Posted inଜାତୀୟ

୨୦ ବର୍ଷରେ ୧,୮୮୮ ହାଜତ ମୃତ୍ୟୁ, ୨୬ ପୋଲିସ ଦୋଷୀ ସାବ୍ୟସ୍ତ…

ନୂଆଦିଲ୍ଲୀ,୧୬।୧୧: ଦେଶରେ ଗତ ୨୦ ବର୍ଷ ମଧ୍ୟରେ ୧,୮୮୮ ହାଜତ ମୃତ୍ୟୁ ଘଟଣା ଘଟିଛି। ତେବେ ଏସବୁ ଘଟଣାରେ ମାତ୍ର ୨୬ ଜଣ ପୋଲିସ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ନ୍ୟାଶନାଲ କ୍ରାଇମ୍‌ ରେକର୍ଡ ବ୍ୟୁରୋ (ଏନ୍‌ସିଆର୍‌ବି) ବାର୍ଷିକ ରିପୋର୍ଟରେ ଏସମ୍ପର୍କରେ ଉଲ୍ଲେଖ କରାଯାଇଛି।

ସେହିପରି ହାଜତ ମୃତ୍ୟୁ ଘଟଣାରେ ୮୯୩ ମାମଲା ରୁଜୁ ହୋଇଛି। ଅପରପକ୍ଷରେ ୩୫୮ ଅଭିଯୋଗ ପତ୍ର ମଧ୍ୟ ଦାଖଲ କରାଯାଇଛି। ଏନ୍‌ସିଆର୍‌ବି ପକ୍ଷରୁ କୁହାଯାଇଛି ଯେ, ୨୦୦୬ରେ ସର୍ବାଧିକ ୧୧ ଜଣ ପୋଲିସଙ୍କ ବିରୋଧରେ ହାଜତ ମୃତ୍ୟୁ ମାମଲା ରୁଜୁ ହୋଇଥିଲା। ୨୦୨୦ରେ ଗୁଜରାଟରେ ସର୍ବାଧିକ ୧୫ ହାଜତ ମୃତ୍ୟୁ ଘଟଣା ଘଟିଥିଲା।

ଏଭଳି ଘଟଣା ଆନ୍ଧ୍ରପ୍ରଦେଶ, ବିହାର, ଆସାମ, ଛତିଶଗଡ଼, ହରିୟାଣା, କର୍ନାଟକ, ମଧ୍ୟପ୍ରଦେଶ, କେରଳ, ମହାରାଷ୍ଟ୍ର, ଓଡ଼ିଶା, ପଞ୍ଜାବ ରାଜସ୍ଥାନ, ତାମିଲନାଡୁ, ତେଲେଙ୍ଗାନାରେ ମଧ୍ୟ ଘଟିଛି। ତେବେ ୨୦୨୦ରେ କୌଣସି ପୋଲିସ ଏସବୁ ଘଟଣାରେ ଦୋଷୀ ସାବ୍ୟସ୍ତ ହୋଇ ନାହାନ୍ତି।

୨୦୦୧ଠାରୁ ବିନା ରିମାଣ୍ଡରେ ୧,୧୮୫ ଜଣଙ୍କ ହାଜତ ମୃତ୍ୟୁ ଘଟିଥିବାବେଳେ ରିମାଣ୍ଡ ଘଟଣାରେ ୭୦୩ ଜଣଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ…

ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

୨୦୨୬ରେ ବନ୍ଦ ହୋଇଯିବ ଏସବୁ ସରକାରୀ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୭।୧୨: କେନ୍ଦ୍ର ସରକାର ଏବେ ସାର୍ୱଜନୀନ କ୍ଷେତ୍ର ବ୍ୟାଙ୍କ (PSU ବ୍ୟାଙ୍କ)ର ପ୍ରତିଛବି ଏବଂ ଭାଗ୍ୟ ଉଭୟକୁ ପରିବର୍ତ୍ତନ କରିବାକୁ ପ୍ରସ୍ତୁତ ହେଉଛନ୍ତି। ରିପୋର୍ଟ ଅନୁଯାୟୀ,...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri