ନିଯୁକ୍ତ ହେବେ ୧୮,୭୮୮ କନିଷ୍ଠ ଶିକ୍ଷକ

ଭୁବନେଶ୍ୱର,୧୧ା୭(ଅନିଲ ଦାସ): ରାଜ୍ୟର ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ସ୍କୁଲଗୁଡ଼ିକରେ ୧୯ ହଜାର କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ମିିିଳିବ। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ଦ୍ୱାରା ୧୮,୭୮୮ ପ୍ରାର୍ଥୀଙ୍କ ଚୟନ ତାଲିକା ପ୍ରକାଶ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅନୁମୋଦନ କରାଯାଇଛି। ଏହି ଆଧାରରେ ନିଯୁକ୍ତି ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ ଯେ ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍କୁଲଗୁଡ଼ିକରେ ଶିକ୍ଷାର ଗୁଣାତ୍ମକମାନ ବୃଦ୍ଧି ନିମନ୍ତେ ୨୦,୦୦୦ କନିଷ୍ଠ ଶିକ୍ଷକ(ଯୋଜନାଭିତ୍ତିକ) ନିଯୁକ୍ତି ନିମନ୍ତେ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ପକ୍ଷରୁ ବିଜ୍ଞାପନ ପ୍ରକାଶ କରାଯାଇଥିଲା। ଏହି ମାମଲାର ବିଚାର କରି ଉଚ୍ଚ ନ୍ୟାୟାଳୟ କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ ଆଧାରରେ ଆବେଦନକାରୀଙ୍କ ଯୋଗ୍ୟତାଭିତ୍ତିକ ତାଲିକା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶ ଆଧାରରେ ଶିକ୍ଷକ ନିଯୁକ୍ତି କରାଯିବ।

ରାଜ୍ୟ ସରକାର ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଉଚ୍ଚକୁଶଳୀ ଶ୍ରମିକମାନଙ୍କ ପାଇଁ ସର୍ବନିମ୍ନ ଦୈନିକ ମଜୁରି ବୃଦ୍ଧି କରିଛନ୍ତିି। ଶ୍ରମ ଓ କର୍ମଚାରୀ ବୀମା ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ କ୍ୟାବିନେଟ ବୈଠକରେ ମଞ୍ଜୁରୀ ମିଳିଛି। ପୂର୍ବରୁ ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଉଚ୍ଚକୁଶଳୀ ଶ୍ରମିକମାନଙ୍କ ପାରିଶ୍ରମିକ ଯଥାକ୍ରମେ ୩୫୨, ୩୯୨, ୪୪୨ ଓ ୫୦୨ ଟଙ୍କା ଥିଲା। ଏଣିକି ଅଣକୁଶଳୀ ୪୫୦ ଟଙ୍କା ପାଇବାକୁ ଥିବାବେଳେ ଅର୍ଦ୍ଧକୁଶଳୀ ୫୦୦, କୁଶଳୀ ୫୫୦ ଓ ଉଚ୍ଚକୁଶଳୀ ଶ୍ରମିକଙ୍କ ମଜୁରି ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି।

ରାଜ୍ୟର ଅଚଳ ଉଠା ଜଳସେଚନ ପ୍ରକଳ୍ପକୁ ସଚଳ କରିବା ଏବଂ ପୁରୁଣା ସଚଳ ପ୍ରକଳ୍ପକୁ ସୁଦୃଢ଼ୀକରଣ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିରେ ୨୦୬୫ଟି ଅଚଳ ପ୍ରକଳ୍ପକୁ ସଚଳ କରାଯାଇ ୫୯,୨୯୨ ହେକ୍ଟର ଚାଷ ଜମିକୁ ପୁନଃ ଜଳସେଚିତ କରାଯିବ। ଏଥିସହିତ ୧୦,୧୫୨ଟି ପୁରୁଣା ସଚଳ ପ୍ରକଳ୍ପର ସୁଦୃଢ଼ୀକରଣ କରାଯାଇ ୨,୨୬,୮୮୬ ହେକ୍ଟର ସେଚାଞ୍ଚଳ ଚାଷ ଜମିରେ ଜଳସେଚନର କ୍ଷମତା ବୃଦ୍ଧି କରାଯିବ। ଏହି କାର୍ଯ୍ୟକ୍ରମ ପାଇଁ ଆସନ୍ତା ୫ ବର୍ଷରେ ରାଜ୍ୟ ସରକାର ନିଜସ୍ବ ସମ୍ବଳରୁ ୧୦୮୪.୩୮ କୋଟି ଟଙ୍କା ଖର୍ଚ୍ଚ କରିବେ। ଜଳ ସମ୍ପଦ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ କ୍ୟାବିନେଟ୍‌ରେ ଅନୁମୋଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

ପାକିସ୍ତାନୀ ମୁସଲମାନଙ୍କୁ ନେଇ ମିକା ସିଂଙ୍କ ବଡ଼ ବୟାନ, ଖରାପ ନୁହଁନ୍ତି….

ନୂଆଦିଲ୍ଲୀ,୬।୧୦: ବଲିଉଡ୍‌ର ଲୋକପ୍ରିୟ ସିଙ୍ଗର୍ ମିକା ସିଂ ନିଜର ବେବାକ୍ ଅନ୍ଦାଜ ପାଇଁ ବେଶ୍ ପରିଚିତ। ଭାରତ-ପାକିସ୍ତାନ ସମ୍ପର୍କ ଏବଂ ଦୁଇ ଦେଶର କଳାକାରଙ୍କୁ ନେଇ ମଧ୍ୟ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?