ଭିତରକନିକାରେ ୧,୮୫୨ ବିଦେଶୀ ପକ୍ଷୀ ବଢ଼ିଲେ

ରାଜନଗର,୯ା୧(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଚଳିତ ମାସ ୬ ତାରିଖରେ ବନ ବିଭାଗ ପକ୍ଷରୁ ହୋଇଥିବା ଗଣନାରୁ ଏହା ଜଣାପଡିଛି। ଗତବର୍ଷ ଭିତରକନିକାକୁ ୧ ଲକ୍ଷ ୩୮ ହଜାର ୧୦୭ଟି ପକ୍ଷୀ ଆସିଥିବା ବେଳେ ଚଳିତବର୍ଷ ୧ ଲକ୍ଷ ୩୯ ହଜାର ୯୫୯ ପକ୍ଷୀ ଆସିଛନ୍ତି। ଅର୍ଥାତ୍‌ ଗତବର୍ଷଠାରୁ ଚଳିତବର୍ଷ ଭିତରକନିକାକୁ ୧୮୫୨ ପକ୍ଷୀ ଅଧିକ ଆସିଥିବା ଜଣାପଡିଛି। ଗତବର୍ଷ ଭିତରକନିକାକୁ ୧୪୪ ପ୍ରଜାତିର ପକ୍ଷୀ ଆସିଥିବା ବେଳେ ଚଳିତବର୍ଷ ୧୪୦ ପ୍ରଜାତିର ପକ୍ଷୀ ଆସିଛନ୍ତି। ଚଳିତବର୍ଷ ଗ୍ରେବସ, ପେଲିକାନସ, କରମୋରାନ୍‌ଟସ ଆଣ୍ଡ ଡାର୍ଟର, ହେରନସ, ଏଗ୍ରେଟ୍ସ ଏବଂ ବିଟର୍ସ, ଷ୍ଟୋର୍କସ, ଇବିସେସ ଏବଂ ସ୍ପୁନବିଲ, ଫ୍ଲମିଙ୍ଗସ, ଗିଜ ଏବଂ ଡକସ, କ୍ରେନଓ, ରେଲସ ଏବଂ ଗାଲିନଲସ ଏବଂ କୁଟ, ଫିନଫୁଟ ଏବଂ ଜାକାନାସ, ସୋରବାର୍ଡ ୱାଡର୍ସ, ଗଲ୍‌ସ, ଟରନଓ ଏବଂ ସ୍କିନରସ ଏବଂ ଅନ୍ୟାନ୍ୟ ବିଦେଶୀ ପକ୍ଷୀ ଗଣନା ବେଳେ ଚିହ୍ନଟ କରାଯାଇଛି। ଗିଜ ଆଣ୍ଡ ଡକ୍‌ସ ଜାତୀୟ ୧୫ ପ୍ରଜାତିର ୮୧,୯୩୦ ପକ୍ଷୀ ଭିଡ ଜମାଇଛନ୍ତି। ଏହି ପକ୍ଷୀଗୁଡିକ ପ୍ରଚଣ୍ଡ ଶୀତ ଦାଉରୁ ରକ୍ଷା ପାଇବା ପାଇଁ ହିମାଳୟ ପାଦଦେଶ ଓ ଲଦାଖ, ସାଇବେରିଆ ଓ ଉତ୍ତର ଗୋଲାର୍ଦ୍ଧରୁ ଆସିଥିବା ରାଜନଗର ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଚଳିତମାସ ୬ ତାରିଖରେ ୧୭ଟି ଟିମ୍‌ ପକ୍ଷରୁ ଭିତରକନିକା ଅଭୟାରଣ୍ୟର ମହାନଦୀ ଡେଲଟା ସମେତ ରାଇପାଟିଆ, ସାତଭାୟା ଘେରି, ସାତଭାୟାର ବିସ୍ତୀର୍ଣ୍ଣ ଆର୍ଦ୍ରଭୂମି, ଜମ୍ବୁ, ବତୀଘର, ବରୁଣେଇ ମୁହାଣ, ପ୍ରହରାଜପୁର, କଂସାରିପାଟିଆ, ଖୋଳା, ନଳିତାପାଟିଆ, ଦୁର୍ଗାପୁରମୁହାଣ, ଲକ୍ଷ୍ମୀପ୍ରସାଦଡିଅଁା, କାଳିଭଞ୍ଜଡିଅଁା, ମଗରକନ୍ଦା, ଚିଞ୍ଚତ୍ରି ମାଉଥ, ଚିତଉକୋଲ୍ଲା, ଭିତରକନିକା ମାଉଥ, ଏକମାଣିଆ, ରାଜଗଡ ପ୍ରଭୃତି ସ୍ଥାନଗୁଡିକରେ ଏହି ଗଣନା କାର୍ଯ୍ୟ କରାଯାଇଥିଲା। ଅଞ୍ଚଳରେ ଭିଡ ଜମାଇଥିବା ବିଦେଶାଗତ ପକ୍ଷୀଙ୍କ ଗଣନା କରାଯାଇଥିଲା। ସାଧାରଣତଃ ଖୋଲା ଜାଗା, ଧାନବିଲ, ନଦୀପଠା ଓ ଜଳାଶୟଗୁଡିକରେ ଅଧିକ ସଂଖ୍ୟକ ବିଦେଶାଗତ ପକ୍ଷୀଙ୍କୁ ଦେଖିବାକୁ ମିଳିଛି। ଗତ ୧୫ ବର୍ଷର ଭିତରକନିକାରେ ଭିଡ ଜମାଇଥିବା ବିଦେଶୀ ପକ୍ଷୀଙ୍କ ଗଣନା ରିପୋର୍ଟ ଅନୁସାରେ ଚଳିତବର୍ଷ ସର୍ବାଧିକ ବିଦେଶୀ ପକ୍ଷୀ ଭିଡ ଜମାଇଛନ୍ତି। ୨୦୧୬-୧୭ରେ ୭୬,୨୬୮, ୨୦୧୭-୧୮ରେ ୧,୧୨,୯୩୭, ୨୦୧୮-୧୯ରେ ୧,୦୯,୦୫୯, ୨୦୧୯-୨୦ରେ ୧,୧୮,୩୨୬, ୨୦୨୦-୨୧ ବର୍ଷରେ ୧,୩୬,୦୯୨ ବିଦେଶାଗତ ପକ୍ଷୀ ଆସିଥିବା ଜଣାପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ!

ଭୁବନେଶ୍ୱର,୧୦।୯ ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?