୨ ବହିଷ୍କୃତ ହେଲେଣି, ୧୪ ଜଣଙ୍କ ନାମରେ ମାମଲା

କବିସୂର୍ଯ୍ୟନଗର,୧୭ା୨: ଗଞ୍ଜାମ ଜିଲାରେ ନକଲି ଶିକ୍ଷକ ଧରପଗଡ଼ ଜୋରଦାର ଚାଲିଛି। କବିସୂର୍ଯ୍ୟନଗର ଏନ୍‌ଏସି ଓ ବ୍ଲକରେ ମଧ୍ୟ ଜାଲ ସାର୍ଟିଫିକେଟ ଦେଇ ଶତାଧିକ ଶିକ୍ଷକ ଶିକ୍ଷକତା କରୁଥିବା ଅଲ ଇଣ୍ଡିଆ ଫରୱାର୍ଡ ବ୍ଲକ ପକ୍ଷରୁ ଅଭିଯୋଗ ହୋଇଥିଲା। ଜିଲା ଶିକ୍ଷା ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ଶିକ୍ଷକମାନଙ୍କ ଶିକ୍ଷାଗତ ଓ ତାଲିମ ପ୍ରମାଣପତ୍ର ଯାଞ୍ଚ ହୋଇଥିଲା। ତେବେ କବିସୂର୍ଯ୍ୟନଗର ଆଠଗଡ଼ପାଟଣା ଏକ୍ସବୋର୍ଡ ୟୁପି ସ୍କୁଲର କୁନି ବେହେରା ଓ କନ୍ଧଖଇଡ଼ାର ଲକ୍ଷ୍ମୀ ସେଠୀଙ୍କ ପ୍ରମାଣପତ୍ର ନକଲି ଜଣାପଡିବାରୁ ସେମାନଙ୍କୁ ଚାକିରିରୁ ବହିଷ୍କାର କରାଯାଇଥିବା ଓ ୧୪ ଶିକ୍ଷକଙ୍କ ନାମରେ ମାମଲା ହୋଇଥିବା ବିଇଓ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ କନିଆରୀ ପଞ୍ଚାୟତରେ ବାହାର ଜିଲାରୁ ଆସି ଯୋଗ୍ୟତା ନଥାଇ ଜଣେ ପାଠ ପଢ଼ାଉଥିବା ଗ୍ରାମବାସୀ ବିଇଓଙ୍କ ନିକଟରେ ଅଭିଯୋଗ କରିିଥିଲେ। ଏହାର ତଦନ୍ତ କରାଯିବ ବୋଲି ବିଇଓ କହିଛନ୍ତି। କବିସୂର୍ଯ୍ୟନଗରର ବହୁ ସ୍କୁଲରେ ନକଲି ଶିକ୍ଷକ ଅଛନ୍ତି। ଏହାର ଖୋଳତାଡ଼ ଆରମ୍ଭ କରାଗଲେ ଶତାଧିକ ଧରାପଡ଼ିବେ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି। ଅନ୍ୟପକ୍ଷରେ ସାର୍ଟିଫିକେଟ ପ୍ରସ୍ତୁତକାରୀ, ସାଇବର ସେଣ୍ଟର, ମୁଖ୍ୟ ଦଲାଲ ଓ ମଧ୍ୟସ୍ଥିଙ୍କୁ ତଦନ୍ତ ପରିସରଭୁକ୍ତ କରାଯିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

ହୃଦ୍‌ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍‌ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?