କରୋନା ନେଇଛି ୧୮୫ଯବାନଙ୍କ ଜୀବନ: ପ୍ରତିରକ୍ଷା ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୯।୮: ଦେଶରେ କରୋନା ମହାମାରୀ ସଙ୍କଟ ଜାରି ରହିଛି। କରୋନା ଯୋଗୁ ଦେଶରେ କେବଳ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇନାହିଁ ବରଂ ଭାରତୀୟ ସେନାଙ୍କ ବି ଜୀବନ ଯାଇଛି। କରେନା ଯୋଗୁ ଅନେକ ଯବାନ ନିଜର ପ୍ରାଣ ହରାଇଛନ୍ତି। ଦେଶରେ କରୋନା ଯୋଗୁ କେତେ ଯବାନଙ୍କ ଜୀବନ ଯାଇଛି ସେନେଇ ସରକାର ସୋମବାର ପାର୍ଲାମେଣ୍ଟରେ ତଥ୍ୟ ରଖିଛନ୍ତି। ରାଜ୍ୟ ସଭାରେ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, କରୋନା ସଂକ୍ରମଣ ଯୋଗୁ ୩ ସେନା ମଧ୍ୟରୁ ୧୮୫ଜଣ ଯବାନଙ୍କ ମୃତ୍ୟୁ ଘଟିଛି। ସୂଚନା ମୁତାବକ ସେନାର ୧୩୪ଜଣ, ନେଭିରୁ ୪ ଏବଂ ଏୟାର ଫୋର୍ସରୁ ୪୭ଜଣ ପ୍ରାଣ ହରାଇଛନ୍ତି। ଏଥିସହ ସେନାର ମୋଟ ୪୨,୯୫୦ଜଣ ଯବାନ, ନେଭିର ୬,୮୦୮ ଏବଂ ଏୟାର ଫୋର୍ସର ୧୪,୬୦୪ ଯବାନ କରୋନାରେ ଆକ୍ରାନ୍ତ ହୋଇଛନ୍ତି ବୋଲି ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ତେବେ ଦେଶର ହିତରେ ଏବଂ ସେନାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସରକାର ସମସ୍ତ ଯବାନଙ୍କ ଟିକାକରଣ ଠିକ୍‌ ସମୟରେ ଆରମ୍ଭ କରିଥିଲେ। ବର୍ତ୍ତମାନ ଦେଶର ସମସ୍ତ ସେନାଙ୍କୁ ସମ୍ପୂର୍ଣ୍ଣ ଟିକା ଦିଆଯାଇଛି ବୋଲି ରାଜ୍ୟ ସଭାରେ ପ୍ରତିରକ୍ଷା ମନ୍ତ୍ରଣାଳୟ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତ୍ରବିରତି ମଝିରେ ଇରାନର ଜାହାଜ ଉପରକୁ ଆମେରିକାର ବଡ଼ ଆକ୍ରମଣ, ୨ ଜାହାଜ…

ଓ୍ବାଶିଂଟନ,୨୬।୫: ଆମେରିକା ଏବଂ ଇରାନ ମଧ୍ୟରେ ବର୍ତ୍ତମାନ ଯୁଦ୍ଧବିରତି କାର୍ଯ୍ୟକାରୀ ହେଉଛି ଏବଂ ଦୁଇ ଦେଶ ମଧ୍ୟରେ ଆଲୋଚନା ଚାଲିଛି । ତଥାପି, ଉତ୍ତେଜନା ସମ୍ପୂର୍ଣ୍ଣ ଭାବରେ…

ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ

ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ…

ମହିଳାଙ୍କୁ ପାଗଳ କଲା ପରକୀୟା ପ୍ରୀତି, ସ୍ବାମୀଙ୍କୁ ବିଦ୍ୟୁତ୍‌ ଶକ୍‌ ଦେଇ ମାରିଲେ ସ୍ତ୍ରୀ

ବରେଲି,୨୬।୫: ଉତ୍ତରପ୍ରଦେଶର ବରେଲିରେ ଜଣେ ମହିଳାଙ୍କ ପରକୀୟା ପ୍ରୀତିକୁ ସ୍ବାମୀ ବିରୋଧ କରିବାରୁ ସେ ପ୍ରେମିକ, ଭଉଣୀ ଓ ଭଉଣୀଙ୍କ ପୁରୁଷ ବନ୍ଧୁ ସହ ମିଶି ସ୍ବାମୀଙ୍କୁ…

ଆଉ ଏକ ଝଟକା….ପୁଣି ଥରେ ବଢ଼ିଲା CNG ଦର, ୧୨ ଦିନ ମଧ୍ୟରେ ଚତୁର୍ଥ ଥର ପାଇଁ ବୃଦ୍ଧି

ନୂଆଦିଲ୍ଲୀ,୨୬।୫:  ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ସହିତ ଜଡ଼ିତ ସାଧାରଣ ଲୋକଙ୍କୁ ପୁଣି ମହଙ୍ଗା ମାଡ଼ । CNG ମଧ୍ୟ କ୍ରମଶଃ ମହଙ୍ଗା ହେଉଛି। ମଙ୍ଗଳବାର…

ବିଳମ୍ବିତ ରାତିରେ ପୁଣି ୨ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋଲିସର ଏନ୍‌କାଉଣ୍ଟର

ଵ୍ରହ୍ମପୁର, ୨୬।୫:(ସୁବାସ ଚନ୍ଦ୍ର ପାଢ଼ୀ): ଆଉ ଅପରାଧୀଙ୍କୁ ତ୍ରାହି ନାହିଁ । ଵ୍ରହ୍ମପୁର ପୋଲିସ ବିଗତ କିଛି ଦିନ ହେବ ଅପରାଧୀଙ୍କୁ ଏନକାଉଣ୍ଟର ଜାରି ରଖିଛି ।…

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri