୬ ମାସରେ ଗଲାଣି ୧୮୬ ଜୀବନ

ଛତ୍ରପୁର,୨୬୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ ସଡକ ଦୁର୍ଘଟଣା ବୃଦ୍ଧି ପାଇବାରେ ଲାଗିଛିା ଏପରିକି ରାଜ୍ୟରେ ସର୍ବାଧିକ ଦୁର୍ଘଟଣା ଏହି ଜିଲାରେ ହୋଇଛି। ମିଳିଥିବା ସୂଚନା ଅନୁସାରେ, ୨୦୨୧ରେ ଜିଲାରେ ୩୦୬ଟି ଦୁର୍ଘଟଣା ଘଟିଥିଲା୬ ସେଥିରେ ୧୫୪ ଜଣଙ୍କ ଜୀବନ ଯାଇଥିବା ବେଳେ ୨୮୩ ଜଣ ଗୁରୁତର ଆହତ ହୋଇଥିଲେ। ସେହିପରି ଚଳିତବର୍ଷ ଜୁନ ଶେଷ ସୁଦ୍ଧା ଜିଲାରେ ୩୫୪ ଟି ଦୁର୍ଘଟଣା ଘଟି ୧୮୬ ଜଣଙ୍କ ମୃତ୍ୟୁ ଘଟିଛି। ୨c୨ ଜଣ ଗୁରୁତର ଆହତ ହୋଇଛନ୍ତି। ଗତବର୍ଷ ତୁଳନାରେ ଚଳିତ ବର୍ଷର ପ୍ରଥମ ୬ ମାସରେ ଜିଲାରେ ଦୁର୍ଘଟଣା ହାର ବୃଦ୍ଧି ପାଇଥିବା ସରକାରୀ ତଥ୍ୟରୁ ଜଣାପଡିଛି। ତେଣୁ ସଡ଼କ ଦୁର୍ଘଟଣା ସହ ମୃତ୍ୟୁ ହାର ଯେଭଳି କମାଯାଇପାରିବ ଏବଂ ଧନଜୀବନ ସୁରକ୍ଷା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣର ନିର୍ଦ୍ଦେଶ କ୍ରମେ ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଜିଲାର କନଷ୍ଟେବଳ ଓ ହୋମଗାର୍ଡମାନଙ୍କୁ ନେଇ ସଡ଼କ ସୁରକ୍ଷା ଓ ପ୍ରାଥମିକ ଚିକିତ୍ସା ସମନ୍ଧୀୟ ଏକ କର୍ମଶାଳା ହୋଇଯାଇଛି। ଗଞ୍ଜାମ ଏସପିଙ୍କ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ଏହି କର୍ମଶାଳାରେ ଗଞ୍ଜାମ ପୋଲିସ୍‌ ଜିଲାର ଅତିରିକ୍ତ ଏସପି ବିଜୟ କୁମାର ମଲ୍ଲିକ, ଗଞ୍ଜାମ ଆଞ୍ଚଳିକ ପରିବହନ ଅଧିକାରୀ ମାନସ ରଞ୍ଜନ ସାହୁ, ଏମଭିଆଇ ରବୀନ୍ଦ୍ର ନାଥ ଜେନା, ସଡକ ସୁରକ୍ଷା ଅଧିକାରୀ ରତିକାନ୍ତ ନାହାକ ଏବଂ ପ୍ରଶିକ୍ଷଣ ଭାବେ ଆଇଏନଭିଆଇସିଟିୟୁଏସ ସଂସ୍ଥାର ପ୍ରବୋଦ ଭଟ୍ଟାଚାର୍ଯ୍ୟ ଯୋଗ ଦେଇ ସଡକ ଦୁର୍ଘଟଣା ହେଲେ ଗୁରୁତରଙ୍କୁ କିପରି ତୁରନ୍ତ ପ୍ରାଥମିକ ଚିକିତ୍ସା ନିମନ୍ତେ ନିକଟସ୍ଥ ମେଡିକାଲକୁ ପଠାଇବେ ସେ ସମ୍ପର୍କରେ ପ୍ରଶିକ୍ଷଣ ଦେଇଥିଲେ। କର୍ମଶାଳା ଶେଷରେ ଜିଲାର ୬୨ ଜଣ କନଷ୍ଟେବଳ ଓ ହୋମଗାର୍ଡମାନଙ୍କୁ ଅତିଥିଙ୍କ ଦ୍ୱାରା ସାର୍ଟିଫିକେଟ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri