ରହିପାରିବେ ସଂକ୍ରମିତ

ଭୁବନେଶ୍ୱର, ୧୨ା୫(ବ୍ୟୁରୋ): ରାଜ୍ୟରେ ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସେମାନଙ୍କ ମଧ୍ୟରୁ ଅଧିକାଂଶ ଆକ୍ରାନ୍ତଙ୍କ ମଧ୍ୟରେ ଲକ୍ଷଣ ନ ଥିବା ଜଣାପଡିଛି।...

Advertisement
Archives

Model This Week