କମିଲା ସଂକ୍ରମଣ: ଆଜି ରାଜ୍ୟରୁ ୧୮୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ସୋମବାର ରାଜ୍ୟରୁ ୧୮୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୫,୬୫୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୦୯ ଜଣ ଚିହ୍ନଟ ହୋଇଥିବା ବେଳେ ୭୬ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୩୫ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୮ ଏବଂ କଟକରୁ ୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ବାଲେଶ୍ୱରରୁ ୯,ଭଦ୍ରକ ୨, ବୌଦ୍ଧ ୨, ଦେବଗଡ଼ ୨, ଢେଙ୍କାନାଳ ୧, ଗଞ୍ଜାମ ୧, ଜଗତସିଂହପୁର ୩, ଯାଜପୁର ୭, ଝାରସୁଗୁଡ଼ା ୩, କେନ୍ଦ୍ରାପଡ଼ା ୪, ମୟୂରଭଞ୍ଜ ୧୨, ନୟାଗଡ଼ ୧, ପୁରୀ ୭, ସସୋନପୁରରୁ ୧ ଏବଂ ସୁନ୍ଦରଗଡ଼ରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୧୮।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୪୫,୬୫୬ରେ ପହଞ୍ଚିଥିବା ବେଳେ ୧୦,୩୪,୫୦୫ଜଣ ସୁସ୍ଥ ହୋଇଛନ୍ତି। ୨୭୧୯ ଜଣ ଚିକିିତ୍ସିତ ହେଉଛନ୍ତି।