Posted inଖେଳ

ଆର୍‌ସିବି ଆଗରେ ୧୮୭ ରନ୍‌ର ଟାର୍ଗେଟ୍‌

ହାଇଦ୍ରାବାଦ,୧୮।୫: ହାଇଦ୍ରାବାଦସ୍ଥିତ ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ଆଇପିଏଲ୍‌ର ୬୫ତମ ମ୍ୟାଚରେ ହେନ୍‌ରିଚ କ୍ଲାସେନଙ୍କ ଶତକୀୟ ଇନିଂସ୍‌ ବଲରେ ସନ୍‌ ରାଇଜର୍ସ ହାଇଦ୍ରାବାଦ ନିର୍ଦ୍ଧାରିତ(ଏସ୍‌ଆର୍‌ଏଚ୍‌) ୨୦ ଓଭରରେ ୫ ଉଇକେଟ ହରାଇ ୧୮୬ ରନ୍‌ କରିଛି। ଫଳରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ଆଗରେ ୧୮୭ ରନ୍‌ର ବିଜୟ ଟାର୍ଗେଟ୍‌ ରହିଛି ହାଇଦ୍ରାବାଦ।

ଅଧିନାୟକ ଫାଫ ଡୁ ପ୍ଲେସିସ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇ ଆଡେନ ମାର୍କ୍ରାମଙ୍କ ନେତୃତ୍ୱାଧୀନ ସନ୍‌ ରାଇଜର୍ସ ହାଇଦ୍ରାବାଦ(ଏସ୍‌ଆର୍‌ଏଚ୍‌) ପ୍ରଥମେ ବ୍ୟାଟିଂ କରିଥିଲା। ଦଳର ୨ ଓପରନ୍‌ ଅଭିଷେକ ଶର୍ମା ଏବଂ ରାହୁଲ ତ୍ରିପାଠୀ ବ୍ୟାଟିଂ କରିବାକୁ ଆସିଥିଲେ। ହେଲେ ଦଳକୁ ପ୍ରାରମ୍ଭିକ ଝଟକା ଲାଗିଥିଲା। ଅଭିଷେକ ୧୧ ରନ୍‌ କରି ପ୍ରଥମେ ଆଉଟ୍‌ ହୋଇଥିବା ବେଳେ ରାହୁଲ ୧୫ ରନ୍‌ କରି ଆଉଟ ହୋଇଯାଇଥିଲେ। ଏପରିକି ଅଧିନାୟକ ମାର୍କ୍ରାମ ମଧ୍ୟ ପୁଣି ବିଫଳ ହୋଇଥିଲେ। ସେ ୧୮ ରନ୍‌ କରି ଆଉଟ୍‌ ହୋଇଥିବା ବେଳେ ଦଳ ସଙ୍କଟରେ ପଡିଥିଲା। ହେଲେ ହେନ୍‌ରିଚ କ୍ଲାସେନ ଧର୍ଯ୍ୟର ସହ ବ୍ୟାଟି କରି ୫୧ ବଲ୍‌ରେ ୮ ଚୌକା ୬ ଛକା ସହାୟତାରେ ୧୦୪ ରନ୍‌ର ଧୂଆଁଧାର ଇନିଂସ୍‌ ଖେଳିଥିଲେ। ହ୍ୟାରି ବ୍ରୁକ୍‌ ମହତ୍ୱପୂର୍ଣ୍ଣ ୨୭ ରନ୍‌ କରିଥିଲେ। ଫଳରେ ହାଇଦ୍ରାବାଦ ୧୬୭ ରନ୍‌ କରିବାରେ ସକ୍ଷମ ହୋଇଥିଲା। ଆର୍‌ସିବି ପକ୍ଷରୁ ମାଇକେଲ ବ୍ରେସୱେଲ ୨ ଉଇକେଟ ନେଇଥିବା ବେଳେ ମହମ୍ମଦ ସିରାଜ, ଶାହାବାଜ ଅହମ୍ମଦ ଏବଂ ହର୍ଷଲ ପଟେଲ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri