ରାଜ୍ୟରେ ନିଯୁକ୍ତ ହେବେ ୧୮୪୦ ଡାକ୍ତର, ୫ ହଜାରରୁ ଊର୍ଦ୍ଧ୍ବ ପାରାମେଡିକାଲ୍‌ ଷ୍ଟାଫ୍‌

ଭୁବନେଶ୍ୱର,୧୮।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକରେ ୧୮୪୦ ଡାକ୍ତର ଓ ୫୦୦୦ରୁ ଅଧିକ ପାରାମେଡିକାଲ ଷ୍ଟାଫଙ୍କ ନିଯୁକ୍ତି ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ରାଜ୍ୟର ମେଡିକାଲ କଲେଜଗୁଡ଼ିକରେ ଖାଲି ଥିବା ଆସିଷ୍ଟାଣ୍ଟ ପ୍ରଫେସର, ଆସୋସିଏଟ ପ୍ରଫେସର ଓ ପ୍ରଫେସର ପଦବୀ ପୂରଣ ସହ ଆଦିବାସୀ ଅଧୁଷିତ ଅଞ୍ଚଳରେ ଅଧିକ ଡାକ୍ତର ନିଯୁକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି।

ବୈଠକରେ ମେଡିକାଲ ଅଫିସରଙ୍କ ନିଯୁକ୍ତି ପାଇଁ ସୁବ୍ୟବସ୍ଥାକରଣ ପ୍ରକ୍ରିୟା, ମେଡିକାଲ କଲେଜରେ ପି.ଜି. ସିଟ ବୃଦ୍ଧି, ଭିତ୍ତିଭୂମି ବିକାଶ ଓ ଟେକ୍ନିକାଲ ଷ୍ଟାଫ ନିଯୁକ୍ତିକୁ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ଇଣ୍ଟିଗ୍ରେଟେଡ ଟ୍ରମା କେୟାର ସେଣ୍ଟର ସ୍ଥାପନ, ଦୁର୍ଗମ ଅଞ୍ଚଳରେ ଡାକ୍ତରଙ୍କ ପାଇଁ ପ୍ରୋତ୍ସାହନ ରାଶି ବୃଦ୍ଧି ଏବଂ ଆୟୁଷ ଡାକ୍ତରଙ୍କ ସମସ୍ୟା ସମାଧାନ ପାଇଁ ଆଲୋଚନା ହୋଇଛି।

ମୁଖ୍ୟମନ୍ତ୍ରୀ ଡାକ୍ତରଙ୍କ ବେତନ, ମେଡିକାଲ ଶିକ୍ଷାରେ ସୁଧାର ଓ ଅନ୍ୟାନ୍ୟ ଆବଶ୍ୟକୀୟ ପଦକ୍ଷେପ ନେବାକୁ ମୁଖ୍ୟ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଅର୍ଥ ସଚିବ ସଂଜୀବ ମିଶ୍ର, ସ୍ୱାସ୍ଥ୍ୟ ସଚିବ ଅଶ୍ୱଥି ଏସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri