ଆଜି ଦେଶରେ ୧୮,୮୫୫ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୯।୧: ଦେଶରେ ଆଜି ଦିନକରେ ଆଉ ୧୮ ହଜାର ୮୫୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୭ ଲକ୍ଷ ୨୦ ହଜାର ୦୪୮କୁ ବୃଦ୍ଧି ପାଇଛି। ଦେଶରେ ଚିକିତ୍ସାଧୀନ ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ୭୧ ହଜାର ୬୮୬ ରହିଛି। ଆକ୍ରାନ୍ତ ହାର ୧.୬୦ ପ୍ରତିଶତକୁ ହ୍ରାସ ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୦ ହଜାର ୭୪୬ ସୁସ୍ଥ ହେବା ପରେ ମୋଟ୍‌ ସୁସ୍ଥଙ୍କ ସଂଖ୍ୟା ୧ କୋଟି ୩ ଲକ୍ଷ ୯୪ ହଜାର ୩୫୨କୁ ବୃଦ୍ଧି ପାଇଛି। ଦେଶରେ କରୋନା ଆରୋଗ୍ୟ ହାର ୯୬.୯୬ ପ୍ରତିଶତକୁ ବୃଦ୍ଧି ପାଇଛି ।

ସୂଚନାଯୋଗ୍ୟ, ଦେଶରେ ଗତ ୨୪ ଘଣ୍ଟାରେ ୧୬୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ମୋଟ୍‌ ମୃତ୍ୟୁସଂଖ୍ୟା ୧ ଲକ୍ଷ ୫୪ ହଜାର ୧୦ରେ ପହଞ୍ଚିଛି । ଦେଶରେ କରୋନା ଜନିତ ମୃତ୍ୟୁ ହାର ୧.୪୪ ପ୍ରତିଶତ ରହିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Share